www.samajalive.in
Monday, December 15, 2025
26.1 C
Bhubaneswar

ବଙ୍ଗୋପସାଗରରେ ଆସୁଛି ଲଘୁଚାପ: ୨୨ରେ ସୃଷ୍ଟି, ୨୪ରେ ଅବପାତ

ଭୁବନେଶ୍ବର : ବଙ୍ଗୋପସାଗରରେ ଆସୁଛି ଏକ ଲଘୁଚାପ। ଚଳିତ ୨୨ ତାରିଖରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଏହା ଘନୀଭୂତ ହୋଇ ଉତ୍ତର-ପୂର୍ବ ଦିଗରେ ଗତି କରିବ। ପରବର୍ତ୍ତୀ ସମୟରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅଧିକ ଘନୀଭୂତ ହୋଇ ୨୪ ତାରିଖ ବେଳକୁ ଅବପାତ ରୂପ ନେବା ସମ୍ଭାବନା ରହିଛି। ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ‘ଏକ୍ସ’ରେ ଏହି ସୂଚନା ଦିଆଯାଇଛି। ଏପର୍ଯ୍ୟନ୍ତ ପାଣିପାଗ କେନ୍ଦ୍ର ପକ୍ଷରୁ କିଛି ଆକଳନ କରାଯାଇ ନାହିଁ ବୋଲି ପାଣିପାଗ କେନ୍ଦ୍ର ନିର୍ଦେଶିକା ମନୋରମା ମହାନ୍ତି କହିଛନ୍ତି। ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ସମ୍ଭାବ୍ୟ ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇପାରେ। ପରେ ଏହା ଓଡ଼ିଶା ଆଡ଼କୁ ମୁହାଁଇବାର ସମ୍ଭାବନା ରହିଛି। ଦକ୍ଷିଣ ଓଡ଼ିଶା ଏବଂ ଉପକୂଳ ଆନ୍ଧ୍ର ପ୍ରଦେଶରେ ପ୍ରବଳ ବର୍ଷା ହୋଇପାରେ। ସାମୁଦ୍ରିକ ଝଡ଼ ପାଇଁ ସମୁଦ୍ରରେ ପାଗ ଅନୁକୂଳ ରହିଛି। ଗଭୀର ଅବପାତ ସାମୁଦ୍ରିକ ଝଡ଼ର ରୂପ ନେବ କି ନାହିଁ ତାହା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ସ୍ପଷ୍ଟ କରାଯାଇ ପାରିବ।  ପାଣିପାଗ ବିଶେଷଜ୍ଞ ଶରତ ସାହୁ କହିଛନ୍ତି, ଲଘୁଚାପ ପ୍ରଭାବ ଓଡ଼ିଶା ଉପରେ ପଡିବ। ୨୪ ତାରିଖରୁ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ହେବା ସମ୍ଭାବନା ଥିବାବେଳେ ୨୫ତାରିଖ ରାତିରୁ ବର୍ଷା ପରିମାଣ ବଢିବ। ୨୫ ଓ ୨୬ ତାରିଖରେ ଦୁଇଦିନ ପ୍ରବଳ ବର୍ଷା ହୋଇପାରେ। ୨୦ ଓ ୨୧ ତାରିଖରେ ରାଜ୍ୟର କିଛି ଜିଲାରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ସହ ବଜ୍ରପାତର ସମ୍ଭାବନା ରହିଛି।

Hot this week

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

Related Articles

Popular Categories