www.samajalive.in
Saturday, December 6, 2025
26.1 C
Bhubaneswar

ଆଜି ଲଘୁଚାପ: ୨୪ରେ ଅବପାତ, ବାଲେଶ୍ଵରରେ ପ୍ରବଳ ବର୍ଷିବ

ଭୁବନେଶ୍ବର : ଆଜି ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଦାନା ବାନ୍ଧିବ ଲଘୁଚାପ କ୍ଷେତ୍ର । ଏହା ଉତ୍ତର ପୂର୍ବ ଦିଗରେ ଗତି କରି ଅଧିକ ଘନୀଭୂତ ହେବ। ପରେ ୨୪ ତାରିଖ ସକାଳେ ଅବପାତର ରୂପ ନେବ। ଏ ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏହାର ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ। ଦକ୍ଷିଣ ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରକୁ ମତ୍ସ୍ୟଜୀବୀଙ୍କୁ ଯିବାକୁ ବାରଣ କରାଯାଇଛି। ସମୁଦ୍ରରେ ଥିବା ମତ୍ସ୍ୟଜୀବୀ ଉପକୂଳକୁ ଫେରି ଆସିବା ସହ ପରବର୍ତ୍ତୀ ଦୁଇଦିନ ସମୁଦ୍ରକୁ ନଯିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ୨୫ ତାରିଖରେ ପଶ୍ଚିମବଙ୍ଗର ଉତ୍ତର ଓ ଦକ୍ଷିଣ ୨୪ ପରଗଣା, ପୂର୍ବ ମେଦିନପୁର ଏବଂ ଓଡ଼ିଶାର ବାଲେଶ୍ବର ଜିଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ୨୨ ତାରିଖରେ ଦକ୍ଷିଣ ବଙ୍ଗୋପସାଗର ଅଞ୍ଚଳରେ ଘଣ୍ଟାପ୍ରତି ୫୫କି.ମି ବେଗରେ ପବନ ବହିପାରେ। ୨୩ରେ କେନ୍ଦ୍ରୀୟ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଦକ୍ଷିଣ ବଙ୍ଗୋପସାଗରରେ ପବନର ବେଗ ୪୦ରୁ ୫୦କି.ମି ଛୁଇଁବା ସମ୍ଭାବନା ରହିଛି। ୨୪ରେ ଉତ୍ତର ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ପବନର ବେଗ ଘଣ୍ଟାପ୍ରତି ୫୦ରୁ ୬୦କି.ମି ଛୁଇଁବ। ସାମୁଦ୍ରିକ ଝଡ଼ ପାଇଁ ଏବେ ସମୁଦ୍ରରେ ପାଗ ଅନୁକୂଳ ରହିଛି। ଅବପାତ ଘନୀଭୂତ ହୋଇ ଗଭୀର ଅବପାତ କିମ୍ବା ବାତ୍ୟା ରୂପ ନେଇପାରେ; କିନ୍ତୁ ଏସଂକ୍ରାନ୍ତରେ ପାଣିପାଗ ବିଭାଗ ପକ୍ଷରୁ କିଛି ସ୍ପଷ୍ଟ କରାଯାଇ ନାହିଁ। ମଙ୍ଗଳବାର ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ବୃଦ୍ଧି ପାଇଛି। ନୂଆପଡ଼ାରେ ସର୍ବାଧିକ ତାପମାତ୍ରା ୪୨.୨ଡିଗ୍ରୀ ଛୁଇଁଥିବା ବେଳେ ସୁନ୍ଦରଗଡ ୪୧.୨, ବୌଦ୍ଧ ଓ ‌ଖୋର୍ଦ୍ଧାରେ ୪୦.୫ ଲେଖାଏଁ, ଝାରସୁଗୁଡା ଏବଂ ବଲାଙ୍ଗିରରେ ୪୦.୪ ଲେଖାଏଁ, ଭବାନୀପାଟଣା ଏବଂ ଟିଟିଲାଗଡରେ ୪୦ ଡିଗ୍ରୀ ଲେଖାଏଁ ପାରଦ ରହିଛି। ପାଣିପାଗ ବିଭାଗର ପୂର୍ବାନୁମାନ ଆସନ୍ତା ୨ଦିନ ମଧ୍ୟରେ ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢିବା ଦ୍ବାରା ଅନେକ ଅଞ୍ଚଳରେ ଗ୍ରୀଷ୍ମପ୍ରବାହ ଜାରି ରହିପାରେ।

Hot this week

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

Related Articles

Popular Categories