www.samajalive.in
Saturday, December 6, 2025
26.1 C
Bhubaneswar

ମୌସୁମୀ ଅଗ୍ରସର ପାଇଁ ପାଗ ଅନୁକୂଳ: ୧୭ରୁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର : ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ଜାରି ରହିଛି। ଉପକୂଳରେ ଗରମ ଓ ପ୍ରଚଣ୍ଡ ଗୁଳୁଗୁଳି ଅନୁଭୂତ ହେଉଛି। ଦକ୍ଷିଣ ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ଆସନ୍ତା ୧୭ରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି। ମୌସୁମୀ ଅଗ୍ରସର ପାଇଁ ପାଗ ଅନୁକୂଳ ରହିଥିବାରୁ ଆଗକୁ ସାରା ଓଡ଼ିଶାକୁ ମୌସୁମୀ ଛୁଇଁବା ସହ ବର୍ଷା ହେବ ବୋଲି ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଶୁକ୍ରବାର ବାରିପଦାରେ ରାଜ୍ୟର ସର୍ବାଧିକ ତାପମାତ୍ରା ୪୩.୮ଡିଗ୍ରୀ ରେକର୍ଡ ହୋଇଥିଲା। ଆସନ୍ତା ୩ଦିନ ପର୍ଯ୍ୟନ୍ତ ସର୍ବାଧିକ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ।  ପରବର୍ତ୍ତୀ ସମୟରେ ୨ରୁ ୪ଡିଗ୍ରୀ ପର୍ଯ୍ୟନ୍ତ ଦିନ ତାପମାତ୍ରା ହ୍ରାସ ପାଇପାରେ। ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନ୍‌ ଅନୁସାରେ ୧୭ରେ ନୟାଗଡ଼, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିସହିତ ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ବର, କେନ୍ଦୁଝର ଏବଂ ଝାରସୁଗୁଡ଼ା ଜିଲାରେ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ। ପାଣିପାଗ ବିଭାଗ ପକ୍ଷରୁ ଉକ୍ତ ଜିଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୮ରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହିସବୁ ଜିଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଉକ୍ତ ଜିଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୧୫ରୁ ୧୭ ପର୍ଯ୍ୟନ୍ତ ଉପକୂଳବର୍ତ୍ତୀ ଜିଲାରେ ପ୍ରବଳ ଗୁଳୁଗୁଳି ହୋଇପାରେ। ଆଗାମୀ ୪ରୁ ୫ ଦିନ ଭିତରେ ମୌସୁମୀ ବାୟୁ ମାଲକାନଗିରିରୁ କୋରାପୁଟ ଅଗ୍ରସର ହୋଇପାରେ। ସାରା ରାଜ୍ୟକୁ ମୌସୁମୀ ଅଗ୍ରସର ପାଇଁ ପାଗ ଅନୁକୂଳ ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

Hot this week

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

Related Articles

Popular Categories