www.samajalive.in
Saturday, December 6, 2025
15.1 C
Bhubaneswar

ଆହୁରି ୨ ଦିନ ରାଜ୍ୟରେ ଲାଗି ରହିବ ଗ୍ରୀଷ୍ମପ୍ରବାହ ସ୍ଥିତି : ରଜ ପରେ ବର୍ଷା ସମ୍ଭାବନା

ଭୁବନେଶ୍ବର : ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମଲହରୀ ଜାରି ରହିଥିବା ବେଳେ ଉପକୂଳ ଓଡ଼ିଶାରେ ଗରମ ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହେଉଛି। ଆଗକୁ ଦକ୍ଷିଣରେ କାଳବୈଶାଖୀ ଜନିତ ବର୍ଷା ପବନ ହେବା ସହିତ ପଶ୍ଚିମରେ ଆଉ ଗୋଟିଏ ଦିନ ଗ୍ରୀଷ୍ମ ଲହରୀ ଜାରି ରହିପାରେ। ପରବର୍ତ୍ତୀ ସମୟରେ ଦିନ ତାପମାତ୍ରା ହ୍ରାସ ପାଇବା ସମ୍ଭାବନା ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର, ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି ଏବଂ ଗଞ୍ଜାମ ଜିଲାକୁ କାଳବୈଶାଖୀ ପାଇଁ ସତର୍କ ସୂଚନା ଜାରି କରାଯାଇଛି। ସେପଟେ
ଶନିବାର ଅନେକ ଅଞ୍ଚଳରେ ତାପମାତ୍ରା ବୃଦ୍ଧି ପାଇଛି। ବାରିପଦାରେ ଦିନ ତାପମାତ୍ରା ୪୩.୮ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ଝାରସୁଗୁଡା ୪୩.୬ ଏବଂ ନୂଆପଡାରେ ୪୩ ଡିଗ୍ରୀ ରେକର୍ଡ ହୋଇଛି। ଆଉ କିଛି ସ୍ଥାନରେ ଦିନ ତାପମାତ୍ରା ୪୨ ଡିଗ୍ରୀ ଛୁଇଁଛି। ରାଜ୍ୟର ୧୯ ସ୍ଥାନରେ ସର୍ବାଧିକ ତାପମାତ୍ରା ୪୦ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅନୁଗୋଳ, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ବଲାଙ୍ଗିର, ସୁବର୍ଣ୍ଣପୁର, ବୌଦ୍ଧ ଏବଂ ନୂଆପଡା ଜିଲାକୁ ଗ୍ରୀଷ୍ମପ୍ରବାହ ପାଇଁ ସତର୍କତା ଜାରି କରାଯାଇଛି। ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅନେକ ସ୍ଥାନରେ ଦିନ ତାପମାତ୍ରା ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ। ରବିବାର ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦୁଝର, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ ଏବଂ ଗଜପତି ଜିଲାକୁ ଉଷ୍ଣ-ଆର୍ଦ୍ର ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories