www.samajalive.in
Wednesday, December 10, 2025
18.1 C
Bhubaneswar

୨ରୁ ଅଧିକ ବର୍ଷା ସମ୍ଭାବନା

ଭୁବନେଶ୍ବର : ଛତିଶଗଡ଼ର ଉତ୍ତରାଞ୍ଚଳ ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାଛଡ଼ା ଉତ୍ତରପୂର୍ବ ବିହାରରୁ ଓଡ଼ିଶାର ଉତ୍ତର ଉପକୂଳ ପର୍ଯ୍ୟନ୍ତ ଉତ୍ତରରୁ ଦକ୍ଷିଣରେ ଏକ ଟ୍ରଫଲାଇନ ରହିଛି। ଏହାର ପ୍ରଭାବରେ ମୌସୁମି ସକ୍ରିୟ ରହିବା ସହିତ ଗତ ୨୪ଘଣ୍ଟାରେ ଚାନ୍ଦବାଲି, ପାରାଦ୍ବୀପ, ଅନୁଗୋଳ, କେନ୍ଦୁଝର, ସୁନ୍ଦରଗଡ଼, ତାଳଚେର ଭବାନିପାଟଣା, ନୟାଗଡ଼, ଟିଟିଲାଗଡ଼, ଦାରିଙ୍ଗବାଡ଼ି ସମେତ ଅନ୍ୟ କେତେକ ଜିଲାରେ ସ୍ବଳ୍ପରୁ ମଧ୍ୟମ ବର୍ଷା ହୋଇଛି।

ପାଣିପାଗ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ଆସନ୍ତା ୪ଦିନ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷାର ସମ୍ଭାବନା ରହିଛି। ବିଶେଷ କରି ଆସନ୍ତା ୨ ତାରିଖରୁ ଅଧିକ ବର୍ଷାର ସମ୍ଭାବନା ଥିବା ବେଳେ ୩ ଓ ୪ରେ ରାଜ୍ୟର କିଛି ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବୁଲେଟିନରେ କୁହାଯାଇଛି।
ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଆସନ୍ତାକାଲି ଦକ୍ଷିଣ, ଉତ୍ତର ଅାଭ୍ୟନ୍ତରୀଣ ଓ ଉତ୍ତର ଉପକୂଳରେ ବର୍ଷାର ସମ୍ଭାବନା ରହିଛି। ବି​‌େ​ଶଷ କରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ଗଜପତି, ଗଞ୍ଜାମ, ରାୟଗଡ଼ା, କନ୍ଧମାଳ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜରେ ଘଡ଼ଘଡ଼ି ସହିତ ବର୍ଷା ହେବ। ୨ ତାରିଖରେ କୋରାପୁଟ, ମାଳକାନଗିରି, ନବରଙ୍ଗପୁର, ରାୟଗଡ଼ା, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରେ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାବେଳେ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ଗଞ୍ଜାମରେ ଘଡ଼ଘଡ଼ି ସହିତ ବର୍ଷା ହେବ। ୩ ଓ ୪ତାରିଖରେ ଦକ୍ଷିଣ ଏବଂ ଉତ୍ତର ଓଡ଼ିଶାର କିଛି ଜିଲାରେ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗଞ୍ଜାମ, କନ୍ଧମାଳ, ପୁରୀ ଓ ଜଗତସିଂହପୁରରେ ୩ ତାରିଖରେ ଏବଂ ଢ଼େଙ୍କାନାଳ, ଅନୁଗୋଳ, ଦେବଗଡ଼, ସମ୍ବଲପୁର ଓ ସୋନପୁରରେ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଡି ସମୟରେ ସମଗ୍ର ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ହେବ ବୋଲି ସୂଚନା ମିଳିଛି।

Hot this week

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

ଭାରସାମ୍ୟ ହରାଇ ଓଲଟିଲା ଟ୍ରକ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଛକ ନିକଟ ବର ଗଛ...

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

Related Articles

Popular Categories