www.samajalive.in
Saturday, December 6, 2025
26.1 C
Bhubaneswar

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ୪ଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର : ଜୁନ୍ ପହିଲାରୁ ୨୫ ତାରିଖ ସୁଦ୍ଧା ରାଜ୍ୟରେ ୯୪.୬ ମି.ମି ସ୍ବାଭାବିକ ବର୍ଷା ହେବା କଥା। କିନ୍ତୁ ୪୨ ପ୍ରତିଶତ କମ୍‌ ବର୍ଷା ହୋଇଛି। ନିଅଣ୍ଟିଆ ବର୍ଷା ଯୋଗୁଁ ଚାଷ କାର୍ଯ୍ୟ ପଛେଇଛି। ଆଗକୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଭଲ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ମଙ୍ଗଳବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଗାମୀ  ୪ ଦିନ ପର୍ଯ୍ୟନ୍ତ କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହୋଇପାରେ। ଆଉ କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏପରିକି ‌କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେସବୁ ଜିଲାକୁ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଅପରାହ୍ଣରେ ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡଘଡି ସହିତ ବର୍ଷା ହୋଇଛି। ଜଗତସିଂହପୁରରେ
ସବୁଠୁ ଅଧିକ ବର୍ଷା ୪୯.୨ମି.ମି ରେକର୍ଡ ହୋଇଥିବା ବେଳେ ନୟାଗଡ ୨୪ମି.ମି, ଦାରିଙ୍ଗବାଡି ୨୨ମି.ମି, ଚାନ୍ଦବାଲି ୨୨.୮ମି.ମି, କେନ୍ଦୁଝର ୪.୭ମି.ମି, ଭଦ୍ରକ ୮ମି.ମି, ବାରିପଦା ୯ ମି.ମି ଏବଂ ଯାଜପୁର ୫ମି.ମି ବର୍ଷା ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ରାୟଗଡ଼ା, ଗଜପତି, ଗଞ୍ଜାମ ଓ କନ୍ଧମାଳ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲାରେ ୭ରୁ ୧୧ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଝାରସୁଗୁଡ଼ା, ନୂଆପଡା, ବଲାଙ୍ଗିର, ସୁବର୍ଣ୍ଣପୁର, ବୌଦ୍ଧ ଏବଂ ବରଗଡ ଜିଲାରେ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ଉପରୋକ୍ତ ଜିଲାଗୁଡିକ ମଧ୍ୟରୁ କିଛି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦କି.ମି ବେଗରେ ପବନ ବହିପାରେ। ସେଥିପାଇଁ ଉପରୋକ୍ତ ଜିଲାଗୁଡିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପ୍ରବଳ ବର୍ଷା ଏବଂ କାଳବୈଶାଖୀ ଜନିତ ବିଜୁଳି ଘଡଘଡି ସହ ବର୍ଷା ନେଇ ସତର୍କ ରହିବାକୁ ସ୍ବତନ୍ତ୍ର ରିଲିଫ ଆୟୁକ୍ତ (ଏସଆରସି)ସତ୍ୟବ୍ରତ ସାହୁ ଜନସାଧାରଣ ଏବଂ ସମ୍ପୃକ୍ତ ଜିଲାର ଜିଲାପାଳଙ୍କୁ ନିର୍ଦେଶ ଦେଇଛନ୍ତି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories