www.samajalive.in
Sunday, December 7, 2025
18.1 C
Bhubaneswar

୬ରୁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର : ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଫଳସ୍ବରୂପ ରାଜ୍ୟର କେତେକ ଅଞ୍ଚଳରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହୋଇଛି। ଆସନ୍ତା ୬ତାରିଖ ବେଳକୁ ଏକ ନିମ୍ନଚାପ ରେଖା ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ବର୍ଷା ପରିମାଣ ବଢିବ ବୋଲି ଆକଳନ କରିଛି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର। ଉତ୍ତର ବାଂଲାଦେଶ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଗୋଟିଏ ପୂର୍ଣ୍ଣିବଳୟ ସକ୍ରିୟ ଥିବାବେଳେ ପୂର୍ବ ବିହାର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଆଉ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଗତ ୨୪ଘଣ୍ଟା ମଧ୍ୟରେ ସୁନ୍ଦରଗଡ, ଜଗତସିଂହପୁର, କନ୍ଧମାଳ ଏବଂ କଳାହାଣ୍ଡି ଆଦି ଜିଲାରେ ବର୍ଷା ହୋଇଛି। ଦାରିଙ୍ଗବାଡିରେ ସବୁଠୁ ଅଧିକ ୬୪ମି.ମି ବର୍ଷା ରେକର୍ଡ ହୋଇଥିବା ବେଳେ କଣ୍ଟାପଡା ୪୭ମି.ମି ଏବଂ ବାଲିକୁଦ ୪୫ମି.ମି ବର୍ଷା ରେକର୍ଡ ହୋଇଛି। ମଙ୍ଗଳବାର ରାଉରକେଲା, ସୁବର୍ଣ୍ଣପୁର, କେନ୍ଦୁଝର,ବାଲେଶ୍ବର ଏବଂ ଚାନ୍ଦବାଲିରେ ବର୍ଷା ହୋଇଛି। ୬ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି, କୋରାପୁଟ ଏବଂ ରାୟଗଡା ଜିଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ।

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories