www.samajalive.in
Saturday, December 6, 2025
26.1 C
Bhubaneswar

୭ରେ ଲଘୁଚାପ ସମ୍ଭାବନା: ଆଜି ପାଇଁ ୪ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ଵର: ଦକ୍ଷିଣ ପଶ୍ଚିମ ମୌସୁମୀ ସକ୍ରିୟ ହେବା ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ଆସନ୍ତା ୬ ତାରିଖ ବେଳକୁ ଏକ ନିମ୍ନ ଚାପରେଖା ଏବଂ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଯାହାର ପ୍ରଭାବରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ଅନ୍ୟପଟେ ଆସନ୍ତା ୭ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଯାହାଫଳରେ ଦକ୍ଷିଣ ଓଡିଶା ଏବଂ ଆନ୍ଧ୍ରପ୍ରଦେଶରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ବୁଧବାର ସନ୍ଧ୍ୟା ୫ଟା ସୁଦ୍ଧା କେନ୍ଦୁଝରରେ ୩୩.୩ ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ଚାନ୍ଦବାଲି ୨୧.୧ ମିମି, ଝାରସୁଗୁଡା ୧୦.୪ ମିମି, ଯାଜପୁରରେ ୮ ମିମି ବର୍ଷା ରେକର୍ଡ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର ଏବଂ ବରଗଡ ଜିଲ୍ଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ୪ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି।

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories