www.samajalive.in
Sunday, December 7, 2025
26.1 C
Bhubaneswar

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ୪ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ବର : ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଲଘୁଚାପ ରୂପ ନେବ କି ନାହିଁ ତାହା ଏପର୍ଯ୍ୟନ୍ତ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସ୍ପଷ୍ଟ କରାଯାଇ ନାହିଁ। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦେଶିକା ଡକ୍ଟର ମନୋରମା ମହାନ୍ତି କହିଛନ୍ତି, ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ଯୋଗୁଁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହେଉଛି। ଆଗକୁ ମୌସୁମୀ ଆହୁରି ସକ୍ରିୟ ହେବା ସମ୍ଭାବନା ଥିବା ଯୋଗୁଁ ଆସନ୍ତା ୪ଦିନ ପର୍ଯ୍ୟନ୍ତ ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ। ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବ ଓଡ଼ିଶା ଉପରେ କ’ଣ ରହିବ ଏବଂ ଏହା ଲଘୁଚାପ ରୂପ ନେବ କି ନାହିଁ ତାହା ଆଗକୁ ସ୍ପଷ୍ଟ କରାଯିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଅଞ୍ଚଳରେ ବିଜୁଳି ଘଡଘଡି ସହିତ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହୋଇପାରେ। କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ ଏବଂ ମାଲକାନଗିରି ଜିଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ନେଇ ଉପରୋକ୍ତ ଜିଲାଗୁଡିକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୋଳ, ସମ୍ବଲପୁର, ମାଲକାନଗିରି, କଟକ, ଖୋର୍ଦ୍ଧା, କଳାହାଣ୍ଡି ଏବଂ ବରଗଡର କେତେକ ଅଞ୍ଚଳରେ ବର୍ଷା ହୋଇଛି। ଶୁକ୍ରବାର ସକାଳ ସାଢେ ୮ଟାରୁ ସନ୍ଧ୍ୟା ସାଢେ ୫ଟା ସୁଦ୍ଧା ଢେଙ୍କାନାଳରେ ସର୍ବାଧିକ ୨୮.୨ ମି.ମି ବର୍ଷା ରେକର୍ଡ କରାଯାଇଛି। ପାଣିପାଗ ବିଶେଷଜ୍ଞ ଶ୍ରୀ ପଶୁପାଳକ କହିଛନ୍ତି, ଆସନ୍ତା ୭ ତାରିଖ ବେଳକୁ ଦକ୍ଷିଣ ଓଡ଼ିଶା ଉପକୂଳ ସଂଲଗ୍ନ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ୮ତାରିଖରେ ଏହାର ପ୍ରଭାବ ଆଭ୍ୟନ୍ତରୀଣ ଓଡ଼ିଶା ଓ ଛତିଶଗଡ ଉପରେ ରହିପାରେ। ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବ; କିନ୍ତୁ ଭାରୀ ବର୍ଷା ସମ୍ଭାବନା କମ। ପ୍ରତିଦିନ ଅନେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣ ବର୍ଷା ହୋଇପାରେ। ଦୁଇରୁ ତିନିଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୦ତାରିଖରୁ ବର୍ଷାର ପ୍ରକୋପ ବଢିବ। ଯେହେତୁ ମୌସୁମୀ ସକ୍ରିୟ ଅଧିକ ହେବ, ତେଣୁ ୧୦ରୁ ୧୫ ତାରିଖ ମଧ୍ୟରେ ଦକ୍ଷିଣ, ଆଭ୍ୟନ୍ତରୀଣ ଓ ଉପକୂଳରେ କିଛି ସ୍ଥାନରେ ମଧ୍ୟମ ଧରଣ ବର୍ଷା ହେବାକୁ ଥିବାବେଳେ ଅନେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଦିନ ଝିପିଝିପି ବର୍ଷା ଲାଗି ରହିବ। ଉଭୟ ୭ ଓ ୮ତାରିଖରେ ୩୦ରୁ ୩୫ମି.ମି ଲେଖାଏଁ ବର୍ଷା ହେବ। ୭ ଓ ୮ତାରିଖରେ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ଝିପିଝିପି ବର୍ଷା ଲାଗି ରହିବ ।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories