www.samajalive.in
Sunday, December 7, 2025
16.1 C
Bhubaneswar

ସକ୍ରିୟ ଘୂର୍ଣ୍ଣିବଳୟ: ଦକ୍ଷିଣରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ସଂଲଗ୍ନ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ମଧ୍ୟରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହିତ ସାରା ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଉଭୟ ଘୂର୍ଣ୍ଣିବଳୟ ଏବଂ ମୌସୁମୀ ବାୟୁ ସକ୍ରିୟ ଯୋଗୁଁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ହେବାକୁ ଥିବାବେଳେ ଉତ୍ତର ଓଡ଼ିଶାର ଅଳ୍ପ କେତେକ ସ୍ଥାନରେ ବର୍ଷା ହୋଇପାରେ। ଦକ୍ଷିଣ ଓଡ଼ିଶାର କୋରାପୁଟ, ରାୟଗଡା ଏବଂ ଗଜପତି ଜିଲାର ଗୋଟିଏରୁ ଦୁଇଟି ଅଞ୍ଚଳରେ ପ୍ରବଳ ବର୍ଷା ହେବା ସମ୍ଭାବନା ଥିବାରୁ ଏହି ତିନି ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ ଜିଲାରେ ପ୍ରବଳ ବର୍ଷା ହୋଇଛି। ବାରିପଦାରେ ୯୨ମି.ମି ବର୍ଷା ରେକର୍ଡ ହୋଇଥିବା ବେଳେ ସୁଳିଆପଦା ୭୮ମି.ମି, ଜାମଶୋଳାଘାଟରେ ୬୦.୬ମି.ମି ବର୍ଷା ହୋଇଛି। ଏଥିସହିତ ଅନୁଗୋଳ, ବରଗଡ, ନୟାଗଡ, ବୌଦ୍ଧ, ନୂଆପଡା, ରାୟଗଡା ଏବଂ ଗଞ୍ଜାମ ଜିଲାରେ ବର୍ଷା ହୋଇଥିଲା। ରବିବାର ଅପରାହ୍ଣରୁ ଭୁବନେଶ୍ବର କଟକ ସହିତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ତୁହାକୁ ତୁହା ବର୍ଷା ଲାଗି ରହିଥିଲା। ଭୁବନେଶ୍ବରରେ ୫୨.୬ମି.ମି ବର୍ଷା ରେକର୍ଡ ହୋଇଥିବା ବେଳେ କଟକ ୪୬.୨ମି.ମି, ଗୋପାଳପୁର ୧୬ମି.ମି, ଯାଜପୁର ୨୦ମି.ମି, ଦାରିଙ୍ଗବାଡି ୧୨ମି.ମି ଏବଂ ଫୁଲବାଣୀ ୧୬.୮ମି.ମି ବର୍ଷା ହୋଇଛି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories