www.samajalive.in
Saturday, December 6, 2025
14.1 C
Bhubaneswar

୧୯ରେ ପୁଣି ଏକ ଲଘୁଚାପ: ପ୍ରଭାବରେ ଏସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର : ଦକ୍ଷିଣ ଓଡ଼ିଶା ଉପକୂଳର ବଙ୍ଗୋପସାଗର ଏବଂ ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ଉତ୍ତର-ପଶ୍ଚିମ ଭାଗରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର କୋରାପୁଟ ଜିଲା ଲମତାପୁଟରେ ସର୍ବାଧିକ ୧୨୦.୪ ମି.ମି ବର୍ଷା ହୋଇଥିବାବେଳେ ନବରଙ୍ଗପୁର କୋଶଗୁମୁଡାରେ ୧୦୫.୨ମି.ମି ବର୍ଷା ରେକର୍ଡ କରାଯାଇଛି। ଏଥିସହିତ ଖୋର୍ଦ୍ଧା, ରାୟଗଡା, ନୟାଗଡ ଏବଂ ବରଗଡ ଜିଲାର ବିଭିନ୍ନ ଅଞ୍ଚଳରେ ତୁହାକୁ ତୁହା ବର୍ଷା ଲାଗି ରହିଛି। ଲଘୁଚାପ ଦକ୍ଷିଣ ଛତିଶଗଡ ଏବଂ ଏହାର ପାର୍ଶ୍ବବର୍ତ୍ତୀ ବିଦର୍ଭ ଅଞ୍ଚଳରେ ସକ୍ରିୟ ରହିଛି। ଆସନ୍ତା ୧୯ ତାରିଖ ବେଳକୁ ପଶ୍ଚିମ-କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଅନ୍ୟପଟେ ପାଣିପାଗ ମଡେଲ ଇସିଏମ୍‌ଡବ୍ଲ୍ୟୁଏଲଏଫ୍‌ ତା’ର ୧୫ଦିନିଆ ଆକଳନରେ ଦର୍ଶାଇଛି ଯେ, ୧୯ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏହା ଘନୀଭୂତ ହୋଇ ଅବପାତ ରୂପ ନେବା ସମ୍ଭାବନା ରହିଛି। ସମ୍ଭାବ୍ୟ ଅବପାତ ଦ୍ବାରା ଆନ୍ଧ୍ରପ୍ରଦେଶ, ତେଲଙ୍ଗାନା, ବିଦର୍ଭ, ଛତିଶଗଡ, ମଧ୍ୟପ୍ରଦେଶ, ଓଡ଼ିଶା, ପଶ୍ଚିମବଙ୍ଗ, ଝାଡଖଣ୍ଡ, ମହାରାଷ୍ଟ୍ର, ଗୁଜରାଟ, ମୁମ୍ବଇ, ଗୋଆ, କର୍ଣ୍ଣାଟକ ଏବଂ କେରଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୮ରୁ ୨୬ ତାରିଖ ପର୍ଯ୍ୟନ୍ତ ବର୍ଷା ହେବ। ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ। ସମ୍ଭାବ୍ୟ ବର୍ଷା ଦ୍ବାରା ଉପରୋକ୍ତ ରାଜ୍ୟଗୁଡିକ ମଧ୍ୟରୁ କେତେକ ଅଞ୍ଚଳରେ ବନ୍ୟା ପରିସ୍ଥିତି ଉପୁଜିବା ସମ୍ଭାବନା ରହିଛି। ୨୬ତାରିଖ ବେଳକୁ ପଶ୍ଚିମବଙ୍ଗ ସଂଲଗ୍ନ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ। ଏହାର ପ୍ରଭାବରେ ପୂର୍ବ, କେନ୍ଦ୍ରୀୟ ଏବଂ ଉତ୍ତର-ପଶ୍ଚିମ ଭାରତର କିଛି ରାଜ୍ୟରେ ୨୬ରୁ ୩୧ ତାରିଖ ମଧ୍ୟରେ ବର୍ଷା ହେବ ବୋଲି ଇସିଏମ୍‌ଡବ୍ଲ୍ୟୁଏଲଏଫ୍‌ ତା’ର ରିପୋର୍ଟରେ ଉଲ୍ଲେଖ କରିଛି। ଛତିଶଗଡ, ମଧ୍ୟପ୍ରଦେଶ, ଝାଡଖଣ୍ଡ ଏବଂ ଓଡ଼ିଶାରେ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ରାଜ୍ୟରେ ମଧ୍ୟ ବନ୍ୟା ପରିସ୍ଥିତି ଉପୁଜିବା ସମ୍ଭାବନାକୁ ଏଡାଇ ଦିଆଯାଇ ନପାରେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories