www.samajalive.in
Monday, December 8, 2025
27.1 C
Bhubaneswar

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ୧୨ ଘଣ୍ଟାରେ ଘନୀଭୂତ ହୋଇ ସାମୁଦ୍ରିକ ଝଡ ବା ବାତ୍ୟାର ନେବ ରୂପ

ଭୁବନେଶ୍ୱର : ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇ ୧୨ ଘଣ୍ଟାରେ ଘନୀଭୂତ ହୋଇ ସାମୁଦ୍ରିକ ଝଡ ବା ବାତ୍ୟା ରୂପ ନେବା ସମ୍ଭବାନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ବର୍ତ୍ତମାନ ଏହା ଗୋପାଳପୁର ଠାରୁ ପୂର୍ବ ଓ ଦକ୍ଷିଣ ପୂର୍ବରେ ୫୧୦ କିମି ଦୂରରେ ରହିଛି। ଶେଷ ୬ ଘଣ୍ଟାରେ ଏହା ୧୨ କିମି ବେଗରେ ଉପକୂଳ ଆଡେ ମୁହାଁଉଛି। ଏହି ସାମୁଦ୍ରିକ ଝଡ ଆସନ୍ତାକାଲି ସନ୍ଧ୍ୟା ସୁଦ୍ଧା ସ୍ଥଳଭାବ ଛୁଇଁବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ଏହି ବାତ୍ୟା ଗୋପାଳପୁର ଓ ବିଶାଖାପାଟଣା ମଝି କଳିଙ୍ଗପତନମରେ ସ୍ଥଳଭାଗ ସ୍ପର୍ଶ କରିପାରେ। ସ୍ଥଳଭାଗ ଛୁଇଁବା ସମୟରେ ପବନର ବେଗ ଘଣ୍ଟାକୁ ୭୦ ରୁ ୮୦ କିମି ରହିବ। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ମତ୍ସ୍ୟଜୀବୀଙ୍କୁ ଆଜି ଠାରୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି। ସାମୁଦ୍ରିକ ଝଡ ପ୍ରଭାବରେ ଦକ୍ଷିଣ ଓଡିଶାର ଜିଲାଗୁଡିକ ପ୍ରଭାବିତ ହେବାର ଆଶଙ୍କା କରାଯାଉଛି। ଗଜପତି,ଗଞ୍ଜାମ,କୋରାପୁଟ,ମାଲକାନଗିରି, ରାୟଗଡା ଓ କନ୍ଧମାଳ। ଏହି ଜିଲା ଗୁଡିକରେ ଅକସ୍ମାତ ବନ୍ୟା ଓ ଭୂସ୍ଖଳନ ପରିସ୍ଥିତି ଉପୁଜିପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି।

Hot this week

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

Related Articles

Popular Categories