www.samajalive.in
Saturday, December 6, 2025
26.1 C
Bhubaneswar

ଭିଜିବ ଦଶହରା,ଭସାଣି ! ଅଷ୍ଟମୀ,ନବମୀରେ ପାଗ ଶୁଖିଲା

ଭୁବନେଶ୍ୱର : ଦଶହରା,ଭସାଣିରେ ବର୍ଷା ସମ୍ଭାବନା। ଏନେଇ ଗୁରୁବାର ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ୨୪ରେ ହାଲୁକା ଓ ୨୫ରେ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ୨୪ ତାରିଖ ଦଶହରାରେ ହାଲୁକା ଓ ୨୫ ତାରିଖ ଭସାଣିରେ ରାଜ୍ୟରେ ବର୍ଷା ପରିମାଣ ଅଧିକ ରହିବା ସମ୍ଭାବନା ରହିଛି। ତେବେ ୨୦ ରୁ ୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବା ନେଇ ପୂର୍ବାନୁମାନ କରାଯାଇଛି।
ସୂଚନା ଯୋଗ୍ୟ, ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଗୁରୁବାର ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣି ବଳୟଟି କାଳକ୍ରମେ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ। ଉତ୍ତରପଶ୍ଚିମକୁ ଗତି କରି ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି। ୨୦ ତାରିଖ ସୁଦ୍ଧା ଲଘୁଚାପର ରୂପ ନେବାର ସମ୍ଭାବନା ଥିବା ନେଇ ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର (ଆଇଏମଡି)ଙ୍କ ପକ୍ଷରୁ ସୂଚନା ମିଳିଛି।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories