www.samajalive.in
Friday, December 5, 2025
26.1 C
Bhubaneswar

ଘୂର୍ଣ୍ଣିବଳୟ ସୃଷ୍ଟି, ଆଜିଠୁ ୧୩ ଯାଏ ବର୍ଷା

ଭୁବନେଶ୍ବର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ବବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୯ ତାରିଖ ଅର୍ଥାତ ମଙ୍ଗଳବାରଠାରୁ ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନା ଅନୁସାରେ, ମଙ୍ଗଳବାର ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୦ ତାରିଖରୁ ବର୍ଷାର ପରିମାଣ ବଢ଼ିବ। ସେହିପରି ୧୩ ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ, ମଙ୍ଗଳବାର କୋରାପୁଟ ଏବଂ ମାଲାକାନଗିରି ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଅନ୍ୟ କେତେକ ଜିଲାରେ ମଧ୍ୟ ସମ୍ଭାବନା ରହିଛି। ୧୦ ତାରିଖରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲାର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ବାକି ଜିଲାଗୁଡ଼ିକରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୧୧ରେ ମାଲକାନଗିରି ଓ କୋରାପୁଟ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବାବେଳେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ। ଏହି ଦୁଇ ଜିଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମୟୂରଭଞ୍ଜ, କେନ୍ଦୁଝର, ରାୟଗଡ଼ା, ଗଜପତି ଓ ନବରଙ୍ଗପୁର ଜିଲାର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ। ୧୨ ଓ ୧୩ ତାରିଖରେ କୋରାପୁଟ, ମାଲକାନାଗିରି, ନବରଙ୍ଗପୁର ଓ ନୂଆପଡ଼ା ଜିଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରାଯାଇଛି।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories