www.samajalive.in
Monday, December 15, 2025
24.1 C
Bhubaneswar

୧୯ ଯାଏ ବର୍ଷା, ୧୨ ଜିଲାକୁ ସତର୍କତା

ଭୁବନେଶ୍ବର: ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡଘଡି ସହିତ ବର୍ଷା ହୋଇଛି। ଆସନ୍ତା ୧୯ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ସହିତ ବଜ୍ରପାତ ଏବଂ ଘଣ୍ଟାପ୍ରତି ୩୦ରୁ ୪୦କି.ମି. ବେଗରେ ପବନ ବହିବା ସମ୍ଭାବନା ରହିଛି। ଚାନ୍ଦବାଲି,  ଭୁବନେଶ୍ବର, ପାରାଦ୍ବୀପ, ଗୋପାଳପୁର, ପୁରୀ, ଅନୁଗୋଳ, ବାରିପଦା, ଝାରସୁଗୁଡା, କେନ୍ଦୁଝର, ସୁନ୍ଦରଗଡ, ଛତ୍ରପୁର, ବୌଦ୍ଧ, ନୟାଗଡ,  ଖୋର୍ଦ୍ଧା, କେନ୍ଦ୍ରାପଡା, ଜଗତସିଂହପୁର ବରଗଡ, ଯାଜପୁର, ଢେଙ୍କାନାଳ ଆଦି ଜିଲାରେ ବର୍ଷା ପବନ ହୋଇଛି।  ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ଥିବାବେଳେ ପୂର୍ବ ମଧ୍ୟପ୍ରଦେଶ, ବାଂଲାଦେଶ, ଛତିଶଗଡ, ଝାଡଖଣ୍ଡ, ପଶ୍ଚିମବଙ୍ଗରେ ଏକ ନିମ୍ନଚାପ ରେଖା ସୃଷ୍ଟି ହୋଇଛି।

ଏହାର ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ସୁନ୍ଦରଗଡ, କେନ୍ଦୁଝର,  ଝାରସୁଗୁଡା, ବରଗଡ,  ମୟୂରଭଞ୍ଜ ଏବଂ ବାଲେଶ୍ବର ଜିଲାକୁ ବଜ୍ରପାତ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।  ସମ୍ବଲପୁର, ଦେବଗଡ, ଭଦ୍ରକ, ଯାଜପୁର, ଅନୁଗୋଳ, ଢେଙ୍କାନାଳ, ଗଜପତି, ରାୟଗଡା, କୋରାପୁଟ, କଳାହାଣ୍ଡି, ନୂଆପଡା ଏବଂ ବଲାଙ୍ଗିର ଜିଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ସେହିପରି  କେନ୍ଦ୍ରାପଡା,  କଟକ,  ଜଗତସିଂହପୁର,  ପୁରୀ,  ଖୋର୍ଦ୍ଧା, ନୟାଗଡ,  ଗଞ୍ଜାମ,  ସୁବର୍ଣ୍ଣପୁର,  ବୌଦ୍ଧ,  କନ୍ଧମାଳ,  ନବରଙ୍ଗପୁର ଏବଂ ମାଲକାନଗିରି ଜିଲାକୁ ବିଜୁଳି ଘଡଘଡି ସହ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆଜି ସର୍ବାଧିକ ତାପମାତ୍ରା ସମ୍ବଲପୁରରେ ୪୦.୨ ଡିଗ୍ରୀ ଥିବାବେଳେ ହୀରାକୁଦ ୩୯.୭,  ସୁନ୍ଦରଗଡ ୩୮, ଝାରସୁଗୁଡା ୩୯.୬, ଭୁବନେଶ୍ବର ଏବଂ କଟକରେ ୩୬.୨ଡିଗ୍ରୀ ଲେଖାଏଁ ରହିଛି। ଆଗାମୀ ୩ଦିନ ମଧ୍ୟରେ ଦିନ ତାପମାତ୍ରା ୨ରୁ ୪ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବାର ସମ୍ଭାବନା ରହିଛି।

- Advertisement -

 

Hot this week

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

Related Articles

Popular Categories