www.samajalive.in
Monday, December 15, 2025
24.1 C
Bhubaneswar

୨୫ ବେଳକୁ ବଡ଼ ବର୍ଷା

ଭୁବନେଶ୍ବର: ଆସନ୍ତା ୨୫ତାରିଖ ବେଳକୁ ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ସମ୍ଭାବ୍ୟ ଘୂର୍ଣ୍ଣିବଳୟ ଲଘୁଚାପ ରୂପ ନେବ କି ନାହିଁ ତାହା ପାଣିପାଗ ବିଭାଗ ପକ୍ଷରୁ କିଛି ସ୍ପଷ୍ଟ କରାଯାଇ ନାହିଁ। ହେଲେ ଆସନ୍ତା ୨୫ ଓ ୨୬ତାରିଖରେ ଉତ୍ତର ଓଡ଼ିଶାର ଜିଲା ଗୁଡ଼ିକରେ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି। କିନ୍ତୁ ପାଣିପାଗ ବିଶେଷଜ୍ଞ ଶରତ ସାହୁ କହିଛନ୍ତି, ସମ୍ଭାବ୍ୟ ଘୂର୍ଣ୍ଣିବଳୟ ଲଘୁଚାପ ରୂପ ନେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାବେଳେ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ମଧ୍ୟ ବର୍ଷା ହେବ। ସୂଚନାଯୋଗ୍ୟ, ଲଘୁଚାପ ପ୍ରଭାବରେ ଝାଡ଼ଖଣ୍ଡରେ ଅତି ପ୍ରବଳ ବର୍ଷା ହୋଇଥିଲା। ଝାଡ଼ଖଣ୍ଡର ଗାଲୁଡ଼ିହିରୁ ଉଦବୃତ୍ତ ବର୍ଷାପାଣି ସୁବର୍ଣ୍ଣରେଖାକୁ ନିଷ୍କାସନ ହେବାରୁ ଜଳେଶ୍ୱର, ବସ୍ତା, ବାଲିଆପାଳ ଓ ଭୋଗରାଇ ବ୍ଲକରେ ବନ୍ୟାସ୍ଥିତି ସୃଷ୍ଟି ହୋଇଛି। ଲୋକେ ବନ୍ୟା ପାଣିଘେରରେ ରହିଛନ୍ତି। ଏପଟେ ପାଣିପାଗ ବିଭାଗର ପୂର୍ବାନୁମାନ, ଆସନ୍ତା ମଙ୍ଗଳବାରଠାରୁ ବାଲେଶ୍ବର ସମେତ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ବାଲେଶ୍ବର ବନ୍ୟା ପରିସ୍ଥିତିକୁ ଏହି ବର୍ଷା ଆହୁରି ଜଟିଳ କରିପାରେ।

ଅନ୍ୟପକ୍ଷରେ ଦକ୍ଷିଣ-ପଶ୍ଚିମ ମୌସୁମି ସକ୍ରିୟ ଥିବାରୁ ରବିବାର ପାରାଦ୍ବୀପ, କୋରାପୁଟ, ମାଲକାନଗିରି, ରାୟଗଡ଼ା ଏବଂ ଭଦ୍ରକରେ ବର୍ଷା ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଭଦ୍ରକ, କନ୍ଧମାଳ, ରାୟଗଡ଼ା ଏବଂ କୋରାପୁଟ ଜିଲାକୁ ବଜ୍ରପାତ ସହ ବର୍ଷା ନେଇ ସତର୍କତା ଜାରି କରାଯାଇଛି। ଉପରୋକ୍ତ ଜିଲାଗୁଡ଼ିକ ମଧ୍ୟରୁ କିଛି ଅଞ୍ଚଳରେ ଘଣ୍ଟା ପ୍ରତି ୩୦ରୁ ୪୦କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି। ମଙ୍ଗଳବାରଠାରୁ ମୟୂରଭଞ୍ଜ, ବାଲେଶ୍ବର ଏବଂ କେନ୍ଦୁଝର ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories