www.samajalive.in
Monday, December 15, 2025
24.1 C
Bhubaneswar

୨୫ ବେଳକୁ ଲଘୁଚାପ ; ନେଇପାରେ ଅବପାତ ରୂପ

ଭୁବନେଶ୍ବର: ପୂର୍ବ-କେନ୍ଦ୍ରୀୟ ଏବଂ ତତ୍‌ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗର ଏବଂ ମିଆଁମାର ଓ ବାଂଲାଦେଶ ଉପକୂଳରେ ଆସନ୍ତା ୨୫ତାରିଖ ବେଳକୁ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସ୍ପଷ୍ଟ କରିଛି। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହେବ। କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦେଶିକା ଡ. ମନୋରମା ମହାନ୍ତି କହିଛନ୍ତି। କିନ୍ତୁ କିଛି ପାଣିପାଗ ବିଶେଷଜ୍ଞଙ୍କ ଆକଳନ ସମ୍ଭାବ୍ୟ ଲଘୁଚାପ ଘନୀଭୂତ ହୋଇ ଅବପାତ କିମ୍ବା ଗଭୀର ଅବପାତ ରୂପ ନେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର ଜିଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।

ଆଜି ବାରିପଦା, ସମ୍ବଲପୁର, ବଲାଙ୍ଗିର, କୋରାପୁଟ, ଦାରିଙ୍ଗବାଡ଼ି, ନୂଆପଡ଼ା ଜିଲାର କିଛି ଅଞ୍ଚଳରେ ବର୍ଷା ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି ଏବଂ ବାଲେଶ୍ବର ଜିଲାକୁ ବଜ୍ରପାତ ସହ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ପାଣିପାଗ ବିଶେଷଜ୍ଞ ଶରତ ସାହୁ କହିଛନ୍ତି, ସମ୍ଭାବ୍ୟ ଲଘୁଚାପ ଘନୀଭୂତ ହୋଇ ଅବପାତ କିମ୍ବା ଗଭୀର ଅବପାତରେ ପରିଣତ ହୋଇପାରେ। ଲଘୁଚାପ ସୃଷ୍ଟି ହେବାପରେ ଅବପାତ ଉପରେ ସ୍ପଷ୍ଟ ଆକଳନ କରାଯାଇ ପାରିବ। ଆସନ୍ତା ୨୪ ତାରିଖ ବେଳକୁ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ବର୍ଷା ସମ୍ଭାବନା ରହିଛି। ଉପକୂଳ, ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ହୋଇପାରେ।

Hot this week

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

Related Articles

Popular Categories