www.samajalive.in
Saturday, December 6, 2025
26.1 C
Bhubaneswar

ଲଘୁଚାପ ସକ୍ରିୟ: ୩୧ ଯାଏ ପ୍ରବଳ ବର୍ଷା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଏବଂ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ମଙ୍ଗଳବାର ଲଘୁଚାପ ରୂପ ନେଇଛି। ଏହା ୪୮ଘଣ୍ଟା ମଧ୍ୟରେ ଉତ୍ତରରେ ଗତି କରି ଅଧିକ ଘନୀଭୂତ ହୋଇପାରେ। ଲଘୁଚାପ ପ୍ରଭାବରେ ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ପରବର୍ତ୍ତୀ ଦୁଇଦିନ ବଜ୍ରପାତ ସହ ପ୍ରବଳ ବର୍ଷା ହୋଇପାରେ। ଏହି ସମୟରେ ଘଡ଼ଘଡ଼ି ସହିତ ବର୍ଷା ସାଙ୍ଗକୁ ଘଣ୍ଟାପ୍ରତି ୫୦ରୁ ୬୦କି.ମି. ବେଗରେ ପବନ ବହିପାରେ। ଏଥିପାଇଁ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ଏସଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସମସ୍ତ ଜିଲାପାଳଙ୍କୁ ସତର୍କ ରହିବା ପାଇଁ ନିର୍ଦେଶ ଦିଆଯାଇଛି।

ଲଘୁଚାପ ପ୍ରଭାବରେ ମଙ୍ଗଳବାର ଭୁବନେଶ୍ବର ସମେତ ବାଲେଶ୍ବର, ଚାନ୍ଦବାଲି, କଟକ, ପାରାଦ୍ବୀପ, ସମ୍ବଲପୁର, ଦାରିଙ୍ଗବାଡି, ଭଦ୍ରକ, ଯାଜପୁର, ଖୋର୍ଦ୍ଧା, ହୀରାକୁଦ ଏବଂ ପୁରୀ ଆଦି ଅଞ୍ଚଳରେ ବର୍ଷା ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଜଗତସିଂହପୁର, ପୁରୀ, କଟକ, କୋରାପୁଟ ଏବଂ ରାୟଗଡା ଜିଲାର କିଛି ଅଞ୍ଚଳରେ ଅତି ପ୍ରବଳ ବର୍ଷା ହୋଇପାରେ। ଉପରୋକ୍ତ ଜିଲା ଗୁଡିକ ମଧ୍ୟରୁ କିଛି ଅଞ୍ଚଳରେ ଘଣ୍ଟାପ୍ରତି ୫୦ରୁ ୬୦କି.ମି. ବେଗରେ ପବନ ବହିବା ସମ୍ଭାବନା ରହିଛି। ଉକ୍ତ ଜିଲା ଗୁଡିକୁ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ମାଲକାନଗିରି, ନବରଙ୍ଗପୁର, କନ୍ଧମାଳ, କଳାହାଣ୍ଡି, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡା, ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, ଅନୁଗୋଳ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡା ଏବଂ ବଲାଙ୍ଗିର ଜିଲାକୁ ବଜ୍ରପାତ ସହ ବର୍ଷା ପାଇଁ ସତର୍କ ସୂଚନା ଦିଆଯାଇଛି। ବର୍ଷା ପ୍ରଭାବରେ ସବୁଠି ତାମପାତ୍ରା କମିଛି। ବାଲେଶ୍ବର, ଚାନ୍ଦବାଲି, ଦାରିଙ୍ଗବାଡି, ଭଦ୍ରକ ଜିଲାରେ ଦିନ ତାପମାତ୍ରା ୩୦ଡିଗ୍ରୀ ତଳକୁ ଖସି ଆସିଛି। ଆସନ୍ତା ସପ୍ତାହ ପର୍ଯ୍ୟନ୍ତ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ।

- Advertisement -

ଅନ୍ୟ ଏକ ପାଣିପାଗ ଆକଳନ ସଂସ୍ଥା ପକ୍ଷରୁ କୁହାଯାଇଛି ଯେ, ଓଡ଼ିଶା ଉପକୂଳରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି, ଯାହାକି ପରବର୍ତ୍ତୀ ସମୟରେ ଅବପାତରେ ପରିଣତ ହୋଇ ଉତ୍ତର-ପୂର୍ବ ଦିଗରେ ଗତି କରିପାରେ। ଏହାର ପ୍ରଭାବରେ ସାରା ରାଜ୍ୟରେ ବୃଷ୍ଟିପାତ ହୋଇପାରେ। ଉପକୂଳ ଏବଂ ଉତ୍ତର ଓଡ଼ିଶାର ଜିଲାଗୁଡ଼ିକରେ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ମେ’ ୨୮ରୁ ୩୦ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର ଢ଼େଙ୍କାନାଳ, ଅନୁଗୋଳ, ସୁନ୍ଦରଗଡ଼଼, ଦେବଗଡ଼଼, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ନୟାଗଡ଼଼ ଓ ଗଞ୍ଜାମ ଜିଲାରେ ଅଧିକ ବର୍ଷା ହୋଇପାରେ। ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଗୁରୁବାର ସୁଦ୍ଧା ଓଡ଼ିଶାରେ ପ୍ରବେଶ କରିବାର ସମ୍ଭାବନା ରହିଛି। ଜୁନ ୧ରୁ ୩ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବା ସହ ଦିନର ତାପମାତ୍ରା ବୃଦ୍ଧି ପାଇପାରେ ମାତ୍ର ଏହା ପରେ ବର୍ଷା ପରିମାଣ ବଢ଼ିବ।

 

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories