www.samajalive.in
Sunday, December 7, 2025
23.1 C
Bhubaneswar

ଗୋବରୀ ନଦୀ ନିକଟରୁ ମିଳିଲା ୱେବ ସାମ୍ବାଦିକଙ୍କ ମୃତଦେହ, ହତ୍ୟା ସନ୍ଦେହ

ମହାକାଳପଡ଼ା: କେନ୍ଦ୍ରପଡ଼ା ଜିଲା ମହାକାଳପଡ଼ା ଭିତରସୋବକା ଗୋବରୀ ନଦୀ ନିକଟରୁ ଜଣେ ୱେବ ସାମ୍ବାଦିକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ୱେବ ସାମ୍ବାଦିକ ବଡ଼ମଠ ଗାଁର କଳ୍ପତରୁ ରାଉତରାୟ ବୋଲି ଜଣାପଡ଼ିଛି। ଘଟଣାସ୍ଥଳରେ ମହାକାଳପଡ଼ା ପୁଲିସ ପହଞ୍ଚି ମୃତଦେହ ଜବତ ସହ ତଦନ୍ତ ଆରମ୍ଭ କରିଛି।

ମହାକାଳପଡ଼ା ଭିତରସୋବକା ଗୋବରୀ ନଦୀ ନିକଟରେ ଜଣେ ବ୍ୟକ୍ତିଙ୍କ ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋୋକ ପୁଲିସକୁ ଖବର ଦେଇଥିଲେ। ମହାକାଳପଡ଼ା ଥାନା ପୁଲିସ ଘଟଣାସ୍ଥଳକୁ ଯାଇ ସେଠାରୁ ମୃତଦେହ ଉଦ୍ଧାର କରିଥିଲେ। ସ୍ଥାନୀୟ ଲୋକେ ମୃତଦେହ ୱେବ ସାମ୍ବାଦିକ କଳ୍ପତରୁ ରାଉତରାୟଙ୍କର ବୋଲି ଚିହ୍ନଟ କରିଥିଲେ। ତାଙ୍କୁ କେହି ହତ୍ୟା ପରେ ଏଠାରେ ଗୋବରୀ ନଦୀ ନିକଟରେ ଫୋପାଡ଼ି ଦେଇଥିବା ଅଭିଯୋଗ କରିଥିଲେ। ମହାକାଳପଡ଼ା ୱେବ ସାମ୍ବାଦିକ କଳ୍ପତରୁ ରାଉତରାୟଙ୍କୁ ହତ୍ୟା କରାଯାଇଥିବା ସନ୍ଦେହରେ ପୁଲିସ ଏକ ମାମଲା ରୁଜୁ ସହ ତଦନ୍ତ ଆରମ୍ଭ କରିଛି।

Hot this week

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

Related Articles

Popular Categories