www.samajalive.in
Monday, December 15, 2025
26.1 C
Bhubaneswar

ବୁଧବାର ରାଶିଫଳ ( ୦୮-୦୪-୨୦୨୦ )

ମେଷ: ଦୃଢ଼ ମନୋବଳଯୁକ୍ତ ହେବେ। ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ। ଶୁଭ ସମାଚାର ପାଇ ଖୁସି ହୋଇପାରନ୍ତି। ବ୍ୟସ୍ତତା ମଧ୍ୟରେ ଦିନଟି ଅତିବାହିତ ହେବ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ଅଛି। ଋଣପରିଶୋଧ କରିବେ।
ବୃଷ: ସୁଯୋଗ ହାତଛଡ଼ା କରନ୍ତୁ ନାହିଁ। ପଢ଼ା-ପଢ଼ିରେ ମନୋନିବେଶ କରିପାରନ୍ତି। ଅର୍ଥ ପ୍ରାପ୍ତିର ସୁଯୋଗ ସୃଷ୍ଟି ହୋଇଛି। ଶୁଭ ଖବର ପାଇ ଖୁସି ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ।
ମିଥୁନ: ପ୍ରତିରୋଧର ସମ୍ମୁଖୀନ ହୋଇପାରନ୍ତି। କେତେକ କ୍ଷେତ୍ରରେ ଭୁଲବୁଝାମଣା ଘଟିପାରେ। ପରିଶ୍ରମ ଅତ୍ୟଧିକ ହୋଇପାରେ; ମାତ୍ର ତା’ର ମୂଲ୍ୟ ପାଇ ସନ୍ତୁଷ୍ଟ ହେବେ। ଉଲ୍ଲେଖନୀୟ କାର୍ଯ୍ୟ କରି ଲୋକପ୍ରିୟତା ଅର୍ଜନ କରିବେ।
କର୍କଟ: ଉଚ୍ଚ ପ୍ରଶଂସା ଲାଭ କରିପାରନ୍ତି। ଆର୍ଥିକ କ୍ଷେତ୍ରରେ ସ୍ୱଚ୍ଛଳତା ଦେଖାଦେବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ପ୍ରଶସ୍ତ ରହିଛି। ଭଗବତ୍‍ ଚିନ୍ତାରେ ମଗ୍ନ ହେବେ। ଦେବ ଦର୍ଶନର ସୁଯୋଗ ମିଳିିବ। ଅଶାନ୍ତି ଦୂର ହେବ। ସରକାରୀ ସ୍ତରରୁ ଲାଭ ମିଳିବ।
ସିଂହ: ସୌଭାଗ୍ୟଯୁକ୍ତ ହେବେ। ସମ୍ମାନିତ ହେବା ଆଶା କରାଯାଏ। ଧନାଗମର ସୂଚନା ମିଳୁଛି। ବିବାଦୀୟ ଘଟଣାରେ ବିଜୟୀ ହେବେ। ମାନସିକ ଅଶାନ୍ତି ଦୂର ହେବ।
କନ୍ୟା: ରୋଜଗାର ବୃଦ୍ଧି ହୋଇପାରେ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭ ଉଠାଇ ପାରନ୍ତି। ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସ୍ଥ ଓ ନିରାମୟ ରହିବେ। ଚିନ୍ତାଧାରା ଉନ୍ନତମାନର ହେବ। ନୂଆ ବନ୍ଧୁ ଜୁଟିବେ।
ତୁଳା: ପ୍ରତାରିତ ହୋଇପାରନ୍ତି। ଅଯଥା ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ହେବା ଭଲ। ସ୍ୱାର୍ଥକୁ ଜଳାଞ୍ଜଳି ଦେଇ ଅନ୍ୟାୟର ପ୍ରତିକାର କରିବେ। ଶୁଭକାର୍ଯ୍ୟରେ ଖର୍ଚ୍ଚାନ୍ତ ହେବେ। ବନ୍ଧୁ ବିରୋଧ ଘଟିପାରେ। ସ୍ନେହପୂର୍ଣ୍ଣ ଭାଷାରେ ପରକୁ ଆପଣାର କରିବେ।
ବିଛା: ଆୟ ବୃଦ୍ଧିର ସୂଚନା ମିଳୁଛି। ସୁସମ୍ବାଦ ପାଇ ଉତ୍‍ଫୁଲ୍ଲିତ ହେବେ। ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିପାରନ୍ତି। ସତ୍‍କର୍ମରେ ନିଜକୁ ନିୟୋଜିତ କରିବେ। ବ୍ୟବସାୟ ଲାଭଜନକ ହେବ। ସରକାରୀ କୃପା ମିଳିବ।
ଧନୁ: ମନସ୍କାମନାପୂର୍ଣ୍ଣ ହେବ। ଶ୍ରମ ସାର୍ଥକ ହେବ। ସୁସମ୍ବାଦ ପାଇ ଆନନ୍ଦ ଅନୁଭବ କରିବେ। କର୍ମକ୍ଷେତ୍ରରେ ଅପୂର୍ବ ସଫଳତା ପାଇବେ। ଆର୍ଥିକ କ୍ଷେତ୍ରରେ ସ୍ୱଚ୍ଛଳତା ଦେଖାଦେବ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ଅଛି। ବିବାଦରେ ବିଜୟୀ ହେବେ।
ମକର: ଜଟିଳ କାର୍ଯ୍ୟରେ ସୁଧାର ଆଣିପାରନ୍ତି। ଦାନ-ଧର୍ମପରାୟଣ ହୋଇପାରନ୍ତି। କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। କ୍ଷମତାର ଅଭିବୃଦ୍ଧି ଘଟାଇ ତା’ର ସଦ୍‍ବ୍ୟବହାର କରିପାରନ୍ତି। ବିବାଦୀୟ ଘଟଣାରେ ବିଜୟୀ ହେବେ।
କୁମ୍ଭ: ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଉତ୍ତମ ମିତ୍ର, ଯାନବାହନ ସୌଖ୍ୟ ଲାଭ କରିପାରନ୍ତି। ଦେବପୂଜା ନିରତ ହେବେ। ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ରହିବେ।
ମୀନ: ଅସାଧ୍ୟ ସାଧନ କରିପାରନ୍ତି। ସୁଖକର ଘଟଣା ଘଟିପାରେ। କର୍ମକ୍ଷେତ୍ର ଆନନ୍ଦଦାୟକ ହେବ। ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଆନନ୍ଦ ଉପଭୋଗ କରିପାରନ୍ତି। ବନ୍ଧୁ ସହାୟତାରୁ ସୁଖପ୍ରାପ୍ତ ହେବେ।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories