www.samajalive.in
Sunday, December 14, 2025
19.1 C
Bhubaneswar

ବୁଧବାର ରାଶିଫଳ (୧୮-୧୧-୨୦୨୦)

ମେଷ: ଜନ ସଂପର୍କ ବୃଦ୍ଧି ପାଇବ। କାର୍ଯ୍ୟରେ ସଫଳତା ପାଇବେ। ଅଧିକ କ୍ଷମତା ହାସଲ କରି ତା’ର ସଦ୍‍ବ୍ୟବହାର କରିପାରନ୍ତି। ପ୍ରତିଯୋଗିତାରେ ବିଜୟୀ ହେବେ। ମନ୍ତ୍ରଣାଦାତା ହେବେ। ସୁକୃତି ସମ୍ପନ୍ନ ହେବେ।

ବୃଷ: ସ୍ୱାଭିମାନୀ ହୋଇପାରନ୍ତି। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ବନ୍ଧୁମାନେ କରଛଡ଼ା ଦେଇପାରନ୍ତି। ଖର୍ଚ୍ଚାନ୍ତ ହେବେ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ।

- Advertisement -

ମିଥୁନ: ସୁଖ ସମ୍ଭୋଗର ଦିନଟି ଆଜି। ବହୁ ଆନନ୍ଦଦାୟକ ଘଟଣା ଘଟିବ। କର୍ମକ୍ଷେତ୍ରରେ ସଫଳତା ମିଳିବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ଆନନ୍ଦ ଉପଭୋଗ କରିପାରନ୍ତି।

କର୍କଟ: ବିଭିନ୍ନ ଦିଗରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ। ଶୁଭଖବର ପାଇ ଭାବ ବିହ୍ୱଳ ହୋଇପାରନ୍ତି। ଶୁଭକାର୍ଯ୍ୟ ସମୟ ଅନୁକୂଳ ରହିଛି। ଋଣ ପରିଶୋଧ କରିପାରନ୍ତି।

ସିଂହ: ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ପାଇବେ। ଅଧ୍ୟାପନା ପାଇଁ ଅଧ୍ୟୟନରତ ହେବେ। ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିପାରନ୍ତି। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ସୁସମ୍ବାଦ ପାଇ ଖୁସି ହେବେ। ଦାମ୍ପତ୍ୟ ସୁଖ ମିଳିବ।

କନ୍ୟା: ଶୁଭାଶୁଭ ମିଶ୍ରିତ ଫଳ ମିଳିବ। ପରିଶ୍ରମ ଯେତେ କଠିନ ହେଉ ନା କାହିଁକି ତା’ର ମୂଲ୍ୟ ମିଳିବ। ନାନା ବିଭବରେ ମଣ୍ଡିତ ହୋଇପାରନ୍ତି। ସୁବକ୍ତା ହେବେ। ଶ୍ରେଷ୍ଠ ସ୍ଥାନ ଲାଭ କରିବେ। ପତ୍ନୀ, ପୁତ୍ର ସୁଖ ମିଳିବ। ସନ୍ତୁଷ୍ଟ ହେବେ।

ତୁଳା: ଆର୍ଥିକ କ୍ଷେତ୍ରରେ ସ୍ୱଚ୍ଛଳତା ଦେଖା ଦେବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ସ୍ୱଚ୍ଛ ଓ ନିର୍ମଳ ରହିଛି। ଦେବ ଦର୍ଶନର ସୌଭାଗ୍ୟ ଅଛି। ସରକାରୀ ସ୍ତରରୁ ଲାଭବାନ୍‍ ହେବେ। ଅଶାନ୍ତିର ମାତ୍ରା ହ୍ରାସ ହେବ। ଭଗବତ ଚିନ୍ତାଯୁକ୍ତ ହେବେ।

ବିଛା: କାର୍ଯ୍ୟ ବିଳମ୍ବିତ ହୋଇପାରେ। ଦେଖା ଦେଇଥିବା ଆକସ୍ମିକ ସମସ୍ୟାର ସୁସମାଧାନ କରିବାରେ ପାରଙ୍ଗମ ହେବେ। ଶ୍ରେଷ୍ଠ ଆସନ ମିଳିପାରେ। ତେଜୀୟାନ୍‍ ହୋଇପାରନ୍ତି। ଧର୍ମ କର୍ମ ସଂପାଦନ କରିବାରେ ସିଦ୍ଧହସ୍ତ ହେବେ।

ଧନୁ: ଶୁଭ ଯୋଗ ଅଛି। ଭଲ ଆୟ ହେବ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‍ ହେବେ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସ୍ୱାସ୍ଥ୍ୟ ଅତୁଟ ରହିବ। ଚିନ୍ତାଧାରା ଉନ୍ନତମାନର ହେବ।

ମକର: କାର୍ଯ୍ୟରେ ବ୍ୟସ୍ତତା ବୃଦ୍ଧି ହେବ। ବିବାଦ ଭିତରକୁ ଟାଣି ହୋଇ ଯିବେ। ଅଯଥା ବିତର୍କରେ ଭାଗ ନ ନେଇ ନିରବଦ୍ରଷ୍ଟା ସାଜି ପାରନ୍ତି। ଅଧିକ ବ୍ୟୟର ସମ୍ମୁଖୀନ ହେବେ। ମନଭୁଲା କଥାରେ ପରକୁ ଆପଣାର କରିପାରନ୍ତି।

କୁମ୍ଭ: ସୁ ସମ୍ବାଦ ପାଇ ପ୍ରଫୁଲ୍ଲିତ ହୋଇପାରନ୍ତି। ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିବେ। ସତ୍‍କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ସତ୍ୟ, ଶୌଚ ଓ ଦୟାର ଅବତାର ହେବେ। ବିଭିନ୍ନ ସ୍ତରରୁ ଅର୍ଥ ପ୍ରାପ୍ତ ହେବେ।

ମୀନ: ସମ୍ମାନିତ ହୋଇପାରନ୍ତି। ସୁସମ୍ବାଦ ପାଇ ଖୁସି ହେବେ। ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିବେ। ସତ୍‍କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ବିଭିନ୍ନ ସ୍ତରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ବ୍ୟବସାୟ ଲାଭଜନକ ହେବ।

Hot this week

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

Related Articles

Popular Categories