ବୁଧବାର ରାଶିଫଳ ୨୪.୦୮.୨୦୨୨

ମେଷ: ଉଦାରତା, ନମ୍ରତା, ସକ୍ରିୟତା ଓ ବୁଦ୍ଧିମତା ଆପଣଙ୍କ ଜୀବନକୁ ସାଫଲ୍ୟ ମଣ୍ଡିତ କରି ସାର୍ଥକ କରିବ। ଦାନଶୀଳ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହେବେ। ପ୍ରେମୀ ଓ ଜ୍ଞାନୀ ହେବେ।
ବୃଷ: ନାସ୍ତିକଙ୍କୁ ଘୃଣା ଚକ୍ଷୁରେ ଦେଖିପାରନ୍ତି। ଭାଷାର ମାଧୁରିମା ସଜ୍ଜନତାର ପରିଚୟ ଦେବ। ପ୍ରେମୀ ଓ ସାହସୀ ହେବେ। ମନ ପ୍ରସନ୍ନ ରହିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍ ହେବେ। ପ୍ରତିଭାସମ୍ପନ୍ନ ହେବେ।
ମିଥୁନ: ଭାଗ୍ୟଶାଳୀ ହେବେ। ଶୋଭନ୍ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ୍ର ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କଠାରୁ ସହାୟତା ମିଳିବ।
କର୍କଟ: ଶ୍ରୀଚନ୍ଦ୍ର ଭୋଗ ହେତୁ ମିଷ୍ଟାନ୍ନ ଭୋଜନରେ ନିଜେ ଆପ୍ୟାୟିତ ହେବା ସହିତ ପ୍ରିୟ ଲୋକଙ୍କୁ ଆପ୍ୟାୟିତ କରିପାରନ୍ତି। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମୋକଦ୍ଦମାରେ ବିଜୟୀ ହେବେ। ଧନ, ସମ୍ପଦ ଭରପୂର ରହିବ।
ସିଂହ: କର୍ମଚଞ୍ଚଳ ରହିବେ। ନିରୋଳା ସ୍ଥାନ ଦେଖି ଧ୍ୟାନମଗ୍ନ ହୋଇପାରନ୍ତି। ରାଜଯୋଗ ଅଛି। ଉଚ୍ଚ ସମ୍ମାନର ଅଧିକାରୀ ହେବେ। ପରୋପକାରୀ ଭାବେ ଲୋକାଦ୍ରୁତ ହେବେ। ଶିଶୁ କଲ୍ୟାଣରେ ଧନ ବ୍ୟୟ କରିବେ।
କନ୍ୟା: ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଯାନବାହନ ସୁଖ ମିଳିବ।
ତୁଳା: କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହ ସଦ୍ଦିଚ୍ଛା ଭାବ ରହିବ।
ବିଛା: ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବିଳାସୀ ହେବେ। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି। ଉଦ୍ୟୋଗୀ ହେବେ। ପାରିବାରିକ ସୁଖ ମିଳିବ।
ଧନୁ: ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଶୁଭକାର୍ଯ୍ୟ ସ୍ଥଗିତ ରଖିବାକୁ ପଡ଼ିବ। ଜଳଯାତ୍ରା ନ କରିବା ଭଲ। ସ୍ବାଭିମାନୀ ହୋଇପାରନ୍ତି। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଜିତେନ୍ଦ୍ରିୟ ହେବେ।
ମକର: ବ୍ୟବସାୟ ଲାଭଜନକ ହେବ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ। ବନ୍ଧୁମିଳନ ଶାନ୍ତିଦାୟକ ହେବ। ସୁଖୀ ହେବେ।
କୁମ୍ଭ: ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। କୌଶଳୀ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ। ଋଣ ପରିଶୋଧ କରିବେ।
ମୀନ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ। ଆକସ୍ମିକ ଧନ ଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ। ଲଟେରି ଉଠାଣ ଫଳ ସପକ୍ଷରେ ଯାଇପାରେ।
Comments are closed.