www.samajalive.in
Saturday, December 6, 2025
23.1 C
Bhubaneswar

ବୁଧବାର ରାଶିଫଳ ୦୯.୦୬.୨୦୨୧

ମେଷ: ପ୍ରତ୍ୟେକ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ କରିବାରେ ସ୍ବ ସାମର୍ଥ୍ୟର ସୁ-ବ୍ୟବହାର କରିପାରନ୍ତି। ଧନାଗମ ହେବ। ଯାନବାହନ ଯୁକ୍ତ ହେବେ। ସରକାରୀ ଅର୍ଥ ମିଳିପାରେ। ଗ୍ରାମ ଓ ଦଳ ମଧ୍ୟରେ ଭେଦଭାବର କାରଣ ହେବେ।
ବୃଷ: ଭଲ ଆୟ ହେବ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‌ ହେବେ। ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସ୍ଥ ରହିବେ। ନୂଆ ବନ୍ଧୁଙ୍କ ସାନ୍ନିଧ୍ୟ ମିଳିବ। ଚିନ୍ତାଧାରା ଉତ୍ତମ ମାନର ହେବ।
ମିଥୁନ: କାର୍ଯ୍ୟରେ ବିଘ୍ନ ଉପୁଜିପାରେ। ଅଧିକ ଧନ ବ୍ୟୟର ସମ୍ମୁଖୀନ ହୋଇପାରନ୍ତି। ବିବାଦୀୟ ବିତର୍କରୁ ଓହରିଯାଇ ପାରନ୍ତି। ସ୍ନେହଶୀଳ ହେବେ। ସତ୍ୟାନୁରକ୍ତ ହେବେ। ପତ୍ନୀଙ୍କ ଅଭିଷ୍ଠ ପୂରଣ କରିପାରନ୍ତି। ବହୁ ବନ୍ଧୁଙ୍କ ସାନ୍ନିଧ୍ୟ ମିଳିବ।
କର୍କଟ: ସୁସମ୍ବାଦ ପାଇ ଉତ୍‌ଫୁଲ୍ଲିତ ହେବେ। ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସତ୍‌କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ବିଭିନ୍ନ ସୂତ୍ରରୁ ଅର୍ଥପ୍ରାପ୍ତିର ସୂଚନା ମିଳୁଛି। ଯାନବାହନ ସୁଖ ମିଳିବ।
ସିଂହ: ସୁଖ-ସନ୍ତୋଷ ମିଳିବ। କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ। ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖାଦେବ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ବିବାଦୀୟ ଘଟଣାରେ ବିଜୟୀ ହେବେ। ଶ୍ରମ ସାର୍ଥକ ହେବ।
କନ୍ୟା: କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ଅଧିକ କ୍ଷମତାପ୍ରାପ୍ତ ହୋଇ ତା’ର ସଦ୍‌ ବ୍ୟବହାର କରିପାରନ୍ତି। ପ୍ରତିଯୋଗିତାରେ ବିଜୟୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବିଭିନ୍ନ ସୂତ୍ରରୁ ଅର୍ଥ ମିଳିବ। ମହିଳା ଗୋଷ୍ଠୀର ନେତୃତ୍ବ ନେବେ।
ତୁଳା: ସୁଖୀ ହେବେ। ସମ୍ମାନିତ ହୋଇପାରନ୍ତି। ସାମୟିକ ଭାବେ ଅନଟନର ସମ୍ମୁଖୀନ ହୋଇପାରନ୍ତି। ଉତ୍ତମ ମିତ୍ରଙ୍କ ସାନ୍ନିଧ୍ୟ ମିଳିବ। ବାକ୍‌ପଟୁ ହୋଇପାରନ୍ତି। ସର୍ବତ୍ର ବିଜୟୀ ହେବେ। ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କରେ ଚଳିବେ।
ବିଛା: ଦୁଃସାହାସିକ ପଦକ୍ଷେପ ନେଇ କାର୍ଯ୍ୟ କରି ପାରନ୍ତି। ସୁଖକର ଘଟଣାମାନ ଘଟିପାରେ। କର୍ମକ୍ଷେତ୍ରରେ ସଫଳତା ମିଳିବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ସ୍ବଚ୍ଛ ଓ ନିର୍ମଳ ରହିଛି। ସୁଖାଦ୍ୟ ମିଳିବ। ଆନନ୍ଦ ଉପଭୋଗ କରିବେ।
ଧନୁ: ବିଚାର ବିମର୍ଶରେ କାର୍ଯ୍ୟ କଲେ ସଫଳତା ମିଳିବ। ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରିପାଇବେ। ଶୁଭଖବର ପାଇ ଖୁସି ହୋଇ ପାରନ୍ତି। ସାରାଦିନ କାର୍ଯ୍ୟ ବ୍ୟସ୍ତ ରହିବେ। ଶୁଭକାର୍ଯ୍ୟ କରଣୀୟ। ଋଣ ପରିଶୋଧ କରିବେ।
ମକର: ଧୈର୍ଯ୍ୟ ନ ହରାଇ ଧୈର୍ଯ୍ୟ ରଖିବାକୁ ପଡ଼ିବ। ସୁସମ୍ବାଦ ମିଳିପାରେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ହର୍ଷ ଯୁକ୍ତ ଓ ବିଶୁଦ୍ଧଭାଷୀ ହୋଇପାରନ୍ତି। ଅର୍ଥ ମିଳିବ। ବିଦ୍ୟାର୍ଥୀ ପଢ଼ାପଢ଼ିରେ ମନୋନିବେଶ କରିବେ।
କୁମ୍ଭ: ପରିଶ୍ରମ ଯେତେ କଠିନ ହେଉ ନା କାହିଁକି; ତା’ର ମୁଲ୍ୟ ମିଳିବ। ଦାତା, ଭୋକ୍ତା, ଗୁଣବାନ୍‌, ଧନୀ ଓ ମାନୀ ହୋଇ ପାରନ୍ତି। ଶୌର୍ଯ୍ୟରୁ, ସରକାରୀ ସେବାରୁ ଓ ବ୍ରାହ୍ମଣ କର୍ମାଦିରୁ ସୁଖ ମିଳିବ। କୃଷିରୁ ଆୟ ଆସିବ।
ମୀନ: ଆଶାବାଦୀ ହେବେ। ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖାଦେବ। ଦେବଦର୍ଶନର ସୁଯୋଗ ଅଛି। ଅଶାନ୍ତି ଦୂର ହେବ। ସରକାରୀ ସ୍ତରରୁ ଲାଭବାନ୍‌ ହେବେ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ବିବାଦରେ ବିଜୟୀ ହେବେ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories