www.samajalive.in
Sunday, December 7, 2025
13.1 C
Bhubaneswar

ବୁଧବାର ରାଶିଫଳ ୧୭.୦୫.୨୦୨୩

ମେଷ: ଧନସମ୍ପଦ ଭରପୂର ରହିବ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ବଳଶାଳୀ ହେବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଆୟୁଷ୍ମାନ୍‌ ହେବେ। ମିଷ୍ଟାନ୍ନ ଭୋଜନ ମିଳିବ।
ବୃଷ: ଆଜି ଦିନଟି ଆପଣଙ୍କ ପାଇଁ ଲାଭକାରୀ ଦିନ ଭାବେ ବିବେଚିତ ହେବ। କର୍ମଚଞ୍ଚଳ ରହିବେ। ଏକାନ୍ତରେ ତପ ଓ ସାଧନାରେ ବ୍ରତୀ ହୋଇପାରନ୍ତି। ଖର୍ଚ୍ଚାନ୍ତ ହେବେ। ସାହସୀ ଓ ଜ୍ଞାନୀ ହେବେ।
ମିଥୁନ: ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ଧନଲାଭର ସୂଚନା ମିଳୁଛି। କରିତ୍‌କର୍ମା ହେବେ।
କର୍କଟ: କୁଳ ପ୍ରଦୀପ ହେବେ। ମନପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତସମ୍ପନ୍ନ ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପରିବାର ପ୍ରତି ସ୍ନେହଭାବ ବଢ଼ିବ।
ସିଂହ: ଭାଗ୍ୟଶାଳୀ ହେବେ। ସାମୟିକ ବିଳାସବ୍ୟସନ ଯୋଗ ଅଛି। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସ୍ନେହୀ ହେବେ।
କନ୍ୟା: ପାଦଜନିତ ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଶୁଭକାର୍ଯ୍ୟ ସ୍ଥଗିତ ରଖିବାକୁ ପଡ଼ିବ। ସତର୍କତାର ସହ ଚଳିବାକୁ ପଡ଼ିବ।
ତୁଳା: ବନ୍ଧୁମିଳନ ଯୋଗ ଅଛି। ଜଣେ ସମାଜସେବୀଭାବେ ଉଚ୍ଚ ସମ୍ମାନ ଲାଭ କରିବେ। ବ୍ୟବସାୟ ଲାଭଜନକ ହେବ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶରେ ପରିଚାଳିତ ହୋଇପାରନ୍ତି।
ବିଛା: ପରିସ୍ଥିତିରେ ସୁଧାର ଆଣିବା ପାଇଁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ଭାଇମାନଙ୍କ ଉପରେ ଶ୍ରଦ୍ଧାଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି ଫଳପ୍ରଦ ହେବ।
ଧନୁ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ ଓ ତେଜସ୍ବୀ ହେବେ।
ମକର: ଉଦାର ସ୍ବଭାବସମ୍ପନ୍ନ ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି କର୍ମକାରୀ ହେବେ। ଜଳଯାତ୍ରା ପ୍ରତି ବିପଦ ଅଛି। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ।
କୁମ୍ଭ: ମନ ପ୍ରସନ୍ନ ରହିବ। ଆତ୍ମବିଶ୍ବାସୀ ହେବେ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜଙ୍କଠାରୁ ଆଦର, ଭକ୍ତି ଓ ସମ୍ମାନ ମିଳିବ। ଅର୍ଥାଗମ ହେବ। ସର୍ବତ୍ର ବିଜୟୀ ହେବେ।
ମୀନ: ଭାଗ୍ୟଶାଳୀ, ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାରଚରିତ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories