www.samajalive.in
Sunday, December 14, 2025
26.1 C
Bhubaneswar

ବୁଧବାର ରାଶିଫଳ (୧୨.୦୭.୨୦୨୩)

ମେଷ: ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ସମ୍ପତ୍ତିବାନ୍‌ ହୋଇପାରନ୍ତି। ଗୁଣଜ୍ଞ ହେବେ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଆୟ ଆଶାନୁରୂପ ହେବ।
ବୃଷ: ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଚଞ୍ଚଳଚେଷ୍ଟିତ ହେବେ। କାର୍ଯ୍ୟରେ ବିଘ୍ନ ଉପୁଜିପାରେ। ଗୁପ୍ତ ବିଦ୍ୟା ପ୍ରତି ରୁଚି ରହିବ। କ୍ରୋଧୀ ହୋଇପାରନ୍ତି। ସାହସୀ ହେବେ। ଜ୍ଞାନଗରିମାଯୁକ୍ତ ହେବେ।
ମିଥୁନ: ଆୟଷ୍ମାନ୍‌ ହେବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରୁ ଅର୍ଥ ପ୍ରାପ୍ତି ସହିତ ସମ୍ମାନ ଲାଭ କରିବେ। ତନ୍ତ୍ରମନ୍ତ୍ରାଦି ଜ୍ୟୋତିଷ ବିଦ୍ୟା ପ୍ରତି ରୁଚି ରହିବ।
କର୍କଟ: କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭପ୍ରଦ ହେବ। ଯଶସ୍ବୀ ହୋଇପାରନ୍ତି। କର୍ମକ୍ଷେତ୍ରକୁ ନିଜ ଶ୍ରମ ବଳରେ ଉଳମୟ କରିପାରନ୍ତି। ପାରିବାରିକ ସ୍ନେହ ରହିବ।
ସିଂହ: ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଧାର୍ମିକ ହେବେ।
କନ୍ୟା: ପ୍ରତିଶୋଧ ପରାୟଣ ହୋଇପାରନ୍ତି। ସାମୟିକ ଭାବେ କଥାବାର୍ତ୍ତାରେ ବାଲ୍ୟ ଚପଳତା ଦେଖା ଦେଇପାରେ। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଜଳଯାତ୍ରା ପ୍ରତି ସତର୍କ ରହିବେ।
ତୁଳା: ଜଣେ ସମାଜସେବୀଭାବେ ସମ୍ମାନିତ ହୋଇପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶରେ ପରିଚାଳିତ ହେବେ। ବ୍ୟବସାୟ ଲାଭଜନକ ହେବ। ନିଜ ଅହଂଭାବକୁ ବିସର୍ଜନ କରିବେ।
ବିଛା: ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ପୂର୍ବ ସମୟ ତୁଳନାରେ ବର୍ତ୍ତମାନର ଆୟର କ୍ଷେତ୍ର ସଙ୍କୁଚିତ ହେଉଥିବାରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ଆୟୁଷ୍ମାନ୍‌ ହେବେ। ସୁସ୍ଥ ରହିବେ।
ଧନୁ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ, ତେଜସ୍ବୀ ଓ ଆଦର୍ଶବାଦୀ ସମ୍ପନ୍ନ ହେବେ।
ମକର: ଉଦାର ସ୍ବଭାବର ହେବେ। ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ଜଳଯାତ୍ରାରେ ବିପଦ ଅଛି। ବୁଦ୍ଧିମାନ୍‌ ହେବେ।
କୁମ୍ଭ: ଆତ୍ମବିଶ୍ବାସୀ ହେବେ। ମଧୁର କଥାରେ ପରକୁ ଆପଣାର କରିବାର କଳା ଆପଣଙ୍କଠାରେ ଅଛି। ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଆଦର ସମ୍ମାନ ପ୍ରାପ୍ତ ହେବେ।
ମୀନ: ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବନ୍ଧୁଙ୍କ ସହାୟତା ମିଳିବ।

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories