bjd gruha runa

ବୁଧବାର ରାଶିଫଳ (ନଭେମ୍ବର ୧୫)

BJD Bijuli 480×75 Mob

ମେଷ: ପରିସ୍ଥିତିରେ ପଡ଼ି ଈର୍ଷାପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ସହଯୋଗୀ ବ୍ୟବସାୟ ଲାଭପ୍ରଦ ହେବ। ସାରାଦିନ ସତର୍କରେ ଚଳିବାକୁ ପଡ଼ିବ।
ବୃଷ: ଜଣେ ସମାଜସେବୀଭାବେ ଜନସାଧାରଣଙ୍କ ଆଦରର ପାତ୍ର ହେବେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ। ଅହଂଭାବ ପ୍ରକଟ କରିବେ।
ମିଥୁନ: ଭାଇମାନଙ୍କ ଉପରେ ଶ୍ରଦ୍ଧାଭାବ ରହିବ। ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରିରେ ସୁନାମ ଅର୍ଜନ କରିବେ।
କର୍କଟ: କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ପତ୍ନୀ ସୁଶୀଳା ହେବେ।
ସିଂହ: ଉଦାର ଚେତା ହୋଇପାରନ୍ତି। ଦାନଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହେବେ। ଜଳଯାତ୍ରାରେ ବିପଦ ଅଛି। ଯାନବାହନ ସୁଖ ମିଳିବ।
କନ୍ୟା: ଆତ୍ମବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ମାର୍ଜିତ ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଆଦର ସମ୍ମାନ ମିଳିବ। ସର୍ବତ୍ର ବିଜୟୀ ହେବେ।
ତୁଳା: ଭାଗ୍ୟଶାଳୀ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ୍ର ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କଠାରୁ ସହାୟତା ମିଳିବ। ଧନାଗମ ହେବ।
ବିଛା: ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ବନ୍ଧୁବର୍ଗ ସହ ନିଜେ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ସୁଖୀ ହେବେ।
ଧନୁ: ଥଣ୍ଡାକଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। କର୍ମଚଞ୍ଚଳ ରହିବେ। ଏକାନ୍ତ ସାଧନା ଫଳବତୀ ହେବ। ଚକ୍ଷୁରେ ପୀଡ଼ା ଉପୁଜିପାରେ। ଗୁପ୍ତ ବିଦ୍ୟାରେ ରୁଚି ରହିବ। ଜ୍ଞାନୀ ହୋଇପାରନ୍ତି।
ମକର: ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଧନ ପ୍ରାପ୍ତିର ସୂଚନା ମିଳୁଛି। କାର୍ଯ୍ୟର ସଫଳ ରୂପାୟନ କରିବେ।
କୁମ୍ଭ: କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପରିବାର ପ୍ରତି ସ୍ନେହ ଭାବ ରହିବ। ସତ୍‌ପରାୟଣ ହେବେ।
ମୀନ: ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବିଳାସୀ ହେବେ। ଆଜି ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବନ୍ଧୁ ସହାୟତା ମିଳିବ।

Comments are closed.