www.samajalive.in
Monday, December 8, 2025
14.1 C
Bhubaneswar

ବୁଧବାର ରାଶିଫଳ

ମେଷ: କର୍ମକ୍ଷେତ୍ର ଶାନ୍ତିମୟ ହେବ। ସାମାନ୍ୟ ମାତ୍ରାର ଶାରୀରିକ କ୍ଳେଶ ଅନୁଭବ କରିପାରନ୍ତି। ପତ୍ନୀଙ୍କ ସ୍ବାସ୍ଥ୍ୟ ନେଇ ଚିନ୍ତିତ ହୋଇ ପ୍ରତିକାର କରିବେ। କୃପଣ ସ୍ବଭାବର ହେବେ। ସ୍ବାଭିମାନୀ ହୋଇପାରନ୍ତି। କେବଳ ଯୁଗ୍ମ ବ୍ୟବସାୟରୁ ଲାଭ ମିଳିବ।
ବୃଷ: ବ୍ୟବସାୟରେ ଅର୍ଥ ବିନିଯୋଗ ଲାଭପ୍ରଦ ହେବ। କାର୍ଯ୍ୟ କରିବାରେ ଉତ୍ସାହ ବୃଦ୍ଧି ପାଇବ। ସନ୍‌ମାର୍ଗୀ ହେବେ। ଦୟାର ଅବତାର ହୋଇପାରନ୍ତି। ମନୋରମା ପତ୍ନୀଙ୍କ ସାନ୍ନିଧ୍ୟ ମିଳିବ। ପୁତ୍ର ସୁଖ ମିଳିବ। ବନ୍ଧୁ ଓ ପ୍ରିୟଜନଙ୍କ ସହାୟତା ମିଳିବ।
ମିଥୁନ: ଆଶା ଫଳବତୀ ହେବ। ଦୁଃସାହସିକ ପଦକ୍ଷେପ ନେଇ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟରେ ସଫଳତା ଲାଭ କରିବେ। ବ୍ୟବସାୟ ଲାଭଜନକ ହେବ। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଶତ୍ରୁ ଯେତେ ବଳବାନ୍‌ ହେଉ ନା କାହିଁକି ତାକୁ ଦମନ କରିବେ।
କର୍କଟ: ପିଲାମାନଙ୍କ କାର୍ଯ୍ୟ କଳାପରେ ସନ୍ତୁଷ୍ଟ ହେବେ। ବ୍ୟବହାର କୁଶଳତା ଆପଣଙ୍କୁ ମହାନ୍‌ କରି ଗଢ଼ି ତୋଳିବ। ପ୍ରୀତି ଲାଭ କରିପାରନ୍ତି। ଜ୍ଞାନ-ଗରିମା ଯୋଗୁଁ ସାମାଜିକ ସ୍ତରରେ ଆଦରଣୀୟ ହେବେ। ବହୁ ମିତ୍ରଙ୍କ ଆଗମନୀ ହୋଇପାରେ।
ସିଂହ: କଷ୍ଟ ସ୍ବୀକାର କଲେ ବି ଲାଭବାନ୍‌ ହେବେ। ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ। ଗୃହରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ଯାତ୍ରା ଶୁଭଦାୟକ ହେବ। ବ୍ୟବସାୟରେ ଲାଭଜନକ ହେବ। ବିବେକି ବ୍ୟକ୍ତି ଭାବେ ପରିଚୟ ସୃଷ୍ଟି କରିବେ।
କନ୍ୟା: ଯୋଜନାରେ ସୃଷ୍ଟି ହୋଇଥିବା ତ୍ରୁଟିକୁ ସଂଶୋଧନ କରିବେ। କାର୍ଯ୍ୟରେ ସଫଳତା ଲାଭ କରିବେ। ମାନ୍ୟତା ପ୍ରାପ୍ତ ହେବେ। ସୌନ୍ଦର୍ଯ୍ୟ ଉପଭୋଗ କରିପାରନ୍ତି। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ସର୍ବଦା ଚପଳମତି ଭାବେ କାର୍ଯ୍ୟ କରିବେ।
ତୁଳା: ନୂଆବନ୍ଧୁତା ସ୍ଥାପନ କରିପାରନ୍ତି। ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ। ପ୍ରଭୂତ ବିତ୍ତର ଅଧିକାରୀ ହୋଇପାରନ୍ତି। ବିଳାସ-ବ୍ୟସନରୁ ବଞ୍ଚିତ ହେବେ। ଭୂମିପତି ଭାବେ ପ୍ରଭାବଶାଳୀ ହେବା ସହ ସୁଶାସକ ହେବେ।
ବିଛା: କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। କର୍ମତତ୍ପରତା ପ୍ରକାଶ ପାଇବ। ଚିନ୍ତାଧାରା ଉନ୍ନତମାର ହୋଇପାରେ। ଦାମ୍ପତ୍ୟ ସୁଖ ମିଳିବ। ନୂଆବନ୍ଧୁ ଜୁଟିବେ।
ଧନୁ: ଆୟ ହେବ; ମାତ୍ର ବିଶେଷ ଲାଭ ମିଳିବା କଷ୍ଟକର ହେବ। କାର୍ଯ୍ୟରେ ବାଧା ଉପୁଜି ପାରେ। କର୍ମତତ୍ପରତା ପ୍ରକାଶ ପାଇବ। ସୁସମ୍ବାଦ ପାଇ ଖୁସି ହେବେ। ବସ୍ତ୍ର-ଭୂଷଣ ପ୍ରାପ୍ତି ଯୋଗ ଅଛି। ଅଧିକ ଖର୍ଚ୍ଚାନ୍ତ ହେଲେ ବି ସର୍ବ ସୁଖ ମିଳିପାରେ।
ମକର: ମନ ଚଞ୍ଚଳ ରହିବ। ଆୟ ପରିମାଣ ବୃଦ୍ଧି ପାଇବ। ବାରମ୍ବାର ଚେଷ୍ଟା କଲେ ସଫଳତା ମିଳିବ। ଉତ୍ତମ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି। ଉନ୍ନତି ପଥରେ ଆଗେଇ ଚାଲିବେ। ସରକାରଙ୍କ କୃପା ଦୃଷ୍ଟି ରହିଛି। ଜନାଦୃତ ଲାଭ କରିବେ।
କୁମ୍ଭ: କର୍ମକ୍ଷେତ୍ର ଉତ୍ସାହଜନକ ହେବ। ଘାତଚନ୍ଦ୍ର ଭୋଗ ହେତୁ, ଦେହ ଓ ମାନସିକ ସ୍ତରରେ ପୀଡ଼ିତ ହୋଇପାରନ୍ତି। ଦ୍ବିଜମାନଙ୍କ ହିତସାଧନ ପାଇଁ ସର୍ବଦା ଉଦ୍ୟମ ଚଳାଇ ପାରନ୍ତି। ପୁଣ୍ୟବାନ୍‌ ହେବେ। ଦୃଢ଼ଜ୍ଞ ହେବେ। ବିଖ୍ୟାତ କୀର୍ତ୍ତି ଅର୍ଜନ କରିବେ।
ମୀନ: ଭ୍ରମଣ ଯୋଗ ଅଛି। ଶୟନ-ସୁଖ ମିଳିବ। କୌଶଳ ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। ଉତ୍ତମ ବନ୍ଧୁଙ୍କ ସହଚର୍ଯ୍ୟ ଲାଭ କରିବେ। ଆର୍ଥିକ ସ୍ଥିତିରେ ଉନ୍ନତି ଘଟିବ। ସତ୍ୟର ପୂଜାରୀ ହେବେ। ପ୍ରଭୂତ ମିତ୍ର ଅର୍ଜନ କରିବେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories