www.samajalive.in
Monday, December 8, 2025
14.1 C
Bhubaneswar

ବୁଧବାର ରାଶିଫଳ(୨୬/୦୨/୨୦୨୦)

ମେଷ: ଆର୍ଥିକ ସମସ୍ୟାକୁ କେନ୍ଦ୍ର କରି ପ୍ରତିଦ୍ବନ୍ଦ୍ବିତାର ସମ୍ମୁଖୀନ ହୋଇପାରନ୍ତି। ଅଯଥା ବିତର୍କରେ ଭାଗ ନ ନେଇ ଚୁପ୍‌ ରହିବା ଭଲ। ଖର୍ଚ୍ଚ ବୃଦ୍ଧିର ସୂଚନା ମିଳୁଛି। ଉତ୍ତମ ଗୁଣଯୁକ୍ତ, ନୀତିନିଷ୍ଠ, ବିନୀତ ହେବେ।
ବୃଷ: ଆୟ ଆଶାନୁରୂପ ହୋଇପାରେ। ଶୁଭ ଖବର ପାଇ ଆନନ୍ଦ ଅନୁଭବ କରିବେ। ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିପାରନ୍ତି। ସତ୍‌କର୍ମରେ ନିଜକୁ ନିୟୋଜିତ କରିବେ। ଦିନଟି ମଧ୍ୟମ ଧରଣର ହେବ। ଅର୍ଥ ପ୍ରାପ୍ତି ପାଇଁ ସରକାରୀ କୃପା ମିଳିବ।
ମିଥୁନ: ଜନସାଧାରଣଙ୍କଠାରୁ ଆଶୀର୍ବାଦ ପାଇବେ। ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି। କର୍ମକ୍ଷେତ୍ର ଉଳମୟ କରିପାରନ୍ତି। ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖା ଦେବ। ଶୁଭ କାର୍ଯ୍ୟ ପାଇଁ ସ୍ଥିତି ଅନୁକୂଳ ଅଛି। ବିବାଦରେ ବିଜୟୀ ହେବେ।
କର୍କଟ: ଆଳସ୍ୟ ପରାୟଣ ହୋଇପାରନ୍ତି। କାର୍ଯ୍ୟର ସଫଳ ରୂପାୟନ ହେବ। ଅଧିକ କ୍ଷମତା ହାସଲ କରି ତା’ର ଉପଯୁକ୍ତ ବ୍ୟବହାର କରିପାରନ୍ତି। ବିବାଦୀୟ ଘଟଣାରେ ବିଜୟୀ ହେବେ।
ସିଂହ: ଯେତେ ଚେଷ୍ଟା କଲେ ବି ସୁଖ ମିଳିବା କଷ୍ଟସାଧ୍ୟ ହେବ। ମନରେ ବିଷାଦର ଛାୟା ଖେଳି ଯାଇପାରେ। ସ୍ବାସ୍ଥ୍ୟ ହାନିର ଆଶଙ୍କା ଅଛି। ଶତ୍ରୁ ଭୟ ରହିଛି। ଭ୍ରମ ସଂଶୋଧନ କରିବେ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ଯାନବାହନରେ ସତର୍କ ରହିବେ।
କନ୍ୟା: ମନରେ ପ୍ରସନ୍ନତା ଦେଖା ଦେବ। ସୁଖକର ଘଟଣା ଘଟିବ। କର୍ମକ୍ଷେତ୍ରରେ ସଫଳତା ମିଳିବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ଆନନ୍ଦ ଉପଭୋଗ କରିପାରନ୍ତି। ସୁଖୀ ହେବେ।
ତୁଳା: କାର୍ଯ୍ୟରେ ଉତ୍ସାହ ବୃଦ୍ଧି ପାଇବ। ସୁସମ୍ବାଦ ପାଇ ଆନନ୍ଦ ଅନୁଭବ କରିପାରନ୍ତି। ଦିନସାରା କାର୍ଯ୍ୟ ବ୍ୟସ୍ତ ରହିବେ। ଶୁଭକାର୍ଯ୍ୟ କରିପାରନ୍ତି। ଆଣିଥିବା ଋଣ ପରିଶୋଧ କରିବେ।
ବିଛା: ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ନିଶ୍ଚିତ ମିଳିବ। ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ସୁସମ୍ବାଦ ପାଇ ଖୁସି ହେବେ। ପାରିବାରିକ ଜୀବନ ସୁଖପ୍ରଦ ହେବ। ବ୍ୟବସାୟରୁ ଅଧିକ ଲାଭ ମିଳିବ।
ଧନୁ: ଘାତଚନ୍ଦ୍ର ଭୋଗ ହେଉଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ସତର୍କତା ଆବଶ୍ୟକ। କେତେକ କ୍ଷେତ୍ରରେ ଭୁଲ ବୁଝାମଣାର ଶିକାର ହୋଇପାରନ୍ତି। ପରିଶ୍ରମର ମୂଲ୍ୟ ମିଳିବ। ପ୍ରିୟ ଭାଷୀ ଓ ଧନ-ଯାନବାହନଯୁକ୍ତ ହେବେ।
ମକର: ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟରେ ନିଜ ବ୍ୟକ୍ତିତ୍ବର ପରିଚୟ ଦେବେ। ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖା ଦେବ। ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ରହିଛି। ଦିଅଁ ଦର୍ଶନ ଲାଭ କରିବେ। ସରକାରୀ ସ୍ତରରୁ ଲାଭ ମିଳିବ।
କୁମ୍ଭ: ଦେବ-ଦେବୀ ଦର୍ଶନ ଶୁଭଦାୟକ ହେବ। ନିଜ ଅର୍ଜିତ ଧନ ଭାଗ କରିବେ। ମିତ୍ରଙ୍କ ସାନ୍ନିଧ୍ୟ ମିଳିବ। ଧନ ଓ ଯାନବାହନଯୁକ୍ତ ହୋଇପାରନ୍ତି।
ମୀନ: ମନବାଞ୍ଛା ପୂରଣ ହୋଇପାରେ। ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ନୂଆ ବନ୍ଧୁ ଜୁଟିବେ। ଭଲ ଆୟ ହେବ। ଚିନ୍ତାଧାରା ଉନ୍ନତ ମାନର ହେବ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories