www.samajalive.in
Sunday, December 7, 2025
15.1 C
Bhubaneswar

ବୁଧବାର ରାଶିଫଳ ( ୨୧-୧୦-୨୦୨୦)

ମେଷ: ଦିନଟି ଶୁଭଦାୟକ ହେବ। ଭାଗ୍ୟଶାଳୀ ହେବେ। ଭୋଗ ବିଳାସ କରିପାରନ୍ତି। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ବିଦ୍ୱାନ୍‍ ବ୍ୟକ୍ତି ଭାବେ ପରିଚୟ ସୃଷ୍ଟି କରିବେ। ସାହସୀ, ସମ୍ପତ୍ତିବାନ୍‍ ଓ ଉଦ୍ୟୋଗୀ ହେବେ।

ବୃଷ: ବନ୍ଧୁ ମିଳନରେ ଦୁଃଖ ଲାଘବ ହୋଇପାରେ। ସାମୟିକ ଭାବେ ଅସୁସ୍ଥତା ଅନୁଭବ କରିପାରନ୍ତି। ସ୍ୱାଭିମାନୀ ହେବେ। ବାଚାଳତା ପ୍ରକାଶ ପାଇପାରେ। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ଅଷ୍ଟମଚନ୍ଦ୍ର ଯୋଗୁଁ ସତର୍କରେ ଚଳିବେ।

- Advertisement -

ମିଥୁନ: ମିତ୍ର ଲାଭ ହେବ। ବ୍ୟବସାୟ ଲାଭଜନକ ହେବ। ଜନସେବାକୁ ବ୍ରତ ଭାବେ ଗ୍ରହଣ କରିପାରନ୍ତି। ମନରେ ଅହଂଭାବ ଆସିପାରେ। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହେବେ। ପାରିବାରିକ ସ୍ନେହ, ଶ୍ରଦ୍ଧାଭାବ ରହିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

କର୍କଟ: ଅଧ୍ୟାପନା ପାଇଁ ଅଧ୍ୟୟନରତ ହୋଇପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଶତ୍ରୁହନ୍ତା ହେବେ। ସାମୟିକ ଭାବେ ଚକ୍ଷୁ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ସିଂହ: ବିଚାର ବିମର୍ଶ କରି କାର୍ଯ୍ୟ କଲେ ସଫଳତା ପାଇବେ। କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ୱାରା ଉପକୃତ ହୋଇପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟ ଭଲରେ ଚାଲିବ।

କନ୍ୟା: ଜନ ସମର୍ଥନ ମିଳିବ। ଉଦାର ପ୍ରକୃତିର ହୋଇପାରନ୍ତି। ଦାନଧର୍ମକୁ ଶ୍ରେୟ ମଣି ପାରନ୍ତି। ଜଣେ ଦକ୍ଷ ଓ ଉତ୍ତମ ବ୍ୟକ୍ତି ଭାବେ ନିଜର ପରିଚୟ ସୃଷ୍ଟି କରିବେ। ପ୍ରେମୀ ଓ ବୁଦ୍ଧିମାନ୍‍ ହେବେ। କୃଷି କାର୍ଯ୍ୟରେ ଧ୍ୟାନ ଦେବେ।

ତୁଳା: ସାମାଜିକ ସ୍ତରରେ ପ୍ରତିଷ୍ଠା ଲାଭ କରିପାରନ୍ତି। ମନ ପ୍ରସନ୍ନ ରହିବ। ଆସ୍ତିକ ମନୋବୃତ୍ତିର ହୋଇପାରନ୍ତି। ବିବାଦୀୟ ଘଟଣାରେ ବିଜୟୀ ହେବେ। ସାନ ଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ। ବନ୍ଧୁପ୍ରେମୀ ହେବେ।

ବିଛା: ଆଶାବାଦୀ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ମଧୁରଭାଷୀ ଓ ଶାନ୍ତିପ୍ରିୟ ହେବେ। ବିଦ୍ୟାବାନ୍‍ ହେବେ। ଦାନ-ଧର୍ମରେ ଦୀକ୍ଷିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ର ସୁଖ ମିଳିବ। ବ୍ୟବସାୟରୁ ଅଧିକ ଲାଭ ମିଳିବ।

ଧନୁ: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟ ପରିମାଣ ବୃଦ୍ଧି ପାଇବ। ସୁସ୍ୱାଦୁ ଭୋଜନ ମିଳିବ। ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି। ମାଲି ମୋକଦ୍ଦମାରେ ରାୟ ଆପଣଙ୍କ ସପକ୍ଷରେ ଯିବ। ସୁସ୍ଥ ଓ ନିରାମୟ ରହିବେ। ଧନ, ସମ୍ପଦ ଭରପୁର ରହିବ।

ମକର: କର୍ମଚଞ୍ଚଳ ରହିବେ। ଚକ୍ଷୁରେ ସାମୟିକ ଯନ୍ତ୍ରଣା ଦେଖାଦେଇ ପାରେ। ସାମୟିକ ଭାବେ ନିରୋଳାରେ ସମୟ ବିତାଇ ପାରନ୍ତି। ଧାର୍ମିକ ଅନୁଷ୍ଠାନ ପାଇଁ ଅଧିକ ବ୍ୟୟ କରିବେ। ଗୁପ୍ତ ବିଦ୍ୟାରେ ରୁଚି ରହିବ। ସାହସୀ ଓ ଜ୍ଞାନୀ ହେବେ।

କୁମ୍ଭ: ଆୟ ଆଶାନୁରୂପ ହେବ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ଜ୍ୟୋତିଷ ବିଦ୍ୟାପ୍ରତି ରୁଚି ରହିବ। ଲୋକ ସଂପର୍କ ବୃଦ୍ଧି ପାଇବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଜ୍ଞାନୀ ଓ ବହୁବିଦ୍ୟା ପାରଙ୍ଗମ ହେବେ।

ମୀନ: କର୍ମ ତତ୍ପର ରହିବେ। କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ସରକାରଙ୍କ କୃପାପାତ୍ର ହେବେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories