www.samajalive.in
Tuesday, December 9, 2025
16.1 C
Bhubaneswar

ବୁଧବାର ରାଶିଫଳ(୧୨/୦୮/୨୦୨୦)

ମେଷ: ଆୟ ଅପେକ୍ଷା ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। ଆଶାବାଦୀ ହେବେ। ଭାଗ୍ୟଶାଳୀ ହେବେ। ବ୍ୟକ୍ତିତ୍ୱର ବିକାଶ ଘଟିବ। ମଧୁରଭାଷୀ ଓ ସହନଶୀଳ ହେବେ। ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ସୁଖ ମିଳିବ। ମିତ୍ର ପ୍ରେମୀ ହେବେ।
ବୃଷ: ଶ୍ରୀଚନ୍ଦ୍ର ଭୋଗ ହେତୁ, ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ ରୋଜଗାର ଆଶାନୁରୂପ ହେବ। ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି। ମାଲିମୋକଦ୍ଦମାରେ ବିଜୟୀ ହେବେ। ମୋକଦ୍ଦମା ଖର୍ଚ୍ଚ ପାଇପାରନ୍ତି। ଆପଣଙ୍କ ପ୍ରତି ଜନସମର୍ଥନ ଅଛି।
ମିଥୁନ: ପ୍ରାୟ ପ୍ରତ୍ୟେକ କାର୍ଯ୍ୟ ଶୁଭଦାୟକ ହେବ। କର୍ମଚଞ୍ଚଳ ରହିବେ। ମନଲୋଭା କଥା କହି ପରକୁ ଆପଣାର କରିପାରନ୍ତି। ଚକ୍ଷୁରେ ସାମାନ୍ୟ ପୀଡ଼ା ଅନୁଭବ କରିବେ। ଖର୍ଚ୍ଚାନ୍ତ ହେବାର ସୂଚନା ମିଳୁଛି। ଧାର୍ମିକ ପ୍ରବୃତ୍ତିର ହେବେ।
କର୍କଟ: ଧର୍ମମତି ହେବେ। ଆୟ ବୃଦ୍ଧିର ସୂଚନା ମିଳୁଛି। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ୱୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହୋଇପାରନ୍ତି।
ସିଂହ: ଆଶା-ଆଶଙ୍କା ଭିତରେ ଥିବା କାର୍ଯ୍ୟଟିକୁ କରାୟତ୍ତ କରିବେ। ମନ ପ୍ରସନ୍ନ ରହିବ। କୁଳ ଚନ୍ଦ୍ରମା ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଦୟାଳୁ ହେବେ। ଯଶସ୍ୱୀ ହେବେ।
କନ୍ୟା: ଭାଗ୍ୟଶାଳୀ ହେବେ। ଦିନଟି ଭୋଗବିଳାସରେ ଅତିବାହିତ କରିପାରନ୍ତି। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ବିଦ୍ୱାନ୍‍, ସାହସୀ ଓ ସମ୍ପତ୍ତିବାନ୍‍ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଉଦ୍ୟୋଗୀ ହେବେ।
ତୁଳା: କାର୍ଯ୍ୟରେ ଉତ୍ସାହ ବୃଦ୍ଧି ପାଇବ। ସ୍ୱାଭିମାନୀ ହୋଇପାରନ୍ତି। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଖର୍ଚ୍ଚାନ୍ତ ହୋଇପାରନ୍ତି। ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ଯାନବାହନ ଚଳାଚଳରେ ସତର୍କ ରହିବେ।
ବିଛା: ବନ୍ଧୁ ମିଳନ ଘଟିବ। ବ୍ୟବସାୟ ଲାଭଜନକ ହେବ। ସମାଜ ସେବୀ ହୋଇପାରନ୍ତି। ନିଜେ କରିଥିବା କାର୍ଯ୍ୟରେ ବିଶେଷ ସଫଳତା ଯୋଗୁଁ ମନରେ ଅହଂଭାବ ଆସିପାରେ। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହେବେ। ପତ୍ନୀଙ୍କ ସହାୟତା ମିଳିବ।
ଧନୁ: କାର୍ଯ୍ୟରେ ସଫଳତା ପାଇ ଆତ୍ମସନ୍ତୋଷ ଲାଭ କରିବେ। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଚାକିରି କ୍ଷେତ୍ରରେ ସୁନାମ ଅର୍ଜନ କରିବେ।
ମକର: ସମୟୋପଜିତ କାର୍ଯ୍ୟ କରି ପ୍ରଶଂସାର ପାତ୍ର ହେବେ। କେତେକ କ୍ଷେତ୍ରରେ ନିରବ ଦ୍ରଷ୍ଟା ସାଜି ପାରନ୍ତି। କର୍ମ ଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟ ଲାଭଜନକ ହେବ।
କୁମ୍ଭ: ବିବାଦୀୟ ଘଟଣାର ସୁସମାଧାନ କରିପାରନ୍ତି। ସମ୍ମାନିତ ହେବେ। ଉଦାର ସ୍ୱଭାବ ସମ୍ପନ୍ନ ଓ ଦାନଶୀଳ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ସ୍ୱାସ୍ଥ୍ୟ ଅତୁଟ ରହିବ। ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ।
ମୀନ: ସାଙ୍ଗଠନିକ କାର୍ଯ୍ୟର ନେତୃତ୍ୱ ନେଇପାରନ୍ତି। ମନ ପ୍ରସନ୍ନ ରହିବ। ଆସ୍ତିକ ହେବେ। ମଧୁରଭାଷୀ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର, ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ୱାନ୍‍ ହେବେ।

Hot this week

ସେନସେକ୍ସ ୬୧୦ ପଏଣ୍ଟ ଓ ନିଫ୍ଟି ୨୨୬ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ : ଘରୋଇ ଇକ୍ୱିଟି ସୂଚକାଙ୍କ ସୋମବାର ହ୍ରାସ ପାଇଛି। ସୂଚକାଙ୍କଗୁଡ଼ିକ...

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

Related Articles

Popular Categories