www.samajalive.in
Sunday, December 14, 2025
23.1 C
Bhubaneswar

ବୁଧବାର ରାଶିଫଳ

ମେଷ: ସେବା କ୍ଷେତ୍ରରେ ଓ ପୂଜା ପଦ୍ଧତିରେ ମନୋନିବେଶ କରିପାରନ୍ତି । ପ୍ରଜ୍ଞାବାନ, ଶାନ୍ତ, ପ୍ରଭାବଶାଳୀ, ତଥା ସ୍ବାଭିମାନୀ ହେବେ। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ବିତାଇବେ।

ବୃଷ: ପ୍ରତାରିତ ହୋଇପାରନ୍ତି। ଅସୁସ୍ଥତା ଅନୁଭବ କରିପାରନ୍ତି। ସ୍ବାଭିମାନୀ ହେବେ। ଶତ୍ରୁମାନଙ୍କ ଉପରେ ସତର୍କ ଦୃଷ୍ଟି ରଖିବାକୁ ପଡ଼ିବ। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ଅଷ୍ଟମଚନ୍ଦ୍ର ଯୋଗୁଁ ସତର୍କ ରହିବେ।

- Advertisement -

ମିଥୁନ: ଲୋକସଂପର୍କ ବୃଦ୍ଧି ପାଇବ। ମନ ପ୍ରସନ୍ନ ରହିବ। ବ୍ୟବସାୟ ଲାଭଜନକ ହେବ। ସେବା କାର୍ଯ୍ୟରେ ନିଜକୁ ଉତ୍ସର୍ଗ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ଉପଦେଶକୁ ଶିରୋଧାର୍ଯ୍ୟ କରି କାର୍ଯ୍ୟ କରିବେ।

କର୍କଟ: ଅର୍ଥ ପ୍ରାପ୍ତିର ଅପୂର୍ବ ସୁଯୋଗ ଅଛି; ତଥାପି ମନରେ ଭୟର ସଂଚାରିତ ହୋଇପାରେ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ଚକ୍ଷୁ ପୀଡ଼ା ଅନୁଭବ କରିପାରନ୍ତି। ବଳଶାଳୀ ହେବେ। କୌଶଳ ପ୍ରୟୋଗ କରି ଶତ୍ରୁ ଦମନ କରିବେ ।

ସିଂହ: ପରିବେଶରେ ଉନ୍ନତି ଘଟିବ। ସମ୍ମାନକୁ ଜଗି ଚଳିବାକୁ ପଡ଼ିବ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ହଠାତ୍‌ ଅର୍ଥ ଲାଭ ହେବ। ବ୍ୟବସାୟ ବିଶେଷ ଲାଭଜନକ ହେବ। ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବ ସମ୍ପନ୍ନ ହୋଇପାରନ୍ତି ।

କନ୍ୟା: ଦେବ ଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଉଦାର ସ୍ବଭାବର ହେବେ। ଦାନ-ଧର୍ମକୁ ଆଦରି ନେବେ। ଶୋଭନ ବ୍ୟକ୍ତିତ୍ବର ଅଧିକାରୀ ହେବେ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। କୃଷି ଉପରେ ଗୁରୁତ୍ବ ଦେଇପାରନ୍ତି। ବୁଦ୍ଧିମାନ୍‌ ହେବେ ।

ତୁଳା: ଘାତଚନ୍ଦ୍ର ଭୋଗ ହେତୁ ସାବଧାନ୍‌ ରହିବେ। ମନ ପ୍ରସନ୍ନ ରହିବ। ଆସ୍ତିକ ମନୋବୃତ୍ତିର ହୋଇପାରନ୍ତି। ପରକୁ ଆପଣାର କରିପାରନ୍ତି। ସାହସିକ କାର୍ଯ୍ୟ କରିବେ ।

ବିଛା: ମାନସିକ ଶାନ୍ତି ଫେରି ପାଇବେ। ଭାଗ୍ୟଶାଳୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର, ବିଦ୍ୟାପ୍ରେମୀ ହୋଇପାରନ୍ତି। ମିତ୍ର ସୁଖ ମିଳିବ। ବ୍ୟବସାୟ ଅଧିକ ଲାଭଜନକ ହେବ। ଚାକିରି କ୍ଷେତ୍ରରେ ପାରଙ୍ଗମ ହେବେ। ବିଭାଗୀୟ ପୁରସ୍କାର ମିଳିପାରେ ।

ଧନୁ: ବନ୍ଧୁ ସହଯୋଗ ଅବଶ୍ୟ ପାଇବେ। ଶ୍ରୀଚନ୍ଦ୍ର ଭୋଗ ହେତୁ ଉତ୍ତମ ଭୋଜନ ମିଳିବ। ଐଶ୍ବର୍ଯ୍ୟଯୁକ୍ତ ହୋଇପାରନ୍ତି । ଅଧିକ ରୋଜଗାରକ୍ଷମ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଚିନ୍ତାଧାରା ଉନ୍ନତମାନର ହେବ। ନୂଆବନ୍ଧୁ ଜୁଟିପାରନ୍ତି ।

ମକର: ମାନସିକ ସ୍ତରରେ ଦୁର୍ବଳତା ଅନୁଭବ କରିପାରନ୍ତି । ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି। ଚଞ୍ଚଳ ସ୍ବଭାବର ହେବେ। ଏକାନ୍ତ ପ୍ରିୟ ଓ ମଧୁରଭାଷୀ ହେବେ। ଅଧିକ ଖର୍ଚ୍ଚାନ୍ତ ହେବାର ସୂଚନା ମିଳୁଛି । ଗୁପ୍ତ ବିଦ୍ୟାରେ ରୁଚି ରହିବ। ସାହସୀ ହେବେ।

କୁମ୍ଭ: ଉପଯୁକ୍ତ ନ୍ୟାୟ ପାଇବେ। ଧନପ୍ରାପ୍ତିର ସୂଚନା ମିଳୁଛି । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବା ସହ ଚଞ୍ଚଳ ପ୍ରକୃତିର ହେବେ। ପରଦେଶୀ ହୋଇପାରନ୍ତି । ସରକାରୀ ସ୍ତରରେ ସମ୍ମାନିତ ହେବେ।

ମୀନ: ସମୟେ ସମୟେ ନିଜକୁ ଏକାକୀ ଅନୁଭବ କରିପାରନ୍ତି । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। କୁଳ ଉଦ୍ଧାରକ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବ ତଥା ଯଶସ୍ବୀ ହେବେ। ପରିବାର ପ୍ରତି ସ୍ନେହ, ଶ୍ରଦ୍ଧା ରହିବ।

Hot this week

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

ପୁଅର ପରୀକ୍ଷା ପାଇଁ ୮୦୦ କିମି କାର୍‌ ଡ୍ରାଇଭ୍‌ କଲେ ବାପା

ଚଣ୍ଡିଗଡ଼ : ଇଣ୍ଡିଗୋ ସଙ୍କଟ ସମୟରେ ଦେଶର ବିଭିନ୍ନ ବିମାନ ବନ୍ଦରରେ...

ଯାତ୍ରୀଙ୍କୁ ୫୦୦ କୋଟିରୁ ଅଧିକ କ୍ଷତିପୂରଣ ଦେବ ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନସେବାରୁ ବଞ୍ଚିତ ହୋଇଥିବା ତଥା ଅଧିକ ମାତ୍ରାରେ ପ୍ରଭାବିତ...

Related Articles

Popular Categories