www.samajalive.in
Monday, December 15, 2025
17.1 C
Bhubaneswar

ବୁଧବାର ରାଶିଫଳ – ୨୪.୦୩.୨୦୨୧

ମେଷ: ପରିଶ୍ରମ ଅତ୍ୟଧିକ ହୋଇପାରେ। ତଥାପି ତା’ର ମୂଲ୍ୟ ମିଳିବ। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିବାର ସମ୍ଭାବନା ଅଛି। ଲୋଭର ବଶବର୍ତ୍ତୀ ହୋଇପାରନ୍ତି। ଧନ ଲାଭକାରୀ ହେବେ। ବିନୀତ ସ୍ୱଭାବର ହେବେ।
ବୃଷ: କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି। ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ରହିବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ଭଗବତ ପ୍ରେମୀ ହେବେ। ଠାକୁରଙ୍କ ଦର୍ଶନ ଲାଭ କରିବାର ସୁଯୋଗ ମିଳିବ। ସରକାରୀ ସ୍ତରରୁ ଲାଭବାନ୍ ହେବେ।
ମିଥୁନ: ଆଶାବାଦୀ ହୋଇପାରନ୍ତି। ବିଭିନ୍ନ ସ୍ତରରୁ ଧନାଗମର ସୂଚନା ମିଳୁଛି। କାର୍ଯ୍ୟ ଶୃଙ୍ଖଳିତ ହେବ। ସ୍ୱାଭିମାନୀ ହୋଇପାରନ୍ତି। ବିଧି ବିଧାନ ସମ୍ମତ କାର୍ଯ୍ୟ କରି ପ୍ରଶଂସାର ପାତ୍ର ହେବେ। ପରୋପକାରୀ ହେବେ। ଦାନ ଧ୍ୟାନ କରିପାରନ୍ତି।
କର୍କଟ: ଶ୍ରୀଚନ୍ଦ୍ର ଭୋଗ ହେଉଛି। ଆୟ ଉତ୍ତମ ଧରଣର ହେବ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍ ହେବେ। ରୁଚିକର ଭୋଜନରେ ଆପ୍ୟାୟିତ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସ୍ୱାସ୍ଥ୍ୟ ଅତୁଟ ରହିବ। ଚିନ୍ତାଧାରା ମହତ ହେବ।
ସିଂହ: କାର୍ଯ୍ୟରେ ବାଧା ଉପୁଜିପାରେ। ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। ଅଯଥା ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ସାଜି ପାରନ୍ତି। ସ୍ନେହପୂର୍ଣ୍ଣ କଥା କହି ପରକୁ ଆପଣାର କରିବାରେ ସକ୍ଷମ ହେବେ। ଯାତ୍ରା ଶୁଭଦାୟକ ହେବ। ଜିତେନ୍ଦ୍ରୀୟ ହୋଇପାରନ୍ତି।
କନ୍ୟା: ଆୟ ବୁଦ୍ଧିର ସୂଚନା ମିଳୁଛି। ସୁସମ୍ବାଦ ଶୁଣି ପ୍ରଫୁଲ୍ଲିତ ହେବେ। ଅଧିକ ଜ୍ଞାନ ଆହରଣ ପାଇଁ ଆଗ୍ରହୀ ହେବେ। ସତ୍କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବିଭାଗୀୟ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ସରକାରଙ୍କ କୃପାପାତ୍ର ହେବେ।
ତୁଳା: ଶୁଭ ଖବର ପାଇ ଖୁସି ହୋଇପାରନ୍ତି। କର୍ମକ୍ଷେତ୍ରରେ ସଫଳତା ପାଇବେ। ଆର୍ଥିକ କ୍ଷେତ୍ରରେ ଢେର ଉନ୍ନତି ଘଟିବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ପ୍ରତିଯୋଗିତାରେ ବିଜୟୀ ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବେ।
ବିଛା: ଭ୍ରମଣ ଫଳଦାୟକ ହେବ। କାର୍ଯ୍ୟର ସଫଳ ରୂପାୟନ କରି ଲାଭବାନ୍ ହେବେ। ଅଧିକ କ୍ଷମତା ହାସଲ କରିବେ ଓ ତା’ର ସଦ୍ବ୍ୟବହାର କରି ପ୍ରଶଂସାର ପାତ୍ର ହେବେ। ବିବାଦୀୟ ଘଟଣାରେ ବିଜୟୀ ହେବେ। ପ୍ରବଚନ ପ୍ରେମୀ ହୋଇପାରନ୍ତି।
ଧନୁ: ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଆବଶ୍ୟକ ପଡୁଥିବା ଅର୍ଥରେ ନିଅଁଣ୍ଟିଆ ପରିସ୍ଥିତି ଉପୁଜିପାରେ। ଦୁଃସାହସିକ ପଦକ୍ଷେପ ନେଇ କାର୍ଯ୍ୟ କରିପାରନ୍ତି। ନିଜ ଲୋକଙ୍କ ସହାୟତା ପାଇବେ। ଅଷ୍ଟମଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ।
ମକର: ସୌହାର୍ଦ୍ଦ୍ୟପୂର୍ଣ୍ଣ ବାତାବରଣ ମଧ୍ୟରେ କାର୍ଯ୍ୟ କରିପାରନ୍ତି। ସୁଖକର ଘଟଣାମାନ ଘଟିପାରେ। କର୍ମକ୍ଷେତ୍ରରେ ଅପୂର୍ବ ସଫଳତା ମିଳିବ। ଶୁଭ କାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ପ୍ରୀତିଭୋଜନ ମିଳିବ। ଆନନ୍ଦ ଉପଭୋଗ କରିପାରନ୍ତି।
କୁମ୍ଭ: ନିଜ ପସନ୍ଦ ମୁତାବକ କାର୍ଯ୍ୟ କରି ଚାଲିବେ। ସୁସ୍ଥ ଓ ନିରାମୟ ରହିବେ। ବନ୍ଧୁ ସହାୟତା ମିଳିବ। ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ। ସୁସମ୍ବାଦ ଶୁଣି ଖୁସି ହେବେ। ସାରାଦିନ କାର୍ଯ୍ୟ ବ୍ୟସ୍ତ ରହିବେ। ଶୁଭକାର୍ଯ୍ୟ କରଣୀୟ। ଋଣ ପରିଶୋଧ କରିବେ।
ମୀନ: ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ। ବିଭିନ୍ନ ସ୍ତରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ବ୍ୟବସାୟ ଅତ୍ୟନ୍ତ ଲାଭଦାୟକ ହେବ। ଅଧ୍ୟୟନରତ ହୋଇପାରନ୍ତି। ସୁସମ୍ବାଦ ପାଇ ଭାବ ବିହ୍ୱଳ ହେବେ। ଦିନଟି ମଧ୍ୟମ ଧରଣର। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories