www.samajalive.in
Monday, December 8, 2025
13.1 C
Bhubaneswar

ବୁଧବାର ରାଶିଫଳ

ମେଷ: ମାନସିକ ସ୍ତରରେ ମନଭାବ ଶାନ୍ତ ରହିବ। ପରିଶ୍ରମର ମୂଲ୍ୟାଙ୍କନ ହେବ। ପ୍ରସନ୍ନତା ଲାଭ କରିବେ। ଆସ୍ତିକ ସ୍ୱଭାବର ହେବେ। ମିଷ୍ଟଭାଷୀ ହୋଇପାରନ୍ତି। ଥଣ୍ଡା କଫରେ ଆକ୍ରାନ୍ତ ହେବେ। ପ୍ରେମୀ ଓ ସାହସୀ ହେବେ। ଭ୍ରାତୃସ୍ନେହ ରହିବ।
ବୃଷ: ଆଶାବାଦୀ ହୋଇପାରନ୍ତି। ପରମ ସୌଭାଗ୍ୟଶାଳୀ ହେବେ। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ସ୍ତ୍ରୀ ବିଳାସୀ ହେବେ। ମିତ୍ର ସୁଖ ଲାଭ କରିବେ। ବ୍ୟବସାୟରୁ ଅଧିକ ଲାଭ ମିଳିବ।
ମିଥୁନ: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ଐଶ୍ୱର୍ଯ୍ୟଯୁକ୍ତ ହେବେ। ବ୍ୟବସାୟମୁଖୀ ହୋଇପାରନ୍ତି। ଆୟ ପରିମାଣ ବୃଦ୍ଧି ପାଇବ। ମାଲିମୋକଦ୍ଦମାରେ ବିଜୟୀ ହୋଇ ଅର୍ଥ ପ୍ରାପ୍ତ ହେବେ। ନୂଆ ବନ୍ଧୁ ଜୁଟିବେ।
କର୍କଟ: ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ପ୍ରତାରଣାର ଶିକାର ହୋଇପାରନ୍ତି। ଥଣ୍ଡା-କଫ ଜନିତ ପୀଡ଼ା ଭୋଗ କରିପାରନ୍ତି। ଚଞ୍ଚଳ ସ୍ୱଭାବର ହେବେ। ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। ମଧୁରଭାଷୀ ହେବେ। ଚକ୍ଷୁରେ ପୀଡ଼ା ଉପୁଜି ପାରେ। ସାହସୀ ଓ ଜ୍ଞାନୀ ହୋଇପାରନ୍ତି।
ସିଂହ: ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିପାରନ୍ତି। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳ ପ୍ରକୃତିର ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ରାଜକୋଷରୁ ଅର୍ଥ ମିଳିପାରେ। ଜ୍ୟୋତିଷ ବିଦ୍ୟା ପ୍ରତି ରୁଚି ରହିବ।
କନ୍ୟା: ପାରିବାରିକ ଜୀବନ ସୁଖପ୍ରଦ ହେବ। ଘାତଚନ୍ଦ୍ର ଭୋଗ ହେଉଥିବାରୁ ସତର୍କତାର ସହ ଚଳିବାକୁ ପଡ଼ିବ। କୁଳ ଉଜ୍ଜ୍ୱଳକାରୀ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ସୁସ୍ଥ ରହିବେ। ଦୟାଳୁ ସ୍ୱଭାବର ହୋଇପାରନ୍ତି। ବ୍ୟବସାୟ ଲାଭ ଜନକହେବ। ଯଶସ୍ୱୀ ହେବେ।
ତୁଳା: ମୂଲ୍ୟବାନ୍‍ ଦ୍ରବ୍ୟ ଲାଭର ସୁଯୋଗ ଅଛି। ଭ୍ରମଣ ଯୋଗ ଅଛି। ପରୋପକାରୀ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ଭୋଗ-ବିଳାସରେ ଅତିବାହିତ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ। ଧର୍ମାତ୍ମା, ବିଦ୍ୱାନ୍‍ ଓ ସାହସୀ ହେବେ।
ବିଛା: କର୍ମକ୍ଷେତ୍ରରେ ମାନ-ମନାନ୍ତର ଘଟିପାରେ। ସାମାନ୍ୟ ମାତ୍ରା​‌େ​‌ର ଶାରୀରିକ ପୀଡ଼ା ଅନୁଭବ କରିପାରନ୍ତି। ଈର୍ଷାପରାୟଣ ହୋଇପାରନ୍ତି। ସ୍ୱାଭିମାନୀ ହେବେ। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ସହଯୋଗୀ ବ୍ୟବସାୟରୁ ଲାଭ ପାଇ ଖୁସି ରହିବେ।
ଧନୁ: ବ୍ୟବସାୟରେ ଅଗ୍ରଗତି ଘଟିବ। ଆମୋଦ-ପ୍ରମୋଦରେ ଦିନଟି ଅତିବାହିତ କରିପାରନ୍ତି। ସମାଜ ସେବାପ୍ରତି ମନ ବଳାଇ ପାରନ୍ତି। ମନରେ ଅହଂଭାବ ଆସିପାରେ। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହୋଇପାରନ୍ତି। ପତ୍ନୀଙ୍କ ପରାମର୍ଶ ଅତ୍ୟନ୍ତ ଉପାଦେୟ ହେବ।
ମକର: କାର୍ଯ୍ୟ​‌େ​‌ର ଆଗ୍ରହ ହରାଇ ପାରନ୍ତି। ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହେବେ।
କୁମ୍ଭ: ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ। ଚଞ୍ଚଳ ପ୍ରକୃତିର ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଲଟେରୀ ଉଠାଣର ଫଳ ଆପଣଙ୍କ ସପକ୍ଷରେ ଯାଇପାରେ। ଗୁପ୍ତବିଦ୍ୟା ପ୍ରତି ଆଗ୍ରହ ପ୍ରକାଶ କରିପାରନ୍ତି। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ଦାନ-ପୁଣ୍ୟ କରିପାରନ୍ତି।
ମୀନ: କର୍ମକ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି। ଉଦାର ସ୍ୱଭାବର ହେବେ। ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ଜୀବନ ଯାପନ କରି କୃଷି କର୍ମ ଉପରେ ଧ୍ୟାନ ଦେବେ। ଜଳପ୍ରତି ଆଦର ପେମୀ ଓ ବୁଦ୍ଧିମାନ୍‍ ହେବେ। ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହୋଇପାରନ୍ତି।

Hot this week

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

Related Articles

Popular Categories