www.samajalive.in
Friday, December 5, 2025
20.1 C
Bhubaneswar

ବୁଧବାର ରଶିଫଳ: ଭାଗ୍ୟଶାଳୀ ହେବେ ଏହି ରାଶି

ମେଷ: ସୌହାର୍ଦ୍ୟପୂର୍ଣ୍ଣ ବାତାବରଣ ମାଧ୍ୟମରେ ଆଜି ଦିନଟି ଅତିବାହିତ କରିପାରନ୍ତି। ଭାଗ୍ୟଶାଳୀ ହେବେ। ଜୀବନ ସୁଖସମୃଦ୍ଧିପୂର୍ଣ୍ଣ ହେବ। ପ୍ରାୟ ପ୍ରତ୍ୟେକ କ୍ଷେତ୍ରରେ ପତ୍ନୀଙ୍କ ସହଯୋଗ ମିଳିବ।

ବୃଷ: ଈର୍ଷାଳୁ ସ୍ବଭାବସମ୍ପନ୍ନ ହୋଇପାରନ୍ତି। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ମିତ୍ରଙ୍କଠାରୁ ସହଯୋଗ ନ ମିଳିପାରେ। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ସମାଜସେବୀ ହୋଇପାରନ୍ତି।

- Advertisement -

ମିଥୁନ: ଜଣେ ସମାଜସେବୀ ଭାବେ ସକଳ କାର୍ଯ୍ୟରେ ଆପଣଙ୍କ ସହଯୋଗ ଲୋକେ ଆଶା କରିବେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହୋଇପାରନ୍ତି। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ। ଅହଂକାରକୁ ବର୍ଜନ କରିବେ।

କର୍କଟ: ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ। ସୁଖୀ ହେବେ।

ସିଂହ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ହଠାତ୍‌ କିଛି ଅର୍ଥ ମିଳିବାର ସୁଯୋଗ ଅଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ତେଜସ୍ବୀ ଓ ଧାର୍ମିକ ହେବେ।

କନ୍ୟା: ଉଦାର ସ୍ବଭାବସମ୍ପନ୍ନ ହୋଇପାରନ୍ତି। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ଜଳଯାତ୍ରା ନ କରିବା ଭଲ।

ତୁଳା: ଈଶ୍ବର ବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ମାର୍ଜିତ ଓ ବ୍ୟବହାର ପ୍ରେମପୂର୍ଣ୍ଣ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜଙ୍କଠାରୁ ଆଦର ସମ୍ମାନ ମିଳିବ। ଧାର୍ମିକ ଓ ବନ୍ଧୁପ୍ରେମୀ ହେବେ।

ବିଛା: ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ବ୍ୟବସାୟ ଲାଭଜନକ ହେବ। ପାରିବାରିକ ସୁଖ ମିଳିବ।

ଧୁନ: ଶ୍ରୀଚନ୍ଦ୍ର ଭୋଗ ହେତୁ ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ଆୟ ଆଶାନୁରୂପ ହେବ। ଗୁରଜନଙ୍କ ଆଶୀର୍ବାଦ ଗ୍ରହଣ କରି ସୁଖୀ ହେବେ। ଚିନ୍ତାଧାରା ଉନ୍ନତମାନର ହେବ।

ମକର: ଥଣ୍ଡା, କଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। କର୍ମଚଞ୍ଚଳ ରହିବେ। ଏକାନ୍ତ ସାଧନା ଫଳବତୀ ହେବ। ମଧୁର ଭାଷାରେ ପରକୁ ଆପଣାର କରିପାରନ୍ତି। ସାହସୀ ଓ ଜ୍ଞାନୀ ହେବେ। ଖର୍ଚ୍ଚାନ୍ତ ହେବେ।

କୁମ୍ଭ: ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜ ଦରବାରରୁ ଧନଲାଭ ହେବ। ସୁଖରେ ଜୀବନ ବିତାଇବେ।

ମୀନ: କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ଆୟୁଷ୍ମାନ୍‌ ହେବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହୋଇପାରନ୍ତି। ପରିବାର ପ୍ରତି ସ୍ନେହ ସଦ୍ଦିଚ୍ଛାଭାବ ଜାଗ୍ରତ ରହିବ।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories