www.samajalive.in
Saturday, December 6, 2025
26.1 C
Bhubaneswar

ଦିଲ୍ଲୀରେ ସପ୍ତାହନ୍ତ କର୍ଫ୍ୟୁ, ଶୁକ୍ରବାର ରାତିରୁ ସୋମବାର ସକାଳ ଯାଏ ଲାଗୁ ହେବ କଟକଣା

ନୂଆଦିଲ୍ଲୀ: ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଗୁରୁବାର ଦିଲ୍ଲୀରେ ସପ୍ତାହନ୍ତ କର୍ଫ୍ୟୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ‌। ଉପରାଜ୍ୟପାଳ ଅନୀଲ ବୈଜଲଙ୍କ ସହ ଆଲୋଚନା ପରେ ଏନେଇ ଗଣମାଧ୍ୟମରେ ଘୋଷଣା କରିଛନ୍ତି କେଜରିୱାଲ୍‌।

ଶୁକ୍ରବାର ରାତିରୁ ସୋମବାର ସକାଳ ପର୍ଯ୍ୟନ୍ତ କର୍ଫ୍ୟୁ କଟକଣା ଜାରି ରହିବ। କର୍ଫ୍ୟୁ ସମୟରେ କେବଳ ଜରୁରୀ ସେବା ବ୍ୟତୀତ ଅନ୍ୟ ସମସ୍ତ କାର୍ଯ୍ୟ ବନ୍ଦ ରହିବ ବୋଲି କୁହାଯାଇଛି। ଏହି ସମୟରେ କର୍ଫ୍ୟୁ ପାସ୍‌ ଜରିଆରେ ଅନୁମତି ନେଇ ବିବାହ କାର୍ଯ୍ୟ ସମ୍ପନ୍ନ ହୋଇପାରିବ। ଏହାବ୍ୟତୀତ କର୍ଫ୍ୟୁ ସମୟରେ ସପିଂମଲ୍‌, ଜିମ୍‌, ସ୍ପା ଆଦି ବନ୍ଦ ରଖାଯିବାକୁ ନିଷ୍ପତ୍ତି ନିଆଯାଇଛି। ୩୦ ପ୍ରତିଶତ ଦର୍ଶକରେ ଚାଲିବ ସିନେମା ହଲ୍‌। ରେଷ୍ଟୁରାଣ୍ଟରେ ବସି ଖାଇବା ମନା, କେବଳ ହୋମ୍‌ ଡେଲିଭରିକୁ ଅନୁମତି ଦିଆଯାଇଛି।

- Advertisement -

ଅପରପକ୍ଷରେ କରୋନା ଆକ୍ରାନ୍ତଙ୍କ ପାଇଁ ବେଡ଼୍‌ର ଅଭାବ ନାହିଁ। ସଦ୍ୟ ସୂଚନା ଅନୁସାରେ ବର୍ତ୍ତମାନ ସୁଦ୍ଧା ୫ ହଜାରରୁ ଊର୍ଦ୍ଧ୍ବ ବେଡ଼୍‌ ଉପଲବ୍ଧ ଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହାସହ ସପ୍ତାହର ଶେଷ ଦିନରେ ଘରୁ ନ ବାହାରିବାକୁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି।

ସୂଚନାଯୋଗ୍ୟ, ଦିଲ୍ଲୀରେ ଦିନକରେ ୧୭,୨୫୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୦୪ ଜଣଙ୍କ ମୃତ୍ୟୁ ହୋଇଛି। ଦିନକୁ ଦିନ ରଜଧାନୀରେ କରୋନାର କାୟା ବିସ୍ତାର ହୋଇଚାଲିଛି। ତେଣୁ କରୋନା ଚେନ୍‌ ଭାଙ୍ଗିବାକୁ ଦିଲ୍ଲୀ ସରକାର ଏହି ନିଷ୍ପତ୍ତି ନେଇଛନ୍ତି।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories