www.samajalive.in
Monday, December 15, 2025
24.1 C
Bhubaneswar

ସାପ୍ତାହିକ ରାଶିଫଳ (ମେ’ ୨୮ – ଜୁନ ୩)

ମେଷ: ରବିବାର ସଫଳତା ପ୍ରାପ୍ତି। ଧାର୍ମିକ କାର୍ଯ୍ୟରେ ଯୋଗଦେବେ। ସୋମବାର ଓ ମଙ୍ଗଳବାର ସାବଧାନତା ଲୋଡ଼ା। ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ଦାମ୍ପତ୍ୟ ଜୀବନରେ କଳହ ଦେଖାଦେବ। ବୁଧବାର ଓ ଗୁରୁବାର ନୂତନ ଦ୍ରବ୍ୟ ଲାଭ ହେବ। ଶୁକ୍ରବାର ଓ ଶନିବାର ମାନସିକ ଅବସାଦ ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ରୁଚିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ବଜରଙ୍ଗ ବାଣ ପାଠ କରନ୍ତୁ।
ବୃଷ: ରବିବାର ସାବଧାନତା ଲୋଡା। ପାରିବାରିକ ଅଶାନ୍ତି ଦେଖାଦେବ। ସୋମବାର ଓ ମଙ୍ଗଳବାର କାର୍ଯ୍ୟରେ ପ୍ରତିଷ୍ଠା ଲାଭ କରିବେ। ନୂତନ ନିଯୁକ୍ତି ମିଳିପାରେ। ବୁଧବାର ଓ ଗୁରୁବାର ଭାବିଚିନ୍ତି କାର୍ଯ୍ୟ କରିବେ। ଶୁକ୍ରବାର ଓ ଶନିବାର ବନ୍ଧୁ ଲାଭ କରିବେ। ମହିଳା ଓ ବିଦ୍ୟାର୍ଥୀ ସୃଜନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କରନ୍ତୁ।
ମିଥୁନ: ରବିବାର ଆର୍ଥିକ ସ୍ଥିତି ଉନ୍ନତ ହେବ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବେ। ସୋମବାର ଓ ମଙ୍ଗଳବାର ଯାତ୍ରାକାଳୀନ ଦୁର୍ଘଟଣାର ସମ୍ମୁଖୀନ ହୋଇପାରନ୍ତି। ସାମାନ୍ୟ ଆଘାତ ଲାଗିପାରେ। ବୁଧବାର ଓ ଗୁରୁବାର କାର୍ଯ୍ୟରେ ପଦୋନ୍ନତି ମିଳିପାରେ। ଶୁକ୍ରବାର ଓ ଶନିବାର ଚିନ୍ତା ବୃଦ୍ଧି ହେବ। ମହିଳା ଓ ବିଦ୍ୟାର୍ଥୀ ପ୍ରତିଷ୍ଠାଯୁକ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ଓଁ ଲଂ ଲଳିତାଭ୍ୟାଂ ନମଃ ମନ୍ତ୍ର ଜପ କରନ୍ତୁ।
କର୍କଟ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସମୟ ଆପଣଙ୍କ ସପକ୍ଷରେ ଯିବ। ଶତ୍ରୁ ପରାସ୍ତ ହେବେ। ମାଲିମକଦ୍ଦମାରେ ବିଜୟୀ ହେବେ। ବୁଧବାର ଓ ଗୁରୁବାର ଅଯଥା ସମସ୍ୟାରେ ଛନ୍ଦି ହୋଇପଡ଼ିବେ। ସାମାନ୍ୟ କଥାକୁ ନେଇ ଚିନ୍ତା ବୃଦ୍ଧି ହେବ। ଶୁକ୍ରବାର ଓ ଶନିବାର ପ୍ରତିଷ୍ଠାଯୁକ୍ତ ହେବେ। ମହିଳା ଓ ବିଦ୍ୟାର୍ଥୀ ଭ୍ରମଣପ୍ରିୟ ହେବେ। ରିଷ୍ଟଖଣ୍ଡନ ପାଇଁ ଓଁ ହ୍ରୀଂ ଓଁ ହ୍ରୀଂ ଓଁ ମନ୍ତ୍ର ଜପ କରନ୍ତୁ। ଗରିବଙ୍କୁ ଦାନ କରନ୍ତୁ।
ସିଂହ: ରବିବାର ଓ ସୋମବାର ପ୍ରେମକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହେବ। ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସମୟ ଅନୁକୂଳ ଫଳ ପ୍ରଦାନ କରିବ। ଧନପ୍ରାପ୍ତି ହେବ। ଶୁକ୍ରବାର ଓ ଶନିବାର ଅସୁବିଧାରେ ପଡ଼ିପାରନ୍ତି। ଶତ୍ରୁଦ୍ବାରା ପରାସ୍ତ ହେବେ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମଫଳ ପ୍ରାପ୍ତ କରିବେ। ରିଷ୍ଟଖଣ୍ଡନ ପାଇଁ ମା’ ମାତଙ୍ଗୀଙ୍କ କବଚ ପାଠ କରନ୍ତୁ।
କନ୍ୟା: ରବିବାର ଯାତ୍ରାକାଳୀନ ଦୁର୍ଘଟଣାର ସମ୍ମୁଖୀନ ହୋଇପାରନ୍ତି। ସୋମବାରଠାରୁ ବୁଧବାର ପର୍ଯ୍ୟନ୍ତ ନୂତନ କାର୍ଯ୍ୟରେ ଯୋଗଦେବେ। ପାରିବାରିକ ଶାନ୍ତି ଲାଭ ହେବ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ କର୍ମକ୍ଷେତ୍ରରେ ମର୍ଯ୍ୟାଦା ବୃଦ୍ଧି ହେବ। ଯଶ, ମାନ ଓ ଗୌରବର ଅଧିକାରୀ ହେବେ। ମହିଳା ଓ ବିଦ୍ୟାର୍ଥୀ ସଫଳତା ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ମା’ ତ୍ରିପୁରା ସୁନ୍ଦରୀଙ୍କ କବଚ ପାଠ କରନ୍ତୁ।
ତୁଳା: ରବିବାର ସ୍ତ୍ରୀଙ୍କ ସହଯୋଗ ପ୍ରାପ୍ତି ହେବ। ଦୂରଦେଶକୁ ଯାତ୍ରା କରିପାରନ୍ତି। ସୋମବାର ଓ ମଙ୍ଗଳବାର ଦୂରଯାତ୍ରା ସ୍ଥଗିତ ରଖିବା ଭଲ। ସାମାନ୍ୟ ଆଘାତ ଲାଗିପାରେ। ବୁଧବାର ଓ ଗୁରୁବାର ସାମାଜିକ କାର୍ଯ୍ୟରେ ଯୋଗଦେବେ। ଶୁକ୍ରବାର ଓ ଶନିବାର ନୂତନ ନିଯୁକ୍ତି ପାଇପାରନ୍ତି। ଆୟ ବୃଦ୍ଧିହେବ। ମହିଳା ଓ ବିଦ୍ୟାର୍ଥୀ ଶ୍ରୀଯୁକ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କରନ୍ତୁ।
ବିଛା: ରବିବାର ସମସ୍ୟାଯୁକ୍ତ ହେବେ। ସୋମବାର ଓ ମଙ୍ଗଳବାର ଯାନବାହନ ଦୁର୍ଘଟଣାର ସମ୍ମୁଖୀନ ହେବେ। ସୁସମ୍ବାଦ ପ୍ରାପ୍ତ ହେବ। ବୁଧବାର ଓ ଗୁରୁବାର ସନ୍ତାନ ସୁଖ ଲାଭ ହେବ। ପୈତୃକ ସମ୍ପତ୍ତିରୁ ଲାଭବାନ ହେବେ। ପଦମର୍ଯ୍ୟାଦା ବୃଦ୍ଧି ହେବ। ଆନନ୍ଦଚିତ୍ତ ହେବେ। ଶୁକ୍ରବାର ଓ ଶନିବାର ନୂତନ ଦ୍ରବ୍ୟ ଲାଭ ହେବ। ମହିଳା ଓ ବିଦ୍ୟାର୍ଥୀ ପ୍ରତିଷ୍ଠାଯୁକ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀସୁନ୍ଦରାକାଣ୍ଡ ପାଠ କରନ୍ତୁ।
ଧନୁ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସମୟ ଆପଣଙ୍କ ସପକ୍ଷରେ ଯିବ। ଶତ୍ରୁ ଉପରେ ବିଜୟ ଲାଭ କରିବେ। ବୁଧବାର ଓ ଗୁରୁବାର କାର୍ଯ୍ୟରେ ସଫଳତା ପାଇବେ। ନୂତନ ଦ୍ରବ୍ୟ କ୍ରୟ କରିବେ। ଶୁକ୍ରବାର ଓ ଶନିବାର ଜଗିରଖି ଚଳିବା ଆବଶ୍ୟକ। ସ୍ବାସ୍ଥ୍ୟ ଜନିତ ସମସ୍ୟା ଦେଖାଦେବ। ବିବାଦରେ ପଡ଼ିପାରନ୍ତି। ମହିଳା ଓ ବିଦ୍ୟାର୍ଥୀ କର୍ମାଶ୍ରୟୀ ହେବେ। ରିଷ୍ଟଖଣ୍ଡନ ପାଇଁ ଓଁ ତାରେ ତୁତାରେ ତୁରେ ସ୍ବାହା ମନ୍ତ୍ର ଜପ କରନ୍ତୁ।
ମକର: ରବିବାର ଆର୍ଥିକ ଅନଟନ ଦେଖାଦେବ। ସୋମବାର ଓ ମଙ୍ଗଳବାର ଭାବିଚିନ୍ତି କାର୍ଯ୍ୟ କରିବା ଉଚିତ୍‌। ସନ୍ତାନମାନଙ୍କୁ ନେଇ ଚିନ୍ତାରେ ପଡ଼ିବେ। ବୁଧବାର ଓ ଗୁରୁବାର ପ୍ରତିଯୋଗିତାରେ ବିଜୟୀ ହେବେ। ଶୁକ୍ରବାର ଓ ଶନିବାର ପଦମର୍ଯ୍ୟାଦା ବୃଦ୍ଧି ହେବ। ମହିଳା ଓ ବିଦ୍ୟାର୍ଥୀ ସଫଳତା ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ମା’ ମାତଙ୍ଗୀଙ୍କ ମନ୍ତ୍ର ଜପ କରନ୍ତୁ।
କୁମ୍ଭ: ରବିବାର ସୁସମ୍ବାଦ ପ୍ରାପ୍ତ ହେବ। ଦୂରଯାତ୍ରା କରିପାରନ୍ତି। ସୋମବାର ଓ ମଙ୍ଗଳବାର ଅଯଥାରେ ଆପମାନିତ ହେବେ। ସମସ୍ୟାଯୁକ୍ତ ହେବେ। ବୁଧବାର ଓ ଗୁରୁବାର ଆନନ୍ଦଚିତ୍ତ ହେବେ। ଆୟ ବୃଦ୍ଧିହେବ। ପିଲାଙ୍କୁ ନେଇ ଗର୍ବିତ ହେବେ। ଶୁକ୍ରବାର ଓ ଶନିବାର ଆର୍ଥିକ ସମସ୍ୟା ଦୂର ହେବ। ନିଯୁକ୍ତି ପାଇପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ସୃଜନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶିବସ୍ତୋତ୍ର ପାଠ କରନ୍ତୁ।
ମୀନ: ରବିବାର ଘରକୁ ବନ୍ଧୁଙ୍କ ଆଗମନ ହେବ। ସୁସ୍ବାଦୁ ଭୋଜନ ପ୍ରାପ୍ତି ହେବ। ସୋମବାର ଓ ମଙ୍ଗଳବାର କାର୍ଯ୍ୟରେ ପ୍ରତିବନ୍ଧକ ସୃଷ୍ଟିହେବ। ବୁଧବାର ଓ ଗୁରୁବାର ବାକ୍‌ ସଂଯମୀ ହେବେ। ନଚେତ୍‌ ବିବାଦରେ ପଡ଼ିପାରନ୍ତି, ଶୁକ୍ରବାର ଓ ଶନିବାର କର୍ମ କ୍ଷେତ୍ରରେ ମଧ୍ୟମଫଳ ପ୍ରାପ୍ତି ହେବ। ମହିଳା ଓ ବିଦ୍ୟାର୍ଥୀ ଅସୁବିଧାରେ ପଡ଼ିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଦୁର୍ଗା ସହସ୍ରନାମ ପାଠ କରନ୍ତୁ।

Hot this week

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

Related Articles

Popular Categories