ସାପ୍ତାହିକ ରାଶିଫଳ (ନଭେମ୍ବର ୧୦ – ୧୬)
ମେଷ
ରବିବାର ନୂତନ ବ୍ୟବସାୟ ଆରମ୍ଭ କରିବେ। କାର୍ଯ୍ୟଦକ୍ଷତା ବୃଦ୍ଧି ହେବ। ସୋମବାର ଓ ମଙ୍ଗଳବାର ଯାତ୍ରାକାଳୀନ ସାବଧାନତା ଲୋଡ଼ା। ଦୁର୍ଘଟଣାଗ୍ରସ୍ତ ହୋଇପାରନ୍ତି। ବୁଧବାର ଓ ଗୁରୁବାର ଧାର୍ମିକ କାର୍ଯ୍ୟରେ ଯୋଗଦେବେ। ନୂତନ ବନ୍ଧୁ ଲାଭ ହେବେ। ଶୁକ୍ରବାର ଓ ଶନିବାର ଭ୍ରମଣପ୍ରିୟ ହେବେ। ଦୂରଦେଶକୁ ଯାତ୍ରା କରିପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ଚିନ୍ତାଯୁକ୍ତ ହେବେ। ରିଷ୍ଟ ଖଣ୍ଡନ ପାଇଁ ଓଁ ନମଃ ଶିବାୟ ମନ୍ତ୍ର ଜପ କରନ୍ତୁ।
ବୃଷ
ରବିବାର କାର୍ଯ୍ୟକ୍ଷେତ୍ରରେ ଦ୍ବନ୍ଦ୍ବ ଦେଖାଦେବ। ସୋମବାର ଓ ମଙ୍ଗଳବାର କର୍ମ ଅନୁସାରେ ଫଳପ୍ରାପ୍ତି ହେବ। ବୁଧବାର ଓ ଗୁରୁବାର ବନ୍ଧୁବାନ୍ଧବଙ୍କ ଗହଣରେ ସମୟ ଅତିବାହିତ ହେବ। ସୁସ୍ବାଦୁ ଭୋଜନପ୍ରାପ୍ତ ହେବ। ଶୁକ୍ରବାର ଓ ଶନିବାର ମାନସିକ ଅବସାଦ ଦେଖାଦେବ। ଶତ୍ରୁ ଦ୍ବାରା ପରାସ୍ତ ହେବେ। ମହିଳା ଓ ବିଦ୍ୟାର୍ଥୀ କର୍ମଠ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କରନ୍ତୁ।
ମିଥୁନ
ରବିବାର ଓ ସୋମବାର ସମସ୍ୟା ସମାଧାନ ପାଇଁ ଚେଷ୍ଟା କରିବେ। ନୂତନ ଦ୍ରବ୍ୟ କ୍ରୟ କରିବେ। ମଙ୍ଗଳବାର ଠାରୁ ଗୁରୁବାର ପର୍ଯ୍ୟନ୍ତ ସମୟ ଆପଣଙ୍କ ସପକ୍ଷରେ ଯିବ। ମାଲିମକଦ୍ଦମାରେ ବିଜୟୀ ହେବେ। ବ୍ୟବସାୟରେ ଲାଭବାନ ହେବେ। ଶୁକ୍ରବାର ଓ ଶନିବାର ଅସୁବିଧାରେ ପଡ଼ିପାରନ୍ତି। ଦ୍ରବ୍ୟ ଚୋରି ହୋଇପାରେ। ମହିଳା ଓ ବିଦ୍ୟାର୍ଥୀ ଶ୍ରୀ ଯୁକ୍ତ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀଗଣେଶଙ୍କ ମନ୍ତ୍ର ପାଠ କରନ୍ତୁ।
କର୍କଟ
ରବିବାର ଓ ସୋମବାର ସାବଧାନତା ଲୋଡ଼ା। ବିବାଦରେ ପଡ଼ିପାରନ୍ତି। ମାନହାନି ହୋଇପାରେ। ମଙ୍ଗଳବାର ଓ ବୁଧବାର ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ପାରିବାରିକ ଶାନ୍ତି ଦେଖାଦେବ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ଚାକିରି କ୍ଷେତ୍ରରେ ପ୍ରଶଂସିତ ହେବେ। ଯଶ, ମାନ ଓ ଗୌରବର ଅଧିକାରୀ ହେବେ। ସ୍ତ୍ରୀ ହେତୁକ ଧନଲାଭ ହେବ। ମହିଳା ଓ ବିଦ୍ୟାର୍ଥୀ ପ୍ରତିଷ୍ଠା ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ମା’ ଭୁବନେଶ୍ବରୀଙ୍କ ମନ୍ତ୍ର ଜପ କରନ୍ତୁ।
ସିଂହ
ରବିବାର ସଫଳତା ପ୍ରାପ୍ତ କରିବେ। କର୍ମକ୍ଷେତ୍ରରେ ଓ ବ୍ୟବସାୟରେ ଲାଭବାନ ହେବେ। ସୋମବାର ଓ ମଙ୍ଗଳବାର ଚିନ୍ତାଗ୍ରସ୍ତ ହେବେ। ବୁଧବାର ଓ ଗୁରୁବାର ମଧ୍ୟମ ଫଳ ଲାଭ କରିବେ। ଆୟ ଓ ବ୍ୟୟ ସମାନ ରହିବ। ଶୁକ୍ରବାର ଓ ଶନିବାର ବିବାଦର ସମାଧାନ ପାଇଁ ସିଦ୍ଧହସ୍ତ ହେବେ। ପ୍ରତିଯୋଗିତାରେ ବିଜୟୀ ହେବେ। ମହିଳା ଓ ବିଦ୍ୟାର୍ଥୀ ରୁଚିଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଆଦିତ୍ୟ ସ୍ତୋତ୍ର ପାଠ କରନ୍ତୁ।
କନ୍ୟା
ରବିବାର ପରିଶ୍ରମ ଜନିତ କ୍ଳାନ୍ତି ଅନୁଭୂତ ହେବ। ସୋମବାର ଓ ମଙ୍ଗଳବାର ଦୂରଯାତ୍ରା କରିପାରନ୍ତି। ବ୍ୟବସାୟରେ ସଫଳତା ପ୍ରାପ୍ତ ହେବ। ବୁଧବାର ଓ ଗୁରୁବାର ଋଣଗ୍ରସ୍ତ ହେବେ। ମା’ଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତାରେ ପଡ଼ିବେ। ଶୁକ୍ରବାର ଓ ଶନିବାର ଶତ୍ରୁ ଉପରେ ବିଜୟ ଲାଭ କରିବେ। ସୁସମ୍ବାଦ ମିଳିପାରେ। ଆୟ ବୃଦ୍ଧି ହେବ। ମହିଳା ଓ ବିଦ୍ୟାର୍ଥୀ ବିଳମ୍ବରେ ସଫଳତା ପାଇବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଲଳିତା ସହସ୍ରନାମ ପାଠ କରନ୍ତୁ।
ତୁଳା
ରବିବାର ସ୍ତ୍ରୀଙ୍କ ସହଯୋଗ ପ୍ରାପ୍ତି ହେବ। ଦୂରଦେଶରୁ ସୁସମ୍ବାଦ ପ୍ରାପ୍ତିହେବ। ସୋମବାର ଓ ମଙ୍ଗଳବାର ଜଗିରଖି ଚଳିବା ଆବଶ୍ୟକ। ଆଘାତ ପ୍ରାପ୍ତ ହୋଇପାରନ୍ତି। ବୁଧବାର ଓ ଗୁରୁବାର ସାମାଜିକ କାର୍ଯ୍ୟରେ ପ୍ରତିଷ୍ଠାଯୁକ୍ତ ହେବେ। ଶୁକ୍ରବାର ଓ ଶନିବାର ବନ୍ଧୁଙ୍କ ଗହଣରେ ସମୟ ଅତିବାହିତ ହେବ। ସୁସ୍ବାଦୁ ଭୋଜନ ପ୍ରାପ୍ତି ହେବ। ମହିଳା ଓ ବିଦ୍ୟାର୍ଥୀ କର୍ମାଶ୍ରୟୀ ହେବେ। ରିଷ୍ଟ ଖଣ୍ଡନ ପାଇଁ ରୁଦ୍ରାଷ୍ଟକ ପାଠ କରନ୍ତୁ ଓ ଜଳ ଅର୍ପଣ କରନ୍ତୁ।
ବିଛା
ରବିବାର ସମସ୍ୟା ମୁକ୍ତ ହେବେ। ଦୂରଦେଶକୁ ଯାତ୍ରା କରିପାରନ୍ତି। ସୋମବାର ଓ ମଙ୍ଗଳବାର ସାବଧାନତା ଲୋଡ଼ା, ବିବାଦରେ ପଡ଼ିପାରନ୍ତି। ବୁଧବାର ଓ ଗୁରୁବାର ସନ୍ତାନ ସୁଖ ଲାଭ କରିବେ। ପୈତୃକ ସମ୍ପତ୍ତିରୁ ଲାଭବାନ ହେବେ। ଶୁକ୍ରବାର ଓ ଶନିବାର ଯାନବାହନ ସୌଖ୍ୟ ପ୍ରାପ୍ତି ହେବ। ଉପରିସ୍ଥ ଅଧିକାରୀଙ୍କ ଦ୍ବାରା ପ୍ରଶଂସିତ ହେବେ। ମହିଳା ଓ ବିଦ୍ୟାର୍ଥୀ ପରିଶ୍ରମୀ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ସୁନ୍ଦରାକାଣ୍ଡ ପାଠ କରନ୍ତୁ।
ଧନୁ
ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସମୟ ଆପଣଙ୍କ ସପକ୍ଷରେ ଯିବ। ଆୟ ବୃଦ୍ଧି ହେବ। ମାଲିମକଦ୍ଦମାରେ ବିଜୟୀ ହେବେ। ବୁଧବାର ଓ ଗୁରୁବାର ପ୍ରୀତି ଲାଭ ହେବ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ। ଶୁକ୍ରବାର ଓ ଶନିବାର ସମୟ ପ୍ରତିକୂଳ ଦେଇ ଗତି କରିବ। ପାରିବାରିକ ଅଶାନ୍ତି ଦେଖାଦେବ। ଶତ୍ରୁ ବୃଦ୍ଧି ହେବେ। ମହିଳା ଓ ବିଦ୍ୟାର୍ଥୀ ମନନଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ମା’ ତାରାଙ୍କ ମନ୍ତ୍ର ଜପ କରନ୍ତୁ।
ମକର
ରବିବାର ଆର୍ଥିକ ଉନ୍ନତି ଦେଖାଦେବ। ପାରିବାରିକ ଶାନ୍ତି ଲାଭ ହେବ। ସୋମବାର ଓ ମଙ୍ଗଳବାର ଭାବିଚିନ୍ତି କାର୍ଯ୍ୟ କରିବେ। ସନ୍ତାନମାନଙ୍କୁ ନେଇ ଚିନ୍ତାରେ ପଡ଼ିବେ। ବୁଧବାର ଓ ଗୁରୁବାର ପ୍ରତିଯୋଗିତାରେ ବିଜୟୀ ହେବେ। ନୂତନ ଦ୍ରବ୍ୟ ଲାଭ ହେବ। ଶୁକ୍ରବାର ଓ ଶନିବାର ପଦମର୍ଯ୍ୟାଦା ବୃଦ୍ଧି ହେବ। ମହିଳା ଓ ବିଦ୍ୟାର୍ଥୀ ସଫଳତା ଲାଭ କରିବେ। ରିଷ୍ଟ ଖଣ୍ଡନ ପାଇଁ ମା’ କାଳୀଙ୍କର ସହସ୍ରନାମ ପାଠ କରନ୍ତୁ।
କୁମ୍ଭ
ରବିବାର ସୁସମ୍ବାଦ ପ୍ରାପ୍ତ କରିବେ। ଦୂରଯାତ୍ରା କରିପାରନ୍ତି। ସୋମବାର ଓ ମଙ୍ଗଳବାର ସମସ୍ୟାଯୁକ୍ତ ହେବେ। ଅଯଥାରେ ଅପମାନିତ ହୋଇପାରନ୍ତି। ବୁଧବାର ଓ ଗୁରୁବାର ଆନନ୍ଦ ଚିତ୍ତ ହେବେ। ପିଲାଙ୍କୁ ନେଇ ଗର୍ବ ଅନୁଭବ କରିବେ। ଶୁକ୍ରବାର ଓ ଶନିବାର ନୂତନ ନିଯୁକ୍ତି ମିଳିପାରେ। କୃଷିଜାତ ଦ୍ରବ୍ୟରୁ ଲାଭବାନ ହେବେ। ମହିଳା ଓ ବିଦ୍ୟାର୍ଥୀ ଯଶସ୍ବୀ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କରନ୍ତୁ।
ମୀନ
ରବିବାର ବନ୍ଧୁବାନ୍ଧବଙ୍କ ଆଗମନ ହେବ। ସୋମବାର ଓ ମଙ୍ଗଳବାର ସମସ୍ୟାମୁକ୍ତ ହେବେ। ବୁଧବାର ଓ ଗୁରୁବାର ଜଗିରଖି ଚଳନ୍ତୁ। ଆଘାତପ୍ରାପ୍ତି ହେବାର ଆଶଙ୍କା ରହିଛି। ଶତ୍ରୁ ଦ୍ବାରା ପରାଭୂତ ହେବେ। ଶୁକ୍ରବାର ଓ ଶନିବାର ଭାବିଚିନ୍ତି କାର୍ଯ୍ୟ କରିବା ବାଞ୍ଛନୀୟ। କର୍ମକ୍ଷେତ୍ରରେ ଓ ବ୍ୟବସାୟରେ ମଧ୍ୟମଫଳ ପ୍ରାପ୍ତି ହେବ। ମହିଳା ଓ ବିଦ୍ୟାର୍ଥୀ ଲାଭବାନ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ଦୁର୍ଗା ସହସ୍ରନାମ ପାଠ କରନ୍ତୁ।
Comments are closed.