କେମିତି କଟିବ ଏହି ସପ୍ତାହ: ସାପ୍ତାହିକ ରାଶିଫଳ

ମେଷ: ରବିବାର ଓ ସୋମବାର ନୂତନ ଭୂମି କ୍ରୟ କରିପାରନ୍ତି। କାର୍ଯ୍ୟକ୍ଷେତ୍ରରେ ଓ ବ୍ୟବସାୟରେ ଲାଭବାନ ହେବେ। ମଙ୍ଗଳବାର ଓ ବୁଧବାର ଆର୍ଥିକ ସମସ୍ୟା ଦୂର ହେବ। ଦୂରଯାତ୍ରା କରିପାରନ୍ତି। ଗୁରୁବାର ଓ ଶୁକ୍ରବାର ସମସ୍ୟା ସମାଧାନ ପାଇଁ ଚେଷ୍ଟା କରିବେ। ଶନିବାର ମଧ୍ୟମ ଫଳ ଲାଭ କରିବେ। ମହିଳା ଓ ବିଦ୍ୟାର୍ଥୀ ଯଶ ଲାଭ କରିବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ହନୁମାନ ଚାଳିଶା ପାଠ କରନ୍ତୁ।
ବୃଷ: ରବିବାର ଓ ସୋମବାର ବନ୍ଧୁଙ୍କ ଗହଣରେ ସମୟ ବିତିବ। ସୁସ୍ବାଦୁ ଭୋଜନ ପ୍ରାପ୍ତ ହେବ। ମଙ୍ଗଳବାର ଓ ବୁଧବାର ଯାନବାହନଜନିତ ସମସ୍ୟା ଦେଖାଦେବ। ଶତ୍ରୁ ଦ୍ବାରା ପରାସ୍ତ ହେବେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିବ। କାର୍ଯ୍ୟଦକ୍ଷତା ବୃଦ୍ଧି ହେବ। ପଦୋନ୍ନତି ମିଳିପାରେ। ମହିଳା ଓ ବିଦ୍ୟାର୍ଥୀ ସଫଳତା ପାଇବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ରୁଦ୍ରାଷ୍ଟକ ପାଠ କରନ୍ତୁ।
ମିଥୁନ: ରବିବାର ଓ ସୋମବାର ଯାତ୍ରା ଜନିତ ଆଘାତପ୍ରାପ୍ତ ହୋଇପାରେ। ପଡ଼ୋଶୀଙ୍କ ସହ ମନାନ୍ତର ହେବ। ମଙ୍ଗଳବାର ଓ ବୁଧବାର ଆର୍ଥିକ ଅନଟନ ଦୂରହେବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଗୁରୁବାର ଠାରୁ ଶନିବାର ପର୍ଯ୍ୟନ୍ତ ନୂତନ କାର୍ଯ୍ୟ ଆରମ୍ଭ ପାଇଁ ଚେଷ୍ଟା କରିବେ। ପ୍ରତିଯୋଗିତାରେ ବିଜୟୀ ହେବେ। ଆୟ ବୃଦ୍ଧି ହେବ। ମହିଳା ଓ ବିଦ୍ୟାର୍ଥୀ ରୁଚିଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ଗଣେଶଙ୍କ ଗାୟତ୍ରୀ ମନ୍ତ୍ର ଜପ କରନ୍ତୁ।

କର୍କଟ: ରବିବାର ଓ ସୋମବାର ଯଶ, ମାନ ଓ ଗୌରବର ଅଧିକାରୀ ହେବେ। ମାଲିମକଦ୍ଦମାରେ ବିଜୟ ଲାଭ କରିବେ। ମଙ୍ଗଳବାର ଓ ବୁଧବାର ହାତେ ମାପି ଚାଖଣ୍ଡେ ଚାଲନ୍ତୁ। ଦୁର୍ଘଟଣାର ସମ୍ମୁଖୀନ ହୋଇପାରନ୍ତି। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ କର୍ମ ଅନୁସାରେ ଫଳ ପ୍ରାପ୍ତି ହେବ। ଆୟ ଅନୁସାରେ ବ୍ୟୟ ଅଧିକ ହେବ। ମହିଳା ଓ ବିଦ୍ୟାର୍ଥୀ କ୍ରିୟାଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଓଁ ନମଃ ଶିବାୟ ମନ୍ତ୍ର ଜପ କରନ୍ତୁ ଓ ଶିବଙ୍କୁ ଜଳ ଅର୍ପଣ କରନ୍ତୁ।
ସିଂହ: ରବିବାର ଓ ସୋମବାର ଜଗିରଖି ଚଳିବେ। ହଠାତ୍‌ କୌଣସି ସମସ୍ୟାର ସମ୍ମୁଖୀନ ହେବେ। ମଙ୍ଗଳବାର ଓ ବୁଧବାର ସ୍ତ୍ରୀ ହେତୁକ ଧନ ଲାଭ ହେବ। ନୂତନ ଜମି କ୍ରୟ କରିପାରନ୍ତି। ଗୁରୁବାରଠାରୁ ଶନିବାର ଅନୁକୂଳ ଫଳ ପ୍ରାପ୍ତି ହେବନାହିଁ। ଦ୍ରବ୍ୟ ଚୋରି ହୋଇପାରେ। ପାରିବାରିକ କଳହ ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ପ୍ରତିଷ୍ଠାଯୁକ୍ତ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ଆଦିତ୍ୟ ହୃଦୟ ସ୍ତୋତ୍ର ପାଠ କରନ୍ତୁ। କନ୍ୟା:ରବିବାର ଓ ସୋମବାର ନୂତନ ନିଯୁକ୍ତି ପାଇପାରନ୍ତି। ଆୟ ବୃଦ୍ଧି ହେବ। ମଙ୍ଗଳବାର ଓ ବୁଧବାର ଜଗିରଖି ଚଳିବା ଏକାନ୍ତ ଆବଶ୍ୟକ। ଋଣଗ୍ରସ୍ତ ହୋଇପାରନ୍ତି। ଶତ୍ରୁଦ୍ବାରା ପରାସ୍ତ ହୋଇପାରନ୍ତି। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ସମୟ ଅନୁକୂଳ ଫଳ ପ୍ରଦାନ କରିବ। ବ୍ୟବସାୟରେ ଲାଭବାନ ହେବେ। ନୂତନ ଯୋଜନା ପ୍ରସ୍ତୁତ କରିବେ। ମହିଳା ଓ ବିଦ୍ୟାର୍ଥୀ କର୍ମଠ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ନାରାୟଣ କବଚ ପାଠ କରନ୍ତୁ।
ତୁଳା: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ବନ୍ଧୁ ସହଯୋଗ ପ୍ରାପ୍ତ କରିବେ। ବିପଦକୁ ଏଡ଼ାଇଯିବେ। ବୁଧବାର ଓ ଗୁରୁବାର ବାକ୍‌ସଂଯମୀ ହୁଅନ୍ତୁ। ଶତ୍ରୁ ଦ୍ବାରା କାର୍ଯ୍ୟକ୍ଷେତ୍ରରେ ବିଘ୍ନ ସୃଷ୍ଟି ହୋଇପାରେ। ଅସୁସ୍ଥତା ଦେଖାଦେବ। ଶୁକ୍ରବାର ଓ ଶନିବାର ବ୍ୟବସାୟରେ ଲାଭବାନ ହେବେ। ସନ୍ତାନର କୃତିତ୍ବରେ ଆନନ୍ଦିତ ହେବେ। ମହିଳା ଓ ବିଦ୍ୟାର୍ଥୀ ପ୍ରଗତିଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ଶିବ ଆରାଧନା କରନ୍ତୁ।
ବିଛା: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କର୍ମବନ୍ଧନର ଯୋଗ ସୃଷ୍ଟି ହେବ। ଚିଡ୍‌ଚିଡ଼ା ସ୍ବଭାବ ପରିଲକ୍ଷିତ ହେବ। ବୁଧବାର ଓ ଗୁରୁବାର ନିଜ ଯୋଜନାର ସଫଳ ରୂପାୟନ ପାଇଁ କାର୍ଯ୍ୟ କରିବେ। ଶୁକ୍ରବାର ଓ ଶନିବାର ଶାରୀରିକ ଅସୁସ୍ଥତା ଦେଖା ଦେଇପାରେ। ଋଣଯୁକ୍ତ ହୋଇପାରନ୍ତି। ଠକାମିର ଶିକାର ହେବେ। ମହିଳା ଓ ବିଦ୍ୟାର୍ଥୀ ଜଗିରଖି ଚଳିବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀଲକ୍ଷ୍ମୀ ନୃସିଂହ ମନ୍ତ୍ର ପାଠ କରନ୍ତୁ।
ଧନୁ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଆର୍ଥିକ ଉନ୍ନତି ପରିଲକ୍ଷିତ ହେବ। ଯାନବାହନ କିଣିପାରନ୍ତି। ଆୟ ବୃଦ୍ଧି ହେବ। ବୁଧବାର ଓ ଗୁରୁବାର ସମ୍ବେଦନଶୀଳ ହେବେ। ପାରିବାରିକ ସମସ୍ୟା ଜାରି ରହିବ। ଶୁକ୍ରବାର ଓ ଶନିବାର ଉଦ୍ୟମରେ ସଫଳତା ଲାଭ ହେବ। ପ୍ରକୃତି ପ୍ରେମୀ ହେବେ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମ ସଫଳତା ଲାଭ କରିବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ଦୁର୍ଗା ସହସ୍ରନାମ ପାଠ କରନ୍ତୁ।
ମକର: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ। ପିଲାମାନଙ୍କୁ ନେଇ ସମସ୍ୟା ଦେଖାଦେବ। ପଡ଼ୋଶୀଙ୍କ ସହ ମନାନ୍ତର ହୋଇପାରେ। ବୁଧବାର ଓ ଗୁରୁବାର କର୍ମକ୍ଷେତ୍ରରେ ପ୍ରତିଷ୍ଠିତ ହେବେ। ଯଶ, ମାନ ଓ ଗୌରବର ଅଧିକାରୀ ହେବେ। ଶୁକ୍ରବାର ଓ ଶନିବାର କାର୍ଯ୍ୟକ୍ଷେତ୍ରରେ ଅସହଯୋଗ ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ରୁଚିଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ନାରାୟଣଙ୍କ ମନ୍ତ୍ର ଜପ କରନ୍ତୁ।

କୁମ୍ଭ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଅଟକିଥିବା କାର୍ଯ୍ୟ ସାରିବାକୁ ପ୍ରୟାସ କରିବେ। ଯଶ, ମାନ ଓ ଗୌରବର ଅଧିକାରୀ ହେବେ। ସୌଖୀନ ଦ୍ରବ୍ୟ କ୍ରୟ କରିବେ। ବୁଧବାର ଓ ଗୁରୁବାର ଜଗିରଖି ଚଳନ୍ତୁ। ସାମାନ୍ୟ କଥାକୁ ନେଇ ବିବାଦ ଦେଖାଦେବ। ଶୁକ୍ରବାର ଓ ଶନିବାର ଶ୍ରୀ ଯୁକ୍ତ ହେବେ। ଜମିବାଡ଼ି ବ୍ୟବସାୟରେ ଲାଭବାନ ହେବେ। ମହିଳା ଓ ବିଦ୍ୟାର୍ଥୀ କ୍ରିୟାଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ରୁଦ୍ରାଷ୍ଟକ ପାଠ କରନ୍ତୁ।
ମୀନ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କାର୍ଯ୍ୟ କ୍ଷେତ୍ରରେ ପଦୋନ୍ନତି ମିଳିବ। ଉପରିସ୍ଥ ଅଧିକାରୀଙ୍କଠାରୁ ପ୍ରଶଂସିତ ହେବେ। ବୁଧବାର ଓ ଗୁରୁବାର ବାଙ୍‌ମୟ ପ୍ରତିଭାର ବିକାଶ ଘଟିବ। ସହକର୍ମୀଙ୍କ ବ୍ୟବହାରରେ ଖୁସି ହେବେ। ଶୁକ୍ରବାର ଓ ଶନିବାର ଅଯଥା ଖର୍ଚ୍ଚାନ୍ତରେ ପଡ଼ିପାରନ୍ତି। ପରିଶ୍ରମଜନିତ କ୍ଳାନ୍ତି ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ଯତ୍ନଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଓଁ ରାଂ ସୀତାରାମାୟ ନମଃ ମନ୍ତ୍ର ଜପ କରନ୍ତୁ।

Comments are closed.