କେମିତି କଟିବ ଏହି ସପ୍ତାହ: ସାପ୍ତାହିକ ରାଶିଫଳ

ମେଷ: ରବିବାର ଓ ସୋମବାର ଆର୍ଥିକ ଉନ୍ନତି ହେବ। ମଙ୍ଗଳବାର ଓ ବୁଧବାର ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ପାରିବାରିକ ଅଶାନ୍ତି ଦେଖାଦେବ। ଗୁରୁବାର ଓ ଶୁକ୍ରବାର କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ପଦୋନ୍ନତି ପାଇପାରନ୍ତି। ଶନିବାର ଦୂରଯାତ୍ରା କରିପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ଯଶ ଲାଭ କରିବେ। ରିଷ୍ଟ ଖଣ୍ଡନ ପାଇଁ ଓଁ ଏକଦନ୍ତାୟ ବିଦ୍ମହେ ବକ୍ରତୁଣ୍ଡାୟ ଧୀମହି ତନ୍ନୋଦନ୍ତି ପ୍ରଚୋଦୟାତ୍‌ ମନ୍ତ୍ର ଜପ କରନ୍ତୁ।
ବୃଷ: ରବିବାର ଓ ସୋମବାର କର୍ମପ୍ରବଣ ହେବେ। ମଙ୍ଗଳବାର ଓ ବୁଧବାର ଅଟକିଥିବା କାର୍ଯ୍ୟକୁ ସାରିବା ପାଇଁ ପ୍ରୟାସ କରିବେ। ଗୁରୁବାର ଓ ଶୁକ୍ରବାର ଜଗିରଖି ଚଳିବେ। ଆର୍ଥିକ ଅନଟନ ଦେଖାଦେବ। ଶନିବାର ଉପରିସ୍ଥ କର୍ମଚାରୀଙ୍କ ଦ୍ବାରା ପ୍ରଶଂସିତ ହେବେ। ଆୟ ବୃଦ୍ଧି ହେବ। ମହିଳା ଓ ବିଦ୍ୟାର୍ଥୀ ପ୍ରଗତିଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଓଁ ନମଃ ଶିବାୟ ମନ୍ତ୍ର ଜପ କରନ୍ତୁ ଓ ଜଳାଧିବାସ କରନ୍ତୁ।
ମିଥୁନ: ରବିବାର ଓ ସୋମବାର ଆଧ୍ୟାତ୍ମିକ କାର୍ଯ୍ୟରେ ଯୋଗଦେବେ। ମଙ୍ଗଳବାର ଓ ବୁଧବାର ସମୟ ଅନୁକୂଳ ରହିବ। ନୂତନ ଦ୍ରବ୍ୟ କ୍ରୟ କରିପାରନ୍ତି। ଗୁରୁବାର ଓ ଶୁକ୍ରବାର ସ୍ତ୍ରୀଙ୍କ ସହଯୋଗ ପ୍ରାପ୍ତ ହେବ। କୃଷିଜାତ ଦ୍ରବ୍ୟରୁ ଲାଭବାନ ହେବେ। ଶନିବାର ସାବଧାନତା ଲୋଡ଼ା। ଯାନବାହନ ଜନିତ ସମସ୍ୟା ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ଶ୍ରୀ ଯୁକ୍ତ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ଲଳିତା ସହସ୍ରନାମ ପାଠ କରନ୍ତୁ।

କର୍କଟ: ରବିବାର ଓ ସୋମବାର କର୍ମବନ୍ଧନ ଯୋଗ ସୃଷ୍ଟି ହେବ। ଶତ୍ରୁ ଦ୍ବାରା ପରାସ୍ତ ହେବେ। ମଙ୍ଗଳବାର ଓ ବୁଧବାର ଧାର୍ମିକ କାର୍ଯ୍ୟରେ ଯୋଗଦେବେ। ଯଶ, ମାନ ଓ ଗୌରବର ଅଧିକାରୀ ହେବେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ବ୍ୟବସାୟରେ ଲାଭବାନ ହେବେ। ସ୍ତ୍ରୀ ହେତୁକ ଧନପ୍ରାପ୍ତି ହେ​‌େ​‌ବ। ପାରିବାରିକ ଲାଭ ହେବ। ମହିଳା ଓ ବିଦ୍ୟାର୍ଥୀ ରୁଚିଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ମା’ ଭୁବନେଶ୍ବରୀଙ୍କ ମନ୍ତ୍ର ପାଠ କରନ୍ତୁ।
ସିଂହ: ରବିବାର ଓ ସୋମବାର ପ୍ରେମରେ ସଫଳତା ପାଇବେ। ଅବିବାହିତ ପୁରୁଷ କିମ୍ବା କନ୍ୟାଙ୍କ ବିବାହ ପ୍ରସ୍ତାବ ଆସିପାରେ। ମଙ୍ଗଳବାର ଓ ବୁଧବାର ବାକ୍‌ସଂଯମୀ ହେବା ଆବଶ୍ୟକ। ବିବାଦରେ ପଡ଼ିପାରନ୍ତି। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ପରମ୍ପରାବାଦୀ ହେବେ। ପ୍ରାଚୀନ ପରମ୍ପରା ପ୍ରତି ରୁଚି ରଖିବେ। ମହିଳା ଓ ବିଦ୍ୟାର୍ଥୀ ସୃଜନଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଓଁ ଶ୍ରୀ ଗାୟତ୍ରୀ ମନ୍ତ୍ର ଜପ କରନ୍ତୁ।

କନ୍ୟା: ରବିବାର ଓ ସୋମବାର ଶତ୍ରୁ ପରାସ୍ତ ହେବେ। ମଙ୍ଗଳବାର ଓ ବୁଧବାର ସୁସମ୍ବାଦ ପ୍ରାପ୍ତି ହେବ। କାର୍ଯ୍ୟରେ ସଫଳତା ପାଇବେ। ଗୁରୁବାର ଓ ଶୁକ୍ରବାର ଜଗିରଖି ଚଳନ୍ତୁ। ନଚେତ୍‌ ଅପମାନିତ ହେବେ। ପଡ଼ୋଶୀଙ୍କ ସହ କଳହ ଲାଗିପାରେ। ଶନିବାର ପୈତୃକ ସମ୍ପତ୍ତିରୁ ଲାଭବାନ ହେବେ। ମହିଳା ଓ ବିଦ୍ୟାର୍ଥୀ ଯତ୍ନଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ଶିବଙ୍କ ସ୍ତୋତ୍ର ପାଠ କରନ୍ତୁ।
ତୁଳା: ରବିବାର ଓ ସୋମବାର ଅଟକିଥିବା କାର୍ଯ୍ୟ ସାମାନ୍ୟ ପ୍ରଚେଷ୍ଟାରେ ସମାପନ ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ପ୍ରତିକୂଳ ପରିସ୍ଥିତିର ସମ୍ମୁଖୀନ ହେବେ। ଋଣଗ୍ରସ୍ତ ହେବେ। ଶୁକ୍ରବାର ଓ ଶନିବାର ଖେଳକୁଦରେ ଶ୍ରେଷ୍ଠତ୍ବ ଲାଭ କରିବେ। ଶତ୍ରୁ ପରାସ୍ତ ହେବେ। ଆଭୂଷଣ ପ୍ରାପ୍ତ କରିପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମ ଫଳ ପ୍ରାପ୍ତି ହେବ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ଶିବ ସହସ୍ରନାମ ପାଠ କରନ୍ତୁ।
ବିଛା: ରବିବାର ଓ ସୋମବାର ସାବଧାନତା ଲୋଡ଼ା। ଦ୍ରବ୍ୟ ଚୋରି ହୋଇପାରେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସମୟ ଆପଣଙ୍କ ସପକ୍ଷରେ ଯିବ। ନୂତନ ଯୋଜନା ପ୍ରସ୍ତୁତ କରିବେ। ବାଣିଜ୍ୟରେ ସଫଳତା ପ୍ରାପ୍ତ ହେବ। ଶୁକ୍ରବାର ଓ ଶନିବାର ଅସୁବିଧାରେ ପଡ଼ିପାରନ୍ତି। ଶତ୍ରୁଦ୍ବାରା ପରାଭୂତ ହେବେ। ମହିଳା ଓ ବିଦ୍ୟାର୍ଥୀ ଜଗିରଖି ଚଳିବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ଲକ୍ଷ୍ମୀ ନୃସିଂହ ମନ୍ତ୍ର ଜପ କରନ୍ତୁ।
ଧନୁ: ରବିବାର ଓ ସୋମବାର ଜଗିରଖି ଚଳିବେ। ମା’ଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତା ପ୍ରକଟ କରି​‌େ​‌ବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିବ। ପୈତୃକ ସମ୍ପତ୍ତିରୁ ଲାଭବାନ ହେବେ। ଯଶ, ମାନ ଓ ଗୌରବର ଅଧିକାରୀ ହେବେ। ଶୁକ୍ରବାର ଓ ଶନିବାର ଅଯଥା ବିବାଦରେ ଛନ୍ଦି ହେବେ। ମହିଳା ଓ ବିଦ୍ୟାର୍ଥୀ ରକ୍ଷଣଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ଦୁର୍ଗାଷ୍ଟକ ପାଠ କରନ୍ତୁ।
ମକର: ରବିବାର ଓ ସୋମବାର ଅର୍ଥ ଲାଭ ହେବ। ଆୟ ବୃଦ୍ଧି ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ କର୍ମବନ୍ଧନ ଯୋଗ ସୃଷ୍ଟି ହେବ। ପାରିବାରିକ ଅଶାନ୍ତି ଦେଖାଦେବ। ଶୁକ୍ରବାର ଓ ଶନିବାର ଭ୍ରାତୃ ବିବାଦ ଦେଖାଦେବ। ଶତ୍ରୁଠାରୁ ଦୂରେଇ ରହିବା ଭଲ। ଭାବିଚିନ୍ତି କାର୍ଯ୍ୟ କରିବା ଉଚିତ୍‌। ମହିଳା ଓ ବିଦ୍ୟାର୍ଥୀ ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ଶନିକବଚ ପାଠ କରନ୍ତୁ।

କୁମ୍ଭ:  ରବିବାର ଓ ସୋମବାର ଜଗିରଖି ଚଳିବେ। ଆର୍ଥିକ ଅନଟନ ଦେଖାଦେଇପାରେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ କର୍ମକ୍ଷେତ୍ରରେ ପ୍ରତିଷ୍ଠା ଲାଭ କରିବେ। ବନ୍ଧୁଙ୍କ ସହଯୋଗ ଲାଭ ହେବ। ଶୁକ୍ରବାର ଓ ଶନିବାର ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବେ। ସ୍ତ୍ରୀଙ୍କ ସହଯୋଗ ଲାଭ ହେବ। ମହିଳା ଓ ବିଦ୍ୟାର୍ଥୀ ଯତ୍ନଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶିବଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ।
ମୀନ: ରବିବାର ଓ ସୋମବାର କର୍ମକ୍ଷେତ୍ର ବ୍ୟାପକ ହେବ। ନୂତନ ନିଯୁକ୍ତି ମିଳିପାରେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସ୍ଥିତି ପ୍ରତିକୂଳ ରହିବ। ଦୂରଯାତ୍ରା ମନା। ଯାନବାହନ ଜନିତ ସମସ୍ୟା ଦେଖାଦେବ। ଶୁକ୍ରବାର ଓ ଶନିବାର ଶ୍ରୀ ଯୁକ୍ତ ହେବେ। ନୂତନ ଭୂମି ଲାଭ ହେବ। ବନ୍ଧୁଙ୍କ ଗହଣରେ ସମୟ ବିତିବ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମ ଫଳ ପ୍ରାପ୍ତି ହେ​‌େ​‌ବ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ଗାୟତ୍ରୀମନ୍ତ୍ର ପାଠ କରନ୍ତୁ। nn

Comments are closed.