କେମିତି କଟିବ ଏହି ସପ୍ତାହ: ସାପ୍ତାହିକ ରାଶିଫଳ

ମେଷ: ରବିବାର ଓ ସୋମବାର ଆୟ ମଧ୍ୟମ ରହିବ। କର୍ମ ଅନୁରୂପ ଫଳ ପ୍ରାପ୍ତି ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ କାର୍ଯ୍ୟକ୍ଷେତ୍ରରେ ସମୟ ଅନୁସାରେ ସଫଳତା ଲାଭ କରିବେ। ସମ୍ମାନୀତ ହେବେ।  ଶୁକ୍ରବାର ଓ ଶନିବାର କାର୍ଯ୍ୟକ୍ଷେତ୍ରରେ ସାବଧାନତା ଲୋଡ଼ା। ଆୟ ବୃଦ୍ଧି ହେବ। ଜୀବନ ସୁଖମୟ ହେବ। ମହିଳା ଓ ବିଦ୍ୟାର୍ଥୀ ଭ୍ରମଣପ୍ରିୟ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀଗଣେଶଙ୍କ ମନ୍ତ୍ର ଜପ କରନ୍ତୁ।
ବୃଷ:  ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଚିନ୍ତାଶୀଳ ହେବେ। ସୃଜନଶୀଳ ପ୍ରତିଭାର ବିକାଶ ଘଟିବ। ଧାର୍ମିକ କାର୍ଯ୍ୟରେ ଯୋଗଦାନ କରିବେ। ବୁଧବାର ଓ ଗୁରୁବାର ଜଗିରଖି ଚଳିବେ। ବାକ୍‌ ସଂଯମତା ରକ୍ଷା କରନ୍ତୁ। ଶୁକ୍ରବାର ଓ ଶନିବାର ଆନନ୍ଦ ପ୍ରାପ୍ତ କରିବେ। ସୁସ୍ବାଦୁ ଭୋଜନ ପ୍ରାପ୍ତ ହେବ। ଦୂରଯାତ୍ରା କରିପାରନ୍ତି। ମହିଳା ଓ ବିଦ୍ୟାର୍ଥୀ କର୍ମଠ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀରୁଦ୍ରାଷ୍ଟକ ପାଠ କରନ୍ତୁ ଓ ଜଳଦାନ କରନ୍ତୁ।
ମିଥୁନ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ନିଜର କର୍ମ ପାଇଁ ସମ୍ମାନୀତ ହେବେ। ଉଦ୍ୟମେ କାର୍ଯ୍ୟସିଦ୍ଧି ହେବ। ବୁଧବାର ଓ ଗୁରୁବାର ନିଜର ଦକ୍ଷତା ପ୍ରଦର୍ଶନ ପାଇଁ ସୁଯୋଗ ସୃଷ୍ଟି ହେବ। କର୍ମକ୍ଷେତ୍ରରେ ସଫଳତା ପାଇବେ। ଶୁକ୍ରବାର ଓ ଶନିବାର ଦୂରଯାତ୍ରା କରିବା ଉଚିତ୍‌ ନୁହେଁ। ମହିଳା ଓ ବିଦ୍ୟାର୍ଥୀ ଭାବିଚିନ୍ତି କାର୍ଯ୍ୟ କରିବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ଲଳିତା ସହସ୍ର ନାମ ପାଠ କରନ୍ତୁ।

କର୍କଟ:  ରବିବାର ଓ ସୋମବାର ଯଶ, ମାନ ଓ ଗୌରବର ଅଧିକାରୀ ହେବେ। ଧାର୍ମିକ ଚିନ୍ତାଧାରାଯୁକ୍ତ ହେବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସତର୍କତା ଅବଲମ୍ବନ କରିବା ଉଚିତ୍‌। ଶତ୍ରୁଠାରୁ ଦୂରେଇ ରହିବା ଭଲ। ଶୁକ୍ରବାର ଓ ଶନିବାର ପରମ୍ପରାବାଦୀ ହେବେ। ସୁସ୍ବାଦୁ ଭୋଜନ ପ୍ରାପ୍ତି ହେବ। ମହିଳା ଓ ବିଦ୍ୟାର୍ଥୀ କର୍ମ ସହିଷ୍ଣୁ ହେବେ। ରିଷ୍ଟ ଖଣ୍ଡନ ପାଇଁ ମା’ ଭୁବନେଶ୍ବରୀଙ୍କୁ ପୂଜା କରନ୍ତୁ।
ସିଂହ: ରବିବାର ଓ ସୋମବାର ପ୍ରତିକୂଳ ପରିସ୍ଥିତିର ସମ୍ମୁଖୀନ ହେବେ। ଶତ୍ରୁ ଦ୍ବାରା ପ୍ରଭାବିତ ହୋଇପାରନ୍ତି। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ କର୍ମକ୍ଷେତ୍ରରେ ପ୍ରତିଷ୍ଠା ଲାଭ କରିବେ। ଆର୍ଥିକ ଉନ୍ନତି ପରିଲକ୍ଷିତ ହେବ। ପ୍ରାଚୀନ ବିଦ୍ୟା ପ୍ରତି ରୁଚି ରଖିବେ। ଶୁକ୍ରବାର ଓ ଶନିବାର ନୂତନ ଭୂମି ଲାଭ କରିବା ପାଇଁ ଚେଷ୍ଟା କରିବେ। ମହିଳା ଓ ବିଦ୍ୟାର୍ଥୀ ଯଶ ଲାଭ କରିବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ମାତଙ୍ଗୀଙ୍କ କବଚ ପାଠ କରନ୍ତୁ।
କନ୍ୟା:  ରବିବାର ଓ ସୋମବାର କର୍ମ ତତ୍ପର ହେବେ। ନୂତନ ବନ୍ଧୁ ଲାଭ ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଶତ୍ରୁଠାରୁ ଦୂରେଇ ରହିବା ଭଲ। ଯାନବାହନ ଜନିତ ସମସ୍ୟା ଦେଖାଦେଇପାରେ। ଶୁକ୍ରବାର ଓ ଶନିବାର ଆୟ ବୃଦ୍ଧି ହେବ। ଧାର୍ମିକ କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। ସୁସମ୍ବାଦ ମିଳିପାରେ। ମହିଳା ଓ ବିଦ୍ୟାର୍ଥୀ ସଫଳତା ପାଇବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀନାରାୟଣଙ୍କ କବଚ ପାଠ କରନ୍ତୁ।
ତୁଳା: ରବିବାର ଓ ସୋମବାର ଚାହୁଁଥିବା ଦିଗରୁ ଧନ ପ୍ରାପ୍ତି କରିବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ହାତେ ମାପି ଚାଖଣ୍ଡେ ଚାଲିବା ଉଚିତ୍‌। ବିପଦରେ ପଡ଼ିପାରନ୍ତି। ଶୁକ୍ରବାର ଓ ଶନିବାର ଯାତ୍ରା ସଫଳ ହେବ। ନୂତନ ଚିନ୍ତାଧାରାଯୁକ୍ତ ହେବେ। ଜମିବାଡ଼ି କିଣିପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ସୃଜନଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ମହାମୃତ୍ୟୁଞ୍ଜୟ ମନ୍ତ୍ର ପାଠ କରନ୍ତୁ।
ବିଛା: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିବ। ଶତ୍ରୁ ପରାସ୍ତ ହେ​‌େ​‌ବ। ବିବାଦରେ ବିଜୟ ଲାଭ କରିବେ। ବୁଧବାର ଓ ଗୁରୁବାର ପ୍ରତିଷ୍ଠାଯୁକ୍ତ ହେବେ। ପିତୃ ଆଶୀର୍ବାଦ ଲାଭ କରିବେ। ଗୃହରେ ମାଙ୍ଗଳିକ କାର୍ଯ୍ୟ ହେବ। ଶୁକ୍ରବାର ଓ ଶନିବାର ଚିନ୍ତାଯୁକ୍ତ ହେବେ। ଯାନବାହନ ଜନିତ ଦୁର୍ଘଟଣା ଘଟିପାରେ। ମହିଳା ଓ ବିଦ୍ୟାର୍ଥୀ ରକ୍ଷଣଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀବଗଳାମୁଖୀଙ୍କ ମନ୍ତ୍ର ଜପ କରନ୍ତୁ।
ଧନୁ: ରବିବାର ଓ ସୋମବାର ସନ୍ତାନମାନଙ୍କୁ ନେଇ ଗର୍ବ ଅନୁଭବ କରିବେ। ବ୍ୟବସାୟରେ ଲାଭବାନ ହେବେ। ମଙ୍ଗଳବାର ଓ ବୁଧବାର ସାମ୍ପ୍ରତିକ ପରିସ୍ଥିତିରୁ ଫାଇଦା ଉଠାଇବେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ଧୈର୍ଯ୍ୟବାନ ହେବେ। ଉଦ୍ୟମେ କାର୍ଯ୍ୟସିଦ୍ଧି ହେବ। ମହିଳା ଓ ବିଦ୍ୟାର୍ଥୀ ଭାବିଚିନ୍ତି କାର୍ଯ୍ୟ କରିବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ଚଣ୍ଡୀ ଅନ୍ତର୍ଗତ ଅର୍ଗଳ କୀଳକ କବଚ ଓ କୁଞ୍ଜିକା ସ୍ତୋତ୍ର ପାଠ କରନ୍ତୁ।
ମକର: ରବିବାର ଓ ସୋମବାର ଦୁଃସମ୍ବାଦ ପ୍ରାପ୍ତ କରିବେ। ସାମାନ୍ୟ ତ୍ରୁଟି ହେତୁ କର୍ମକ୍ଷେତ୍ରରେ ପ୍ରତିବନ୍ଧକ ଦେଖାଦେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଭାବିଚିନ୍ତି କାର୍ଯ୍ୟ କଲେ ସଫଳତା ପ୍ରାପ୍ତିହେବ। ଶୁକ୍ରବାର ଓ ଶନିବାର କର୍ମକ୍ଷେତ୍ରରେ ଓ ବ୍ୟବସାୟରେ ଲାଭବାନ ହେବେ। ବିପଦ ଦୂର ହେବ। ମହିଳା ଓ ବିଦ୍ୟାର୍ଥୀ ଶ୍ରୀଯୁକ୍ତ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶିବସ୍ତୋତ୍ର ପାଠ କରନ୍ତୁ।
କୁମ୍ଭ: ରବିବାର ଓ ସୋମବାର କାର୍ଯ୍ୟସିଦ୍ଧି ହେବ। ଆର୍ଥିକ ସମସ୍ୟା ଦୂରୀଭୂତ ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସମୟ ପ୍ରତିକୂଳ ରହିବ। ବିବାଦମାନ ପରିସ୍ଥିତିରେ ପଡ଼ିବେ। ଜମିବାଡ଼ି ଗଣ୍ଡଗୋଳ ଦେଖାଦେବ। ଶୁକ୍ରବାର ଓ ଶନିବାର ପୈତୃକ ସମ୍ପତ୍ତି ପ୍ରାପ୍ତ ହେବ। ନୂତନ ଯାନବାହନ କିଣିପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ରୁଚିଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ମହାମୃତ୍ୟୁଞ୍ଜୟ ମନ୍ତ୍ର ପାଠ କରନ୍ତୁ।
ମୀନ: ରବିବାର ଓ ସୋମବାର ପ୍ରଗତିରେ ପଥରୋଧ ଦେଖାଦେବ। ଋଣଯୁକ୍ତ ହୋଇପାରନ୍ତି। ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ଅଶାନ୍ତି ଦେଖାଦେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସମୟ ଆପଣଙ୍କୁ ସବୁ କ୍ଷେତ୍ରରେ ପ୍ରତିଷ୍ଠା କରାଇବ। ଶୁକ୍ରବାର ଓ ଶନିବାର ପରିବାର ମଧ୍ୟରେ କଳହ ଦେଖାଦେବ। ଅସମ୍ମାନିତ ହେବେ। ମହିଳା ଓ ବିଦ୍ୟାର୍ଥୀ ମନନଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଓ ତାରେ ତୁତାରେ ତୁରେସ୍ବାହା ମନ୍ତ୍ରକୁ ଜପ କରନ୍ତୁ।

Comments are closed.