www.samajalive.in
Saturday, December 6, 2025
26.1 C
Bhubaneswar

କେମିତି କଟିବ ଏହି ସପ୍ତାହ: ଜାଣନ୍ତୁ ଏହି ସପ୍ତାହର ରାଶିଫଳ

ମେଷ: ରବିବାର ଓ ସୋମବାର ଜଗିରଖି ଚଳିବେ। ଶାରୀରିକ ଅସୁସ୍ଥତା ଦେଖାଦେଇପାରେ। ମଙ୍ଗଳବାର ଠାରୁ ଗୁରୁବାର ପର୍ଯ୍ୟନ୍ତ ସମୟ ଆପଣଙ୍କ ସପକ୍ଷରେ ଯିବ। ବନ୍ଧୁବାନ୍ଧବଙ୍କ ଆଗମନ ହେବ। ସୁସ୍ବାଦୁ ଭୋଜନ ପ୍ରାପ୍ତ ହେବ। ଦୂରଯାତ୍ରା କରିପାରନ୍ତି। ଶୁକ୍ରବାର ଓ ଶନିବାର ଶତ୍ରୁଠାରୁ ଦୂରେଇ ରହିବା ଭଲ। ବନ୍ଧୁ ସହିତ ମନାନ୍ତର ହୋଇପାରେ। ମହିଳା ଓ ବିଦ୍ୟାର୍ଥୀ ପ୍ରତିଷ୍ଠା ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ସୁନ୍ଦରାକାଣ୍ଡ ପାଠ କରନ୍ତୁ।
ବୃଷ: ରବିବାର ଓ ସୋମବାର ଅଟକିଥିବା କାର୍ଯ୍ୟ ସାରିବା ପାଇଁ ଚେଷ୍ଟା କରିବେ। ଘରକରଣା ଜିନିଷ କିଣାକିଣି କରିବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସାବଧାନତା ଲୋଡ଼ା। ବିବାଦରେ ପଡ଼ିପାରନ୍ତି। ଅଧିକ ଖର୍ଚ୍ଚାନ୍ତ ଭାରାକ୍ରାନ୍ତ କରାଇବ। ଶୁକ୍ରବାର ଓ ଶନିବାର ପାରିବାରିକ ଶାନ୍ତି ଲାଭ ହେବ। ସାମାଜିକ କାର୍ଯ୍ୟରେ ଯୋଗଦାନ କରିବେ। ମହିଳା ଓ ବିଦ୍ୟାର୍ଥୀ ରୁଚିଶୀଳ ହେ​‌େ​‌ବ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ କନକଧାରା ସ୍ତୋତ୍ର ପାଠ କରନ୍ତୁ।
ମିଥୁନ:- ରବିବାର ଓ ସୋମବାର ପ୍ରଗତିଶୀଳ ହେବେ। ସୃଜନଶୀଳ ପ୍ରତିଭାର ବିକାଶ ଘଟିବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ। ଆୟ ବୃଦ୍ଧି ହେବ। ଭ୍ରମଣପ୍ରିୟ ହେବେ। ଶୁକ୍ରବାର ଓ ଶନିବାର ଅଯଥା କଥାକୁ ନେଇ ପାରିବାରିକ କଳହର ସୂତ୍ରପାତ ହୋଇପାରେ। ମହିଳା ଓ ବିଦ୍ୟାର୍ଥୀ ରକ୍ଷଣଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଓଁ ଲଂ ଲଳିତାଭ୍ୟାଂ ନମଃ ମନ୍ତ୍ର ଜପ କରନ୍ତୁ।
କର୍କଟ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କାର୍ଯ୍ୟକ୍ଷେତ୍ରରେ ଅଗ୍ରଗତି ହେବ। ଉପରିସ୍ଥ କର୍ମଚାରୀଙ୍କ ଦ୍ବାରା ପ୍ରଶଂସିତ ହେବେ। ବୁଧବାର ଓ ଗୁରୁବାର ଦୂରଦେଶରୁ କୌଣସି ସୁସମ୍ବାଦ ପ୍ରାପ୍ତ ହେବ। ନୂତନ ଭୂମି କିଣିପାରନ୍ତି। ଶୁକ୍ରବାର ଓ ଶନିବାର ନୂତନ ନିଯୁକ୍ତି ମିଳିପାରେ। ଦାର୍ଶନିକ ଚିନ୍ତାଧାରାଯୁକ୍ତ ହେବେ। ମହିଳା ଓ ବିଦ୍ୟାର୍ଥୀ ଶ୍ରୀ ଯୁକ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ଓଁ ନମଃ ଶିବାୟ ମନ୍ତ୍ର ଜପ କରନ୍ତୁ।
ସିଂହ: ରବିବାର ଓ ସୋମବାର ପ୍ରତିଟି କଥାରେ ଭାବିଚିନ୍ତି କାର୍ଯ୍ୟ କରନ୍ତୁ। କାର୍ଯ୍ୟକ୍ଷେତ୍ରରେ ଦ୍ବନ୍ଦ୍ବ ପରିଲକ୍ଷିତ ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ କର୍ମପ୍ରବଣତା ଆପଣଙ୍କ ଭୂଷଣ ହେବ। ଚାକିରିରେ ପଦୋନ୍ନତି ମିଳିପାରେ। ଶୁକ୍ରବାର ଓ ଶନିବାର ଉଦ୍ୟମେ କାର୍ଯ୍ୟସିଦ୍ଧି ହେବ। ଶତ୍ରୁ ପରାସ୍ତ ହେବେ। ମହିଳା ଓ ବିଦ୍ୟାର୍ଥୀ କ୍ରିୟାଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଭଟ୍ଟାରିକାଷ୍ଟକ ପାଠ କରନ୍ତୁ।
କନ୍ୟା: ରବିବାର ଓ ସୋମବାର ରୋମାଣ୍ଟିକ ଚିନ୍ତାଧାରାଯୁକ୍ତ ହେବେ। ସ୍ତ୍ରୀଙ୍କ ସହଯୋଗ ଲାଭ ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ। ମାଲିମକଦ୍ଦମାରେ ପରାସ୍ତ ହେବେ। ଶାରୀରିକ ଅସୁସ୍ଥତା ଦେଖାଦେବ। ଶୁକ୍ରବାର ଓ ଶନିବାର ଧାର୍ମିକ କାର୍ଯ୍ୟରେ ଯୋଗଦାନ କରିବେ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମ ଫଳ ପ୍ରାପ୍ତ କରିବେ। ରିଷ୍ଟଖଣ୍ଡନ ପାଇଁ ଓଁ ଗଣପତୟେ ନମଃ ମନ୍ତ୍ର ଜପ କରନ୍ତୁ।
ତୁଳା: ରବିବାର ଓ ସୋମବାର ଅଟକିଥିବା କାର୍ଯ୍ୟ ସାମାନ୍ୟ ପ୍ରଚେଷ୍ଟାରେ ସମାପନ ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ପ୍ରତିକୂଳ ପରିସ୍ଥିତିର ସମ୍ମୁଖୀନ ହେବେ। ଋଣଗ୍ରସ୍ତ ହେବେ। ଶୁକ୍ରବାର ଓ ଶନିବାର ଖେଳକୁଦରେ ଶ୍ରେଷ୍ଠତ୍ବ ଲାଭ କରିବେ। ଶତ୍ରୁ ପରାସ୍ତ ହେବେ। ମହିଳା ଓ ବିଦ୍ୟାର୍ଥୀଙ୍କୁ ମଧ୍ୟମଫଳ ପ୍ରାପ୍ତି ହେବ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଶିବ ସହସ୍ରନାମ ପାଠ କରନ୍ତୁ।
ବିଛା: ରବିବାର ଓ ସୋମବାର ସାବଧାନତା ଲୋଡ଼ା। ଦ୍ରବ୍ୟ ଚୋରି ହୋଇପାରେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସମୟ ଆପଣଙ୍କ ସପକ୍ଷରେ ଯିବ। ନୂତନ ଯୋଜନା ପ୍ରସ୍ତୁତ କରିବେ। ବାଣିଜ୍ୟରେ ସଫଳତା ପ୍ରାପ୍ତ ହେବ। ଶୁକ୍ରବାର ଓ ଶନିବାର ଅସୁବିଧାରେ ପଡ଼ିପାରନ୍ତି। ଶତ୍ରୁଦ୍ବାରା ପରାଭୂତ ହେବେ। ମହିଳା ଓ ବିଦ୍ୟାର୍ଥୀ ଜଗିରଖି ଚଳିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଲକ୍ଷ୍ମୀ ନୃସିଂହ ମନ୍ତ୍ର ଜପ କରନ୍ତୁ।
ଧନୁ: ରବିବାର ଓ ସୋମବାର ଜଗିରଖି ଚଳିବେ। ମା’ଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତା ପ୍ରକଟ କରିପାରନ୍ତି। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିବ। ପୈତୃକ ସମ୍ପତ୍ତିରୁ ଲାଭବାନ ହେବେ। ଯଶ, ମାନ ଓ ଗୌରବର ଅଧିକାରୀ ହେବେ। ଶୁକ୍ରବାର ଓ ଶନିବାର ଅଯଥା ବିବାଦରେ ଛନ୍ଦି ହେବେ। ମହିଳା ଓ ବିଦ୍ୟାର୍ଥୀ ରକ୍ଷଣଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଦୁର୍ଗାଷ୍ଟକ ପାଠ କରନ୍ତୁ।
ମକର: ରବିବାର ଓ ସୋମବାର ଅର୍ଥଲାଭ ହେବ। ଆୟ ବୃଦ୍ଧି ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ କର୍ମବନ୍ଧନ ଯୋଗ ସୃଷ୍ଟି ହେବ। ପାରିବାରିକ ଅଶାନ୍ତି ଦେଖାଦେବ। ଶୁକ୍ରବାର ଓ ଶନିବାର ଭ୍ରାତୃ ବିବାଦ ଦେଖାଦେବ। ଶତ୍ରୁଠାରୁ ଦୂରେଇ ରହିବା ଭଲ। ମହିଳା ଓ ବିଦ୍ୟାର୍ଥୀ ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଶନି କବଚ ପାଠ କରନ୍ତୁ।
କୁମ୍ଭ: ରବିବାର ଓ ସୋମବାର ଜଗିରଖି ଚଳିବେ। ଆର୍ଥିକ ଅନଟନ ଦେଖାଦେଇପାରେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ କର୍ମକ୍ଷେତ୍ରରେ ପ୍ରତିଷ୍ଠା ଲାଭ କରିବେ। ବନ୍ଧୁଙ୍କ ସହଯୋଗ ଲାଭ ହେବ। ଶୁକ୍ରବାର ଓ ଶନିବାର ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବେ। ସ୍ତ୍ରୀଙ୍କ ସହଯୋଗ ଲାଭ ହେବ। ମହିଳା ଓ ବିଦ୍ୟାର୍ଥୀ ଯତ୍ନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶିବଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ।
ମୀନ : ରବିବାର ଓ ସୋମବାର କର୍ମକ୍ଷେତ୍ର ବ୍ୟାପକ ହେବ। ନୂତନ ନିଯୁକ୍ତି ମିଳିପାରେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସମୟ ପ୍ରତିକୂଳ ରହିବ। ଦୂରଯାତ୍ରା ମନା। ଯାନବାହନଜନିତ ସମସ୍ୟା ଦେଖାଦେବ। ଶୁକ୍ରବାର ଓ ଶନିବାର ଶ୍ରୀ ଯୁକ୍ତ ହେବେ। ନୂତନ ଭୂମି ଲାଭ ହେବ। ବନ୍ଧୁଙ୍କ ଗହଣରେ ସମୟ ବିତିବ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମ ଫଳ ପ୍ରାପ୍ତି ହେବ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories