ସାପ୍ତାହିକ ରାଶିଫଳ (୦୨.୦୧.୨୦୨୨-୦୮.୦୧.୨୦୨୨)

ମେଷ:​‌ ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଉଦ୍ୟମେ କାର୍ଯ୍ୟସିଦ୍ଧି ହେବ। ବୁଧବାର ଓ ଗୁରୁବାର ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ଶୁକ୍ରବାର ଓ ଶନିବାର ମାନସିକ ଅବସାଦ ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ କାର୍ଯ୍ୟରେ ପ୍ରତିଷ୍ଠା ପାଇବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀଲକ୍ଷ୍ମୀନୃସିଂହ ମନ୍ତ୍ର ଜପ କରନ୍ତୁ।
ବୃଷ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିବେ। ବୁଧବାର ଓ ଗୁରୁବାର ଜଗିରଖି ଚଳିବେ। ଶୁକ୍ରବାର ଓ ଶନିବାର ସୃଜନଶୀଳ ପ୍ରତିଭାର ବିକାଶ ହେବ। ମହିଳା ଓ ବିଦ୍ୟାର୍ଥୀ ଭାବିଚିନ୍ତି କାର୍ଯ୍ୟ କରିବେ। ରିଷ୍ଟଖଣ୍ଡନ ପାଇଁ ମହାମୃତ୍ୟୁଞ୍ଜୟ ମନ୍ତ୍ର ପାଠ କରନ୍ତୁ।
ମିଥୁନ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ପ୍ରତିଟି ପଦକ୍ଷେପରେ ସାବଧାନତା ଲୋଡ଼ା। ବୁଧବାର ଓ ଗୁରୁବାର ପ୍ରଗତିଶୀଳ ହେବେ। ଅଯଥା ଖର୍ଚ୍ଚାନ୍ତର ଶିକାର ହେବେ। ଶୁକ୍ରବାର ଓ ଶନିବାର ଭାବିଚିନ୍ତି କାର୍ଯ୍ୟ କରନ୍ତୁ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମଫଳ ପାଇବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀଗଣେଶଙ୍କ ମନ୍ତ୍ର ପାଠ କରନ୍ତୁ।
କର୍କଟ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଯାତ୍ରା ଅନୁକୂଳ ଫଳ ପ୍ରଦାନ କରିବ। ବୁଧବାର ଓ ଗୁରୁବାର କର୍ମବନ୍ଧନ ଯୋଗ ସୃଷ୍ଟି ହେବ। ଶୁକ୍ରବାର ଓ ଶନିବାର ମାଲିମକଦ୍ଦମାରେ ଜୟ ଲାଭ କରିବେ। ସୃଜନଶୀଳ ପ୍ରତିଭାର ବିକାଶ ହେବ। ମହିଳା ଓ ବିଦ୍ୟାର୍ଥୀ ସମ୍ମାନିତ ହେବେ। ରିଷ୍ଟଖଣ୍ଡନ ପାଇଁ ଓଁ ହ୍ରୀଂ ଓଁ ମନ୍ତ୍ର ଜପ କରନ୍ତୁ।
ସିଂହ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଅସୁବିଧାରେ ପଡ଼ିପାରନ୍ତି। ବୁଧବାର ଓ ଗୁରୁବାର ଦୂରଯାତ୍ରା କରିପାରନ୍ତି। ଶୁକ୍ରବାର ଓ ଶନିବାର ବ୍ୟବସାୟ ବାଣିଜ୍ୟରେ କିଛିଟା ସମସ୍ୟା ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ସଫଳତା ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଓଁ ଗଂ ଗଣପତୟେ ନମଃ ମନ୍ତ୍ର ଜପ କରନ୍ତୁ।
କନ୍ୟା: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଶ୍ରୀଯୁକ୍ତ ହେବେ। ବୁଧବାର ଓ ଗୁରୁବାର ମାନହାନି ଘଟିପାରେ। ଶୁକ୍ରବାର ଓ ଶନିବାର ପରମ୍ପରାବାଦୀ ହେବେ। ଅନ୍ୟକୁ ସାହାଯ୍ୟ କରି ଆନନ୍ଦିତ ହେବେ। ମହିଳା ଓ ବିଦ୍ୟାର୍ଥୀ ସଫଳତା ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଓଁ ଗଂ ଗଣପତୟେ ନମଃ ମନ୍ତ୍ର ଜପ କରନ୍ତୁ।
ତୁଳା: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କାର୍ଯ୍ୟରେ ବିଫଳତା ଆପଣଙ୍କୁ କଷ୍ଟପ୍ରଦାନ କରିବ। ବୁଧବାର ଓ ଗୁରୁବାର ଆର୍ଥିକ ସମସ୍ୟା ଦୂର ହେବ। ଶୁକ୍ରବାର ଓ ଶନିବାର ପ୍ରଗତିରେ ପଥରୋଧ ହେବ। ମହିଳା ଓ ବିଦ୍ୟାର୍ଥୀ ଯତ୍ନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ରୁଦ୍ରାଷ୍ଟକ ପାଠ କରନ୍ତୁ।
ବିଛା: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ପରିଶ୍ରମ ଅନୁସାରେ ଫଳପ୍ରାପ୍ତି ହେବ। ବୁଧବାର ଓ ଗୁରୁବାର ଅସୁବିଧାରେ ପଡ଼ିପାରନ୍ତି। ଶୁକ୍ରବାର ଓ ଶନିବାର ଭାଇଙ୍କ ସହଯୋଗ ପ୍ରାପ୍ତ ହେବ। ଅନ୍ୟକୁ ସାହାଯ୍ୟ କରି ଆନନ୍ଦିତ ହେବେ। ମହିଳା ଓ ବିଦ୍ୟାର୍ଥୀ କ୍ରିୟାଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ହନୁମାନ ଚାଳିଶା ପାଠ କରନ୍ତୁ।
ଧନୁ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ନୂତନ ନିଯୁକ୍ତି ମିଳିପାରେ। ବୁଧବାର ଓ ଗୁରୁବାର ଧାର୍ମିକ କାର୍ଯ୍ୟରେ ଯୋଗ ଦେବେ। ଶୁକ୍ରବାର ଓ ଶନିବାର ଅଯଥା ଖର୍ଚ୍ଚାନ୍ତର ଶିକାର ହେବେ। ମହିଳା ଓ ବିଦ୍ୟାର୍ଥୀ ପ୍ରତିଷ୍ଠାଯୁକ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀଦୁର୍ଗା ସହସ୍ରନାମ ପାଠ କରନ୍ତୁ।
ମକର: ରବିବାର ଓ ସୋମବାର କର୍ମ ଅନୁସାରେ ଫଳ ପାଇବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ କର୍ମକ୍ଷେତ୍ରରେ ପଦୋନ୍ନତି ମିଳିବ। ଶୁକ୍ରବାର ଓ ଶନିବାର ଅନ୍ୟକୁ ସାହାଯ୍ୟ କରି ଆନନ୍ଦିତ ହେବେ। ମହିଳା ଓ ବିଦ୍ୟାର୍ଥୀ ସୃଜନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଓଁ ନମଃ ଶିବାୟ ମନ୍ତ୍ର ଜପ କରନ୍ତୁ।
କୁମ୍ଭ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଅଯଥା ସମସ୍ୟାରେ ପଡିବେ। ବୁଧବାର ଓ ଗୁରୁବାର ଶତ୍ରୁଠାରୁ ଦୂରରେ ରହିବା ଭଲ। ଶୁକ୍ରବାର ଓ ଶନିବାର ଭ୍ରମଣ ପ୍ରିୟ ହେବେ। ପ୍ରଗତିରେ ପଥରୋଧ ହେବ। ମହିଳା ଓ ବିଦ୍ୟାର୍ଥୀ ଚିନ୍ତାଯୁକ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କରନ୍ତୁ।
ମୀନ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ବ୍ୟବସାୟରେ ଲାଭବାନ ହେବେ। ବୁଧବାର ଓ ଗୁରୁବାର ଶାରୀରିକ ଅସୁସ୍ଥତା ଦେଖାଦେବ। ସୃଜନଶୀଳ ପ୍ରତିଭାର ବିକାଶ ହେବ। ଶୁକ୍ରବାର ଓ ଶନିବାର କାର୍ଯ୍ୟସିଦ୍ଧି ହେବ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମଫଳ ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ମା’ ତାରାଙ୍କ କବଚ ପାଠ କରନ୍ତୁ।

Comments are closed.