www.samajalive.in
Friday, December 5, 2025
26.1 C
Bhubaneswar

କେମିତି କଟିବ ଏହି ସପ୍ତାହ : ସାପ୍ତାହିକ ରାଶିଫଳ

ମେଷ: ରବିବାର ଓ ସୋମବାର ଆନନ୍ଦ ଚିତ୍ତ ହେବେ। ବନ୍ଧୁଙ୍କ ଆଗମନ ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସମୟ ପ୍ରତିକୂଳ ରହିବ। ଋଣଯୁକ୍ତ ହେବେ। ଦ୍ବନ୍ଦ୍ବରେ ପଡ଼ିପାରନ୍ତି। ଶତ୍ରୁ ବୃଦ୍ଧି ହେବେ। ଶୁକ୍ରବାର ଓ ଶନିବାର ନୂତନ କାର୍ଯ୍ୟ ଆରମ୍ଭ ପାଇଁ ଚେଷ୍ଟା କରିବେ। ପ୍ରତିଷ୍ଠିତ ହେବେ। ମହିଳା ଓ ବିଦ୍ୟାର୍ଥୀ କର୍ମଠ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ବଗଳାମୁଖୀଙ୍କ ମନ୍ତ୍ର ଜପ କରନ୍ତୁ।
ବୃଷ: ରବିବାର ଓ ସୋମବାର ଆୟ ଅପେକ୍ଷା ବ୍ୟୟ ଅଧିକ ରହିବ। ଚିନ୍ତାଗ୍ରସ୍ତ ହେବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିବ। ନୂତନ ଯାନବାହନ କ୍ରୟ କରିପାରନ୍ତି। ପରିଭ୍ରମଣ ଯୋଗ ସୃଷ୍ଟି ହେବ। ଶୁକ୍ରବାର ଓ ଶନିବାର ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିବେ। ମହିଳା ଓ ବିଦ୍ୟାର୍ଥୀ ଶ୍ରୀ ଯୁକ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଶିବଙ୍କ ମନ୍ତ୍ର ଜପ କରନ୍ତୁ।
ମିଥୁନ: ରବିବାର ସାମାଜିକ ମର୍ଯ୍ୟାଦା ବୃଦ୍ଧି ହେବ। ଯଶ, ମାନ ଓ ଗୌରବର ଅଧିକାରୀ ହେବେ। ସୋମବାର ଓ ମଙ୍ଗଳବାର ଆର୍ଥିକ ସମସ୍ୟା ଦୂର ହେବ। ବୁଧବାର ଓ ଗୁରୁବାର ପରିସ୍ଥିତିରେ ପରିବର୍ତ୍ତନ ଆସିବ। ପ୍ରଗତିରେ ପଥରୋଧ ହେବ। ଶୁକ୍ରବାର ଓ ଶନିବାର ଉଦ୍ୟମେ କାର୍ଯ୍ୟସିଦ୍ଧି ହେବ। ସୃଜନଶୀଳ ପ୍ରତିଭାର ବିକାଶ ହେବ। ମହିଳା ଓ ବିଦ୍ୟାର୍ଥୀ ରୁଚିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ନାରାୟଣଙ୍କ କବଚ ପାଠ କରନ୍ତୁ।
କର୍କଟ: ରବିବାର ଓ ସୋମବାର ବ୍ୟସ୍ତତା ମଧ୍ୟରେ ସମୟ କଟିବ। ଜମିବାଡ଼ି ଜନିତ ସମସ୍ୟା ଦେଖାଦେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ମାଲିମକଦ୍ଦମାରେ ବିଜୟ ଲାଭ କରିବେ। ସ୍ବାବଲମ୍ବୀ ହେବେ। ଶୁକ୍ରବାର ଓ ଶନିବାର ପିଲାମାନଙ୍କୁ ନେଇ ଚିନ୍ତିତ ହେବେ। ଦ୍ରବ୍ୟ ଚୋରି ହୋଇପାରେ। ମହିଳା ଓ ବିଦ୍ୟାର୍ଥୀ ରକ୍ଷଣଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଓଁ ହ୍ରୀଂ ଓଁ ମନ୍ତ୍ର ଜପ କରନ୍ତୁ।
ସିଂହ: ରବିବାର ଓ ସୋମବାର ବ୍ୟବସାୟରେ ଲାଭବାନ ହେବେ। ଉପରିସ୍ଥ ଅଧିକାରୀଙ୍କ ଦ୍ବାରା ପ୍ରଶଂସିତ ହେବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଜଗିରଖି ଚଳନ୍ତୁ। ବିବାଦମାନ ପରିସ୍ଥିତି ଦେଇ ଗତି କରିବେ। ପାରିବାରିକ ଅଶାନ୍ତି ଦେଖାଦେବ। ଶୁକ୍ରବାର ଓ ଶନିବାର ସ୍ତ୍ରୀ ହେତୁକ ଧନଲାଭ ହେବ। ମହିଳା ଓ ବିଦ୍ୟାର୍ଥୀ ରୁଚିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଭଟ୍ଟାରିକାଷ୍ଟକ ପାଠ କରନ୍ତୁ।
କନ୍ୟା: ରବିବାର ଓ ସୋମବାର ସମସ୍ୟା ସମାଧାନ ପାଇଁ ଚେଷ୍ଟା କରିବେ। ପୈତୃକ ସମ୍ପତ୍ତିରୁ ଲାଭବାନ ହେବେ। ମଙ୍ଗଳବାର ଓ ବୁଧବାର ଧାର୍ମିକ କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। ଗୁରୁବାର ଓ ଶୁକ୍ରବାର ପ୍ରତିଯୋଗିତାରେ ବିଜୟୀ ହେବେ। ମହିଳା ଓ ବିଦ୍ୟାର୍ଥୀ ପ୍ରଗତିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଦୁର୍ଗା ସହସ୍ରନାମ ପାଠ କରନ୍ତୁ।
ତୁଳା: ରବିବାର ଓ ସୋମବାର ନିଜର କୃତିତ୍ବ ପାଇଁ ପୁରସ୍କୃତ ହେବେ। ସାମାଜିକ କାର୍ଯ୍ୟରେ ଯୋଗଦେବେ। ମଙ୍ଗଳବାର ଓ ବୁଧବାର ଭାବିଚିନ୍ତି କାର୍ଯ୍ୟ କରନ୍ତୁ। ନଚେତ୍‌ ଅସୁବିଧାରେ ପଡ଼ିପାରନ୍ତି। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ସନ୍ତାନମାନଙ୍କ କ୍ୟାରିୟରକୁ ନେଇ ଯତ୍ନବାନ ହେବେ। ମହିଳା ଓ ବିଦ୍ୟାର୍ଥୀ ରୁଚିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଶିବସ୍ତୋତ୍ର ପାଠ କରନ୍ତୁ।
ବିଛା: ରବିବାର ଓ ସୋମବାର ପରିଶ୍ରମଜନିତ କ୍ଳାନ୍ତି ଅନୁଭୂତ ହେବ। ମା’ଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତିତ ହେବେ। ମଙ୍ଗଳବାର ଓ ବୁଧବାର ସୁସମ୍ବାଦ ପ୍ରାପ୍ତ ହେବ। କୃଷିଜାତ ଦ୍ରବ୍ୟରୁ ଲାଭବାନ ହେବେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ଦେବଦର୍ଶନରେ ଆନନ୍ଦପ୍ରାପ୍ତ ହେବ। ମହିଳା ଓ ବିଦ୍ୟାର୍ଥୀ ପ୍ରତିଷ୍ଠିତ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଲକ୍ଷ୍ମୀନୃସିଂହ ମନ୍ତ୍ର ଜପ କରନ୍ତୁ।
ଧନୁ : ରବିବାର ଓ ସୋମବାର ଦୂରଯାତ୍ରା ସ୍ଥଗିତ ରଖିବା ଭଲ। ସମସ୍ୟାରେ ପଡ଼ିପାରନ୍ତି। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିବେ। ଅବିବାହିତ ପୁରୁଷ ବା କନ୍ୟାଙ୍କର ବିବାହ ପ୍ରସ୍ତାବ ଆସିପାରେ। ଶୁକ୍ରବାର ଓ ଶନିବାର ଆର୍ଥିକ ସମସ୍ୟା ଦେଖାଦେବ। ପାରିବାରିକ ଅଶାନ୍ତି ଦେଖାଦେଇପାରେ। ମହିଳା ଓ ବିଦ୍ୟାର୍ଥୀ ଯଶଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ତାରାଙ୍କ କବଚ ପାଠ କରନ୍ତୁ।
ମକର: ରବିବାର ଓ ସୋମବାର ବ୍ୟବସାୟରେ ଲାଭବାନ ହେବେ। ସୁସ୍ବାଦୁ ଭୋଜନ ପ୍ରାପ୍ତ ହେବ। ମଙ୍ଗଳବାର ଓ ବୁଧବାର ସାମାନ୍ୟ ତ୍ରୁଟି ଆପଣଙ୍କୁ ଅସୁବିଧାରେ ପକାଇପାରେ। ଶତ୍ରୁ ଦ୍ବାରା ପରାସ୍ତ ହେବେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ଦୃଢ଼ ମନୋବଳ ନେଇ କାର୍ଯ୍ୟ କରିବେ। ଉପରିସ୍ଥ ଅଧିକାରୀଙ୍କ ଦ୍ବାରା ପ୍ରଶଂସିତ ହେବେ। ମହିଳା ଓ ବିଦ୍ୟାର୍ଥୀ କର୍ମଠ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ରାମଙ୍କ ସହସ୍ରନାମ ପାଠ କରନ୍ତୁ।
କୁମ୍ଭ: ରବିବାର ଓ ସୋମବାର ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେ‌େବ। ମଙ୍ଗଳବାର ଓ ବୁଧବାର ବନ୍ଧୁ ସହଯୋଗ ପ୍ରାପ୍ତ ହେବ। ଭ୍ରମଣ ପ୍ରିୟ ହେବେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ସାବଧାନତା ଲୋଡ଼ା। ଯାତ୍ରାକାଳୀନ ଆଘାତ ଲାଗିପାରେ। ମହିଳା ଓ ବିଦ୍ୟାର୍ଥୀ ସୃଜନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀରାମଙ୍କ ସହସ୍ରନାମ ପାଠ କରନ୍ତୁ।
ମୀନ : ରବିବାର ଓ ସୋମବାର ପଡ଼ୋଶୀଙ୍କ ସହ କଳହ ଦେଖାଦେବ। ମାନସିକ ଅବସାଦ ଦେଖାଦେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ କାର୍ଯ୍ୟଦକ୍ଷତା ବୃଦ୍ଧି ହେବ। ନୂତନ ଦ୍ରବ୍ୟ କ୍ରୟ କରିପାରନ୍ତି। ଶୁକ୍ରବାର ଓ ଶନିବାର ସ୍ତ୍ରୀ ହେତୁକ ଧନଲାଭ ହେବ। ମହିଳା ଓ ବିଦ୍ୟାର୍ଥୀ ରକ୍ଷଣଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ମା’ ତାରାଙ୍କ ମନ୍ତ୍ର ଜପ କରନ୍ତୁ।

Hot this week

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

Related Articles

Popular Categories