www.samajalive.in
Saturday, December 6, 2025
26.1 C
Bhubaneswar

କେମିତି କଟିବ ଏହି ସପ୍ତାହ: ଜାଣନ୍ତୁ ସାପ୍ତାହିକ ରାଶିଫଳ

ମେଷ: ରବିବାର ଓ ସୋମବାର କର୍ମପ୍ରବଣତା ଆପଣଙ୍କର ଭୂଷଣ ହେବ। ବ୍ୟବସାୟ ବାଣିଜ୍ୟରେ ପ୍ରତିଷ୍ଠିତ ହେବେ। ମଙ୍ଗଳବାର ଓ ବୁଧବାର ଆର୍ଥିକ ସ୍ଥିତି ଉନ୍ନତ ରହିବ। ନିଜର କୃତିତ୍ବ ପାଇଁ ପୁରସ୍କୃତ ହେବେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ଦୂରଦୃଷ୍ଟି ସମ୍ପନ୍ନ ହେବେ। ଆୟ ବୃଦ୍ଧି ହେବ। ଭ୍ରମଣ ଯୋଗ ସୃଷ୍ଟି ହେବ। ମହିଳା ଓ ବିଦ୍ୟାର୍ଥୀ କର୍ମପ୍ରିୟ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ବଗଳାମୁଖୀଙ୍କ ମନ୍ତ୍ର ଜପ କରନ୍ତୁ।
ବୃଷ: ରବିବାର ଓ ସୋମବାର ଅଯଥା ବିବାଦ ମଧ୍ୟରେ ହସ୍ତକ୍ଷେପ ଫଳରେ ମାନହାନି ହୋଇପାରେ। ମଙ୍ଗଳବାର ଓ ବୁଧବାର ବନ୍ଧୁ ସହଯୋଗ ଲାଭ ହେବ। ସୃଜନଶୀଳ ପ୍ରତିଭାର ବିକାଶ ଘଟିବ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ସମୟ ପ୍ରତିକୂଳ ରହିପାରେ। ଋଣଯୁକ୍ତ ହେବେ। ସ୍ବାସ୍ଥ୍ୟଗତ ସମସ୍ୟା ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ରୁଚିଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ରୁଦ୍ରାଷ୍ଟକ ପାଠ କରନ୍ତୁ।
ମିଥୁନ : ରବିବାର ଓ ସୋମବାର ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ଲାଭ କରିବେ। ଯଶ, ମାନ ଓ ଗୌରବ ଲାଭ ହେବ। ମଙ୍ଗଳବାର ଓ ବୁଧବାର ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ପାରିବାରିକ ଅଶାନ୍ତି ଦେଖାଦେବ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ଆନନ୍ଦ ଉଲ୍ଲାସରେ ସମୟ କାଟିବେ। ସୁସ୍ବାଦୁ ଭୋଜନ ପ୍ରାପ୍ତ ହେବ। ମହିଳା ଓ ବିଦ୍ୟାର୍ଥୀ ସୃଜନଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଓଁ ଲଂ ଲଳିତାଭ୍ୟାଂ ନମଃ ମନ୍ତ୍ର ଜପ କରନ୍ତୁ।
କର୍କଟ:  ରବିବାର ଓ ସୋମବାର ପୈତୃକ ସମ୍ପତ୍ତିକୁ ନେଇ ସମସ୍ୟା ଦେଖାଦେବ। ପିଲାଙ୍କ କ୍ୟାରିୟରକୁ ନେଇ ଚିନ୍ତିତ ହେବେ। ମଙ୍ଗଳବାର ଓ ବୁଧବାର ସୌଖୀନ ଦ୍ରବ୍ୟ କିଣାକିଣି କରିବେ। ପ୍ରତିଯୋଗିତାରେ ବିଜୟୀ ହେବେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ କାର୍ଯ୍ୟକ୍ଷେତ୍ରରେ ଦ୍ବନ୍ଦ୍ବ ଦେଖାଦେବ। ଶତ୍ରୁ ବୃଦ୍ଧି ହେବେ। ମହିଳା ଓ ବିଦ୍ୟାର୍ଥୀ କ୍ରିୟାଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଓଁ ହ୍ରୀଂ ଓଁ ମନ୍ତ୍ର ଜପ କରନ୍ତୁ।
କନ୍ୟା: ରବିବାର ଓ ସୋମବାର ପ୍ରେମରେ ସଫଳତା ଲାଭ ହେବ। ସ୍ତ୍ରୀଙ୍କ ସହଯୋଗ ଲାଭ ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଶତ୍ରୁଠାରୁ ଦୂରରେ ରହିବା ଭଲ। ଦ୍ରବ୍ୟ ଚୋରି ହୋଇପାରେ। ଶୁକ୍ରବାର ଓ ଶନିବାର ବିଦେଶ ଭ୍ରମଣରେ ଯାଇପାରନ୍ତି। କର୍ମକ୍ଷେତ୍ରରେ ପ୍ରଶଂସା ଲାଭ ହେବ। ମହିଳା ଓ ବିଦ୍ୟାର୍ଥୀ ଶ୍ରୀ ଯୁକ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ମା’ ମାତଙ୍ଗୀଙ୍କୁ ପୂଜା କରନ୍ତୁ।
ତୁଳା: ରବିବାର ଓ ସୋମବାର ମାନସିକ ଅବସାଦ ଦେଖାଦେବ। ମଙ୍ଗଳବାର ଓ ବୁଧବାର ଭବିଷ୍ୟତ ପାଇଁ ଯୋଜନା କରିବେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ କର୍ମାଶ୍ରୟୀ ହେବେ। ଆର୍ଥିକ ଅନଟନ ଦୂରୀଭୂତ ହେବ। ଭାଗ୍ୟବାଦୀ ହେବେ। ଧାର୍ମିକ କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। ମହିଳା ଓ ବିଦ୍ୟାର୍ଥୀ କର୍ମ ଅନୁସାରେ ଫଳ ପାଇବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଗଣେଶଙ୍କ ପୂଜା କରନ୍ତୁ।
ବିଛା: ରବିବାର ଓ ସୋମବାର ପ୍ରତିକୂଳ ପରିସ୍ଥିତିର ସମ୍ମୁଖୀନ ହେବେ। ପଡ଼ୋଶୀଙ୍କ ସହ ମତଭେଦ ଦେଖାଦେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଅର୍ଥନୈତିକ ପ୍ରଗତି ପରିଲକ୍ଷିତ ହେବ। ପୈତୃକ ସମ୍ପତ୍ତିରୁ ଲାଭବାନ ହେବେ। ଶୁକ୍ରବାର ଓ ଶନିବାର ଉଦ୍ୟମେ କାର୍ଯ୍ୟସିଦ୍ଧି ହେବ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମ ସଫଳତା ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଶିବଙ୍କ ଗାୟତ୍ରୀ ମନ୍ତ୍ର ଜପ କରନ୍ତୁ।
ଧନୁ: ରବିବାର ସଫଳତା ଲାଭ କରିବେ। ସୋମବାରଠାରୁ ବୁଧବାର ପର୍ଯ୍ୟନ୍ତ ହାତେ ମାପି ଚାଖଣ୍ଡେ ଚାଲିବା ଭଲ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ଅନୁସନ୍ଧିତ୍ସୁ ହେବେ। ନୂତନ କାର୍ଯ୍ୟରେ ଯୋଗଦାନ କରିପାରନ୍ତି। ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିବେ। ମହିଳା ଓ ବିଦ୍ୟାର୍ଥୀଙ୍କୁ କର୍ମ ଅନୁରୂପ ଫଳପ୍ରାପ୍ତ ହେବ। ରିଷ୍ଟ ଖଣ୍ଡନ ପାଇଁ ଓଁ ହ୍ରୀଂ ଶ୍ରୀଂ ଦୁର୍ଗତିନାଶିନୀ ମହାମାୟାୟୈ ସ୍ବାହା ମନ୍ତ୍ର ଜପ କରନ୍ତୁ।
ମକର: ରବିବାର ଓ ସୋମବାର ଶ୍ରୀ ଯୁକ୍ତ ହେବେ। ନୂତନ ଗୃହ ବା ଜମି କିଣିପାରନ୍ତି। ଆର୍ଥିକ ଉନ୍ନତି ପରିଲକ୍ଷିତ ହେବ। ମଙ୍ଗଳବାର ଓ ବୁଧବାର ପ୍ରଯୁକ୍ତି ବିଦ୍ୟାର ସଫଳ ବ୍ୟବହାର କରି ସଫଳତା ଲାଭ କରିବେ। ପୈତୃକ ସମ୍ପତ୍ତିରୁ ଲାଭବାନ ହେବେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ବାକ୍‌ସଂଯମୀ ହୁଅନ୍ତୁ। ବ୍ୟୟ ଅଧିକ ହୋଇପାରେ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମ ଫଳ ଲାଭ କରିବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ଦୁର୍ଗା ସହସ୍ରନାମ ପାଠ କରନ୍ତୁ।
କୁମ୍ଭ:  ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିବ। ଦାର୍ଶନିକ ଚିନ୍ତାଧାରାଯୁକ୍ତ ହେବେ। କାର୍ଯ୍ୟଦକ୍ଷତା ବୃଦ୍ଧି ହେବ। ବୁଧବାର ଓ ଗୁରୁବାର ମାଙ୍ଗଳିକ କାର୍ଯ୍ୟ ଘରେ ଅନୁଷ୍ଠିତ ହେବ। ଅବିବାହିତ କନ୍ୟା ଓ ପୁରୁଷଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ। ଶୁକ୍ରବାର ଓ ଶନିବାର ସାବଧାନତା ଲୋଡ଼ା। ଜମିବାଡ଼ି ଗଣ୍ଡଗୋଳ ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ରକ୍ଷଣଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ମା’ ଦକ୍ଷିଣ କାଳୀଙ୍କୁ ଆରାଧନା କରନ୍ତୁ।
ମୀନ: ରବିବାର ମାନସିକ ଅବସାଦ ଦେଖାଦେବ। ସୋମବାରଠାରୁ ବୁଧବାର ପର୍ଯ୍ୟନ୍ତ ଜୀବନ ସୁଖମୟ ହେବ। ଦୂର ଦେଶକୁ ଯାତ୍ରା କରିପାରନ୍ତି। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ସମୟ ଉପଯୋଗୀ କାର୍ଯ୍ୟ କରି ପ୍ରଶଂସିତ ହେବେ। ନୂତନ ନିଯୁକ୍ତି ମିଳିପାରେ। କାର୍ଯ୍ୟକ୍ଷେତ୍ରରେ ପ୍ରତିଷ୍ଠା ଲାଭ କରିବେ। ମହିଳା ଓ ବିଦ୍ୟାର୍ଥୀ ମନନଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଓଁ ନମଃ ଶିବାୟ ମନ୍ତ୍ର ଜପ କରନ୍ତୁ।
ରବିବାର ଇଚ୍ଛା ଅନୁସାରେ କାର୍ଯ୍ୟକରି ସଫଳତା ଲାଭ କରିବେ। ସୁସ୍ବାଦୁ ଭୋଜନ ପ୍ରାପ୍ତ ହେବ। ସୋମବାରଠାରୁ ବୁଧବାର ପର୍ଯ୍ୟନ୍ତ ସାବଧାନତା ଅବଲମ୍ବନୀୟ। ଋଣଯୁକ୍ତ ହୋଇପାରନ୍ତି। ଅଯଥା ବିବାଦରେ ପଡ଼ିପାରନ୍ତି। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ଲାଭବାନ ହେବେ। ସ୍ତ୍ରୀ ହେତୁକ ଧନପ୍ରାପ୍ତ ହେବ। ପରମ୍ପରାବାଦୀ ହେବେ। ମହିଳା ଓ ବିଦ୍ୟାର୍ଥୀ ଆନନ୍ଦିତ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀକୃଷ୍ଣଙ୍କୁ ଆରାଧନା କରନ୍ତୁ। nn

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories