ମେଷ: ରବିବାର ଓ ସୋମବାର ଜଗିରଖି ଚଳିବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସମସ୍ତ ସମୟ ମଧ୍ୟମଫଳ ପ୍ରଦାନ କରିବ। ଶୁକ୍ରବାର ଓ ଶନିବାର ଋଣଗ୍ରସ୍ତ ହୋଇପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ପଶ୍ଚାତାପ କରିବେ। ରିଷ୍ଟଖଣ୍ଡନ ପାଇଁ ଓଁ ଗଂ ଗଣପତୟେ ନମଃ ମନ୍ତ୍ର ଜପ କରନ୍ତୁ।
ବୃଷ: ରବିବାର ଓ ସୋମବାର ଯଶ, ମାନ, ଗୌରବର ଅଧିକାରୀ ହେବେ। ମଙ୍ଗଳବାର ଠାରୁ ଗୁରୁବାର ପର୍ଯ୍ୟନ୍ତ ଶତ୍ରୁଦ୍ବାରା ପ୍ରଭାବିତ ହେବେ। ଶୁକ୍ରବାର ଓ ଶନିବାର କାର୍ଯ୍ୟରେ ପରିପୂର୍ଣ୍ଣତା ଲାଭ ହେବ। ମହିଳା ଓ ବିଦ୍ୟାର୍ଥୀ ଯତ୍ନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କରନ୍ତୁ।
ମିଥୁନ: ରବିବାର ଓ ସୋମବାର କର୍ମବନ୍ଧନ ଯୋଗ ସୃଷ୍ଟି ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଆୟ ବୃଦ୍ଧି ହେବ। ଶୁକ୍ରବାର ଓ ଶନିବାର ବିଶ୍ବାସଘାତକତାର ସମ୍ମୁଖୀନ ହେବେ। ମହିଳା ଓ ବିଦ୍ୟାର୍ଥୀ ଜଗିରଖି ଚଳିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଲଳିତା ସହସ୍ରନାମ ପାଠ କରନ୍ତୁ।
କର୍କଟ: ରବିବାର ଓ ସୋମବାର ବିବାଦଗ୍ରସ୍ତ ହୋଇପାରନ୍ତି। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ମଧ୍ୟମ ସଫଳତା ଲାଭ କରିବେ। ଶୁକ୍ରବାର ଓ ଶନିବାର କଷ୍ଟସହିଷ୍ଣୁ ହେବେ। କର୍ତ୍ତବ୍ୟନିଷ୍ଠ ହେବେ। ରିଷ୍ଟଖଣ୍ଡନ ପାଇଁ ଓଁ ଶ୍ରୀଂ ହ୍ରୀଂ କ୍ଳୀଂ କୃଷ୍ଣାୟ ସ୍ବାହା ମନ୍ତ୍ର ଜପ କରନ୍ତୁ।
ସିଂହ: ରବିବାର ଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସାମାଜିକ କାର୍ଯ୍ୟରେ ଯୋଗଦେବେ। ବୁଧବାର ଓ ଗୁରୁବାର ସୁସମ୍ବାଦ ଲାଭ ହେବ। ଶୁକ୍ରବାର ଓ ଶନିବାର ରକ୍ଷଣଶୀଳ ହେବେ। ମହିଳା ଓ ବିଦ୍ୟାର୍ଥୀ ଶ୍ରୀ’ଯୁକ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଆଦିତ୍ୟ ହୃଦୟ ସ୍ତୋତ୍ର ପାଠ କରନ୍ତୁ।
କନ୍ୟା: ରବିବାର ଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଭାଗ୍ୟରେ ପରିବର୍ତ୍ତନ ଆସିବ। ବୁଧବାର ଓ ଗୁରୁବାର ନୂତନ ନିଯୁକ୍ତି ମିଳିପାରେ। ଶୁକ୍ରବାର ଓ ଶନିବାର ପ୍ରତିଷ୍ଠା ମିଳିପାରେ। ମହିଳା ଓ ବିଦ୍ୟାର୍ଥୀମାନେ ସୃଜନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଓଁ ଐଂ ବୁଦ୍ଧି ବର୍ଦ୍ଧିନୌ ନମଃ ମନ୍ତ୍ର ଜପ କରନ୍ତୁ।
ତୁଳା: ରବିବାର ଓ ସୋମବାର ଜଗିରଖି ଚଳନ୍ତୁ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସ୍ତ୍ରୀହେତୁକ ସମସ୍ୟା ଦୂରୀଭୂତ ହେବ। ଶୁକ୍ରବାର ଓ ଶନିବାର ସୌଖୀନ ଦ୍ରବ୍ୟ କିଣିବେ। ମହିଳା ଓ ବିଦ୍ୟାର୍ଥୀ ଲାଭବାନ ହେବେ। ରିଷ୍ଟଖଣ୍ଡନ ପାଇଁ ଓଁ ନମଃ ଶିବାୟ ମନ୍ତ୍ର ଜପ କରନ୍ତୁ।
ବିଛା: ରବିବାର ଓ ସୋମବାର ପରିଶ୍ରମ ଅନୁସାରେ ଫଳ ପାଇବେ। ମଙ୍ଗଳବାର ଠାରୁ ଗୁରୁବାର ପର୍ଯ୍ୟନ୍ତ ଋଣଗ୍ରସ୍ତ ହେବେ। ଶୁକ୍ରବାର ଓ ଶନିବାର ଶତ୍ରୁ ପରାସ୍ତ ହେବେ। ମହିଳା ଓ ବିଦ୍ୟାର୍ଥୀ ଚିନ୍ତାଯୁକ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ଓଁ ହଂ ହନୁମତୈ ରୁଦ୍ରାତ୍ମକୀୟ ହୁଂ ଫଟ୍ ମନ୍ତ୍ର ଜପ କରନ୍ତୁ।
ଧନୁ: ରବିବାର ଓ ସୋମବାର ଶତ୍ରୁକୁ ପରାସ୍ତ କରିବେ। ମଙ୍ଗଳବାର ଓ ବୁଧବାର ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିବେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ଆନନ୍ଦରେ ନିରାନନ୍ଦ ସୃଷ୍ଟି ହେବ। ମହିଳା ଓ ବିଦ୍ୟାର୍ଥୀ କ୍ରିୟାଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଓଁ ହ୍ରୀଂ ଦୁଂ ଦୁର୍ଗାୟୈ ନମଃ ମନ୍ତ୍ର ଜପ କରନ୍ତୁ।
ମକର: ରବିବାର ଓ ସୋମବାର ପ୍ରଶଂସିତ ହେବେ। ମଙ୍ଗଳବାର ଓ ବୁଧବାର ମାନସିକ ଅବସାଦ ଦୂର ହେବେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ସଫଳତା ଲାଭ କରିବେ। ମହିଳା ଓ ବିଦ୍ୟାର୍ଥୀ ଯଶ ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ମା’ ଦକ୍ଷିଣ କାଳୀଙ୍କ କବଚ ପାଠ କରନ୍ତୁ।
କୁମ୍ଭ: ରବିବାର ଓ ସୋମବାର କାର୍ଯ୍ୟରେ ଅଶାନ୍ତି ଦେଖାଦେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ପୁଞ୍ଜି ବିନିଯୋଗ କରି ଲାଭବାନ ହେବେ। ଶୁକ୍ରବାର ଓ ଶନିବାର ସୁଖାଦ୍ୟ ପ୍ରାପ୍ତ ହେବ। ମହିଳା ଓ ବିଦ୍ୟାର୍ଥୀ ସଫଳତା ପାଇବେ। ରିଷ୍ଟଖଣ୍ଡନ ପାଇଁ ରୁଦ୍ରାଷ୍ଟକ ପାଠ କରନ୍ତୁ।
ମୀନ: ରବିବାର ଓ ସୋମବାର କାର୍ଯ୍ୟସିଦ୍ଧି ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଅଯଥା ଚିନ୍ତା ଆପଣଙ୍କୁ ଭାରାକ୍ରାନ୍ତ କରିପାରେ। ଶୁକ୍ରବାର ଓ ଶନିବାର ଦାନଶୀଳ ହେବେ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମ ଫଳ ପାଇବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ବୃହସ୍ପତିଙ୍କୁ ପୂଜା କରନ୍ତୁ।
ସାପ୍ତାହିକ ରାଶିଫଳ ୧୦-୧୬.୦୪.୨୦୨୨
Popular Categories



