ସାପ୍ତାହିକ ରାଶିଫଳ ୦୧-୦୭.୦୫.୨୦୨୨

ମେଷ: ରବିବାର ଓ ସୋମବାର ଶତ୍ରୁଠାରୁ ଦୂରେଇ ରୁହନ୍ତୁ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ବ୍ୟବସାୟରେ ଲାଭବାନ ହେବେ। ଶୁକ୍ରବାର ଓ ଶନିବାର ତର୍କଠାରୁ ଦୂରେଇ ରହିବା ଭଲ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମ ଫଳ ପ୍ରାପ୍ତି କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଲକ୍ଷ୍ମୀନୃସିଂହ ମନ୍ତ୍ର ଜପ କରନ୍ତୁ।
ବୃଷ: ରବିବାର ଓ ସୋମବାର ସନ୍ତାନ ଚିନ୍ତା ରହିବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ପଦୋନ୍ନତି ହେବ। ଶୁକ୍ରବାର ଓ ଶନିବାର ବିବାଦରୁ ଦୂରେଇ ରହନ୍ତୁ। ମହିଳା ଓ ବିଦ୍ୟାର୍ଥୀ ସଫଳତା ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଓଁ ତତ୍‌ପୁରୁଷାୟ ବିଦ୍ମହେ ମହାଦେବାୟ ଧୀମହି ତନ୍ନୋରୁଦ୍ର ପ୍ରଚୋଦୟାତ୍‌ ମନ୍ତ୍ର ଜପ କରନ୍ତୁ।
ମିଥୁନ: ରବିବାର ଓ ସୋମବାର ଅସୁବିଧାରେ ପଡ଼ିବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ପରିଶ୍ରମ ଅନୁସାରେ ଫଳ ପାଇବେ। ଶୁକ୍ରବାର ଓ ଶନିବାର ମାଲିମକଦ୍ଦମାରେ ବିଜୟୀ ହେବେ। ମହିଳା ଓ ବିଦ୍ୟାର୍ଥୀ ଲାଭବାନ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଗଣେଶ ସହସ୍ର ନାମ ପାଠ କରନ୍ତୁ।
କର୍କଟ: ରବିବାର ଓ ସୋମବାର ଆଧ୍ୟାତ୍ମିକବାଦୀ ହେବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ପ୍ରତିଷ୍ଠା କ୍ଷୁଣ୍ଣ ହେବ। ଶୁକ୍ରବାର ଓ ଶନିବାର ଉଦ୍ୟମେ କାର୍ଯ୍ୟସିଦ୍ଧି ହେବ। ମହିଳା ଓ ବିଦ୍ୟାର୍ଥୀ ରକ୍ଷଣଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କରନ୍ତୁ।
ସିଂହ: ରବିବାର ଓ ସୋମବାର ଆୟ ଅପେକ୍ଷା ବ୍ୟୟ ଅଧିକ ରହିବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିବ। ଶୁକ୍ରବାର ଓ ଶନିବାର ବିବାଦରେ ପଡ଼ିପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ରୁଚିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଆଦିତ୍ୟ ହୃଦୟ ସ୍ତୋତ୍ର ପାଠ କରନ୍ତୁ।
କନ୍ୟା: ରବିବାର ଓ ସୋମବାର ଶ୍ରୀଯୁକ୍ତ ହେବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସାବଧାନତା ଲୋଡ଼ା। ଶୁକ୍ରବାର ଓ ଶନିବାର ବାକ୍‌ ସଂଯମତା ରକ୍ଷା କରନ୍ତୁ। ମହିଳା ଓ ବିଦ୍ୟାର୍ଥୀ ପ୍ରତିଷ୍ଠାଯୁକ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଲଳିତା ସହସ୍ରନାମ ପାଠ କରନ୍ତୁ।
ତୁଳା: ରବିବାର ଓ ସୋମବାର ଷଡ଼ଯନ୍ତ୍ରର ଶିକାର ହେବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ କର୍ତ୍ତବ୍ୟ ନିଷ୍ଠା ପାଇଁ ସମ୍ବର୍ଦ୍ଧିତ ହେବେ। ଶୁକ୍ରବାର ଓ ଶନିବାର ବ୍ୟୟ ଅଧିକ ହେବ। ମହିଳା ଓ ବିଦ୍ୟାର୍ଥୀ ଜଗିରଖି ଚଳିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ରୁଦ୍ରାଷ୍ଟକ ପାଠ କରନ୍ତୁ।
ବିଛା: ରବିବାର ଓ ସୋମବାର ବନ୍ଧୁ ସହଯୋଗ ପ୍ରାପ୍ତ ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବ। ଶୁକ୍ରବାର ଓ ଶନିବାର ପିଲାଙ୍କୁ ନେଇ ଗର୍ବ କରିବେ। ମହିଳା ଓ ବିଦ୍ୟାର୍ଥୀ ଯତ୍ନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ସୁନ୍ଦରାକାଣ୍ଡ ପାଠ କରନ୍ତୁ।
ଧନୁ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସୃଜନଶୀଳ ପ୍ରତିଭାର ବିକାଶ ଘଟିବ। ବୁଧବାର ଓ ଗୁରୁବାର ଧାର୍ମିକ କାର୍ଯ୍ୟରେ ଯୋଗଦାନ କରିବେ। ଶୁକ୍ରବାର ଓ ଶନିବାର ଶତ୍ରୁଠାରୁ ଦୂରେଇ ରହବା ଭଲ। ମହିଳା ଓ ବିଦ୍ୟାର୍ଥୀ କର୍ମ ଅନୁସାରେ ଫଳ ପାଇବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀତାରା କବଚ ପାଠ କରନ୍ତୁ।
ମକର: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କର୍ମ ଅନୁସାରେ ଫଳପ୍ରାପ୍ତି ହେବ। ବୁଧବାର ଓ ଗୁରୁବାର ଜମିବାଡ଼ି ଗଣ୍ଡଗୋଳ ସମାଧାନ ହେବ। ଶୁକ୍ରବାର ଓ ଶନିବାର ଆୟୁ ବୃଦ୍ଧି ହେବ। ମହିଳା ଓ ବିଦ୍ୟାର୍ଥୀ ସଫଳତା ପାଇବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ କାଳୀ ସହସ୍ରନାମ ପାଠ କରନ୍ତୁ।
କୁମ୍ଭ: ରବିବାର ଓ ସୋମବାର ମାନସିକ ଅବସାଦ ଦେଖାଦେବ। ମଙ୍ଗଳବାର ଓ ବୁଧବାର ସାମାଜିକ କାର୍ଯ୍ୟରେ ଯୋଗଦାନ କରିବେ। ଗୁୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ କର୍ମକ୍ଷେତ୍ରରେ ପଦୋନ୍ନତି ମିଳିବ। ମହିଳା ଓ ବିଦ୍ୟାର୍ଥୀ ପ୍ରଗତିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ରୁଦ୍ରାଷ୍ଟକ ପାଠ କରନ୍ତୁ।
ମୀନ: ରବିବାର ଓ ସୋମବାର ପ୍ରେମରେ ସଫଳତା ଲାଭ କରିବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଜଗିରଖି ଚଳିବା ଆବଶ୍ୟକ। ଶୁକ୍ରବାର ଓ ଶନିବାର ସାମାନ୍ୟ ଆଘାତ ଲାଗିପାରେ। ମହିଳା ଓ ବିଦ୍ୟାର୍ଥୀ ସମ୍ବେଦନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀଦୁର୍ଗା ସହସ୍ରନାମ ପାଠ କରନ୍ତୁ।

Comments are closed.