www.samajalive.in
Monday, December 15, 2025
24.1 C
Bhubaneswar

ସାପ୍ତାହିକ ରାଶିଫଳ ୨୧-୨୭ ଅଗଷ୍ଟ ୨୦୨୨

ମେଷ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଦୂରଯାତ୍ରା କରିପାରନ୍ତି। ବୁଧବାର ଓ ଗୁରୁବାର ଯଶ, ମାନ ଓ ଗୌରବର ଅଧିକାରୀ ହେବେ। ଶୁକ୍ରବାର ଓ ଶନିବାର ମଧ୍ୟମଫଳ ପ୍ରାପ୍ତ ହେବ। ମହିଳା ଓ ବିଦ୍ୟାର୍ଥୀ ପ୍ରଗତିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଲକ୍ଷ୍ମୀଅଷ୍ଟକ ପାଠ କରନ୍ତୁ।
ବୃଷ: ରବିବାର ଜଗିରଖି ଚଳିବେ। ସୋମବାରଠାରୁ ବୁଧବାର ପର୍ଯ୍ୟନ୍ତ ଉଚ୍ଚପଦସ୍ଥ ଅଧିକାରୀଙ୍କ ଆସ୍ଥାଭାଜନ ହେବେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ଦାନ ଧର୍ମରେ ମନ ଦେବେ। ମହିଳା ଓ ବିଦ୍ୟାର୍ଥୀ ସୃଜନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଶିବ ତାଣ୍ଡବ ସ୍ତୋତ୍ର ପାଠ କରନ୍ତୁ।
ମିଥୁନ: ରବିବାର ସାମାଜିକ ପ୍ରତିଷ୍ଠା ପାଇବେ। ସୋମବାର ଓ ମଙ୍ଗଳବାର ସାବଧାନତା ଲୋଡ଼ା। ବୁଧବାର ଓ ଗୁରୁବାର ଦୂରଦର୍ଶୀ ହେବେ। ଶୁକ୍ରବାର ଓ ଶନିବାର ଶତ୍ରୁ ପରାସ୍ତ ହେବେ। ମହିଳା ଓ ବିଦ୍ୟାର୍ଥୀ କ୍ରିୟାଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ମା’ ତ୍ରିପୁରା ସୁନ୍ଦରୀଙ୍କ କବଚ ପାଠ କରନ୍ତୁ।
କର୍କଟ: ରବିବାର ପିଲାଙ୍କ ପାଠପଢ଼ାକୁ ନେଇ ଚିନ୍ତିତ ହେବେ। ସୋମବାର ଓ ମଙ୍ଗଳବାର ବନ୍ଧୁଙ୍କ ସହଯୋଗ ପ୍ରାପ୍ତ ହେବ। ବୁଧବାର ଓ ଗୁରୁବାର ଦୂରଯାତ୍ରା ସ୍ଥଗିତ ରହିବା ଭଲ। ଶୁକ୍ରବାର ଓ ଶନିବାର ସମୟର ସଦୁପଯୋଗ କରିବେ। ମହିଳା ଓ ବିଦ୍ୟାର୍ଥୀ ଯତ୍ନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ମା’ ଭୁବନେଶ୍ବରୀଙ୍କ କବଚ ପାଠ କରନ୍ତୁ।
ସିଂହ: ରବିବାର କାର୍ଯ୍ୟସିଦ୍ଧି ହେବ। ସୋମବାର ଓ ମଙ୍ଗଳବାର ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ବୁଧବାର ଓ ଗୁରୁବାର ସମସ୍ୟା ସମାଧାନ ପାଇଁ ବ୍ରତୀ ହେବେ। ଶୁକ୍ରବାର ଓ ଶନିବାର ବିଶ୍ବାସଘାତକତାର ଶିକାର ହେବେ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମଫଳ ପାଇବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀଭଟ୍ଟାରିକାଷ୍ଟକ ପାଠ କରନ୍ତୁ।
କନ୍ୟା: ରବିବାର ସ୍ବାସ୍ଥ୍ୟଗତ ସମସ୍ୟା ଦେଖାଦେବ। ସୋମବାର ଓ ମଙ୍ଗଳବାର ଶ୍ରୀଯୁକ୍ତ ହେବେ। ବୁଧବାର ଓ ଗୁରୁବାର ବିବାଦରେ ପଡ଼ିପାରନ୍ତି। ଶୁକ୍ରବାର ଓ ଶନିବାର ପୈତୃକ ସମ୍ପତ୍ତିରୁ ଲାଭବାନ ହେବେ। ମହିଳା ଓ ବିଦ୍ୟାର୍ଥୀ ରୁଚିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଦୁର୍ଗାଷ୍ଟକ ପାଠ କରନ୍ତୁ।
ତୁଳା: ରବିବାର ପ୍ରେମରେ ସଫଳତା ପାଇବେ। ସୋମବାର ଓ ମଙ୍ଗଳବାର ବାକ୍‌ସଂଯମତା ରକ୍ଷା କରନ୍ତୁ। ବୁଧବାରଠାରୁ ଶୁକ୍ରବାର ପର୍ଯ୍ୟନ୍ତ ବନ୍ଧୁ ସହଯୋଗ ପ୍ରାପ୍ତ ହେବ। ଶନିବାର ସ୍ବାସ୍ଥ୍ୟ ପ୍ରତି ଯତ୍ନଶୀଳ ରୁହନ୍ତୁ। ମହିଳା ଓ ବିଦ୍ୟାର୍ଥୀ ଯଶବାନ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଶିବ ସ୍ତୋତ୍ର ପାଠ କରନ୍ତୁ।
ବିଛା: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସମବାୟ କ୍ଷେତ୍ରରୁ ଲାଭବାନ ହେବେ। ଶୁକ୍ରବାର ଓ ଗୁରୁବାର ପଡ଼ୋଶୀଙ୍କ ସହିତ ମତଭେଦ ଦେଖାଦେବ। ଶୁକ୍ରବାର ଓ ଶନିବାର ସୁସ୍ବାଦୁ ଭୋଜନ ପ୍ରାପ୍ତ ହେବ। ମହିଳା ଓ ବିଦ୍ୟାର୍ଥୀ ମନନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ସୁନ୍ଦରାକାଣ୍ଡ ପାଠ କରନ୍ତୁ।
ଧନୁ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଭାଗ୍ୟବାଦୀ ହେବେ। ବୁଧବାରଠାରୁ ଶୁକ୍ରବାର ପର୍ଯ୍ୟନ୍ତ ପାରିବାରିକ ଆନନ୍ଦ ଲାଭ ହେବ। ଶନିବାର ସାମାନ୍ୟ ଅସୁବିଧାରେ ପଡ଼ିପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ଭାବିଚିନ୍ତି କାର୍ଯ୍ୟ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ତାରା କବଚ ପାଠ କରନ୍ତୁ।
ମକର: ରବିବାର ସାବଧାନତା ଲୋଡ଼ା। ସୋମବାରଠାରୁ ବୁଧବାର ପର୍ଯ୍ୟନ୍ତ ନୂତନ କାର୍ଯ୍ୟରେ ଯୋଗଦାନ କରିବେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ କାର୍ଯ୍ୟରେ ପ୍ରଶଂସିତ ହେବେ। ମହିଳା ଓ ବିଦ୍ୟାର୍ଥୀ କର୍ମଠ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ କାଳୀ ସହସ୍ରନାମ ପାଠ କରନ୍ତୁ।
କୁମ୍ଭ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସାମାଜିକ ପ୍ରତିଷ୍ଠା ଲାଭ କରିବେ। ବୁଧବାର ଓ ଗୁରୁବାର ଆର୍ଥିକ ମାନ୍ଦାବସ୍ଥା ଦେଖାଦେବ। ଶୁକ୍ରବାର ଓ ଶନିବାର ସ୍ତ୍ରୀ ହେତୁକ ଧନଲାଭ କରିବେ। ମହିଳା ଓ ବିଦ୍ୟାର୍ଥୀ କାର୍ଯ୍ୟରେ ବିଜୟୀ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ରୁଦ୍ରାଷ୍ଟକ ପାଠ କରନ୍ତୁ।
ମୀନ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ନୂତନ ଯାନବାହନ କିଣିପାରନ୍ତି। ବୁଧବାର ଓ ଗୁରୁବାର ଶତ୍ରୁ ଦ୍ବାରା ପରାସ୍ତ ହେବେ। ଶୁକ୍ରବାର ଓ ଶନିବାର ସମ୍ବର୍ଦ୍ଧିତ ହେବେ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମ ଫଳ ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ମା’ ଦୁର୍ଗାଙ୍କ ମନ୍ତ୍ର ଜପ କରନ୍ତୁ।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories