ସାପ୍ତାହିକ ରାଶିଫଳ ୧୯ – ୨୫.୦୨.୨୦୨୩

ମେଷ: ରବିବାର ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିବେ। ସୋମବାର ଓ ମଙ୍ଗଳବାର କାର୍ଯ୍ୟସିଦ୍ଧି ହେବ। ବୁଧବାର ଓ ଗୁରୁବାର ଜଗିରଖି ଚଳିବେ। ବ୍ୟୟ ଅଧିକ ହେବ। ଶୁକ୍ରବାର ଓ ଶନିବାର ଭ୍ରମଣପ୍ରିୟ ହେବେ। ମହିଳା ଓ ବିଦ୍ୟାର୍ଥୀ ଚିନ୍ତାଯୁକ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ଓଁ ନମଃ ଶିବାୟ ମନ୍ତ୍ର ଜପ କରନ୍ତୁ।
ବୃଷ: ରବିବାର କାର୍ଯ୍ୟରେ ଅଶାନ୍ତି ଦେଖାଦେବ। ସୋମବାର ଓ ମଙ୍ଗଳବାର ଅର୍ଥହାନି ଘଟିପାରେ। ବୁଧବାର ଓ ଗୁରୁବାର ନୂତନ ନିଯୁକ୍ତି ମିଳିପାରେ। ବନ୍ଧୁଙ୍କ ସହଯୋଗ ପ୍ରାପ୍ତ ହେବ। ଶୁକ୍ରବାର ଓ ଶନିବାର ମାନସିକ ଅବସାଦ ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ କର୍ମଠ ହେବେ। ରିଷ୍ଟଖଣ୍ଡନ ପାଇଁ ମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କରନ୍ତୁ।
ମିଥୁନ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସମୟ ଆପଣଙ୍କ ସପକ୍ଷରେ ଯିବ। ପଦୋନ୍ନତି ମିଳିପାରେ। ବୁଧବାର ଓ ଗୁରୁବାର ସାବଧାନତା ଲୋଡ଼ା। ବିବାଦରେ ପଡ଼ିପାରନ୍ତି। ଶୁକ୍ରବାର ଓ ଶନିବାର ସମସ୍ୟା ଦୂରୀଭୂତ ହେବ। ପରିଶ୍ରମ ଅନୁସାରେ ଫଳ ପାଇବେ। ମହିଳା ଓ ବିଦ୍ୟାର୍ଥୀ ଶ୍ରୀଯୁକ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ଓଁ ନାରାୟଣାୟ ବିଦ୍ମହେ ବାସୁଦେବାୟ ଧୀମହି ତନ୍ନୋ ବିଷ୍ଣୁ ପ୍ରଚୋଦୟାତ୍‌ ମନ୍ତ୍ର ଜପ କରନ୍ତୁ।
କର୍କଟ: ରବିବାର ଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଅନୁକୂଳ ପରିସ୍ଥିତି ଦେଇ ଗତି କରିବେ। ବୁଧବାର ଓ ଗୁରୁବାର ପ୍ରତିଷ୍ଠା ଲାଭ କରିବେ। ପୈତୃକ ସମ୍ପତ୍ତି ଲାଭ ହୋଇପାରେ। ଶୁକ୍ରବାର ଓ ଶନିବାର ଆର୍ଥିକ ଅନଟନ ପରିଲକ୍ଷିତ ହେବ। ଶତ୍ରୁ ବାଧା ସୃଷ୍ଟି ହେବ। ମହିଳା ଓ ବିଦ୍ୟାର୍ଥୀ ଚିନ୍ତାଯୁକ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ମା’ ଭୁୂବନେଶ୍ବରୀଙ୍କ ମନ୍ତ୍ର ଜପ କରନ୍ତୁ।
ସିଂହ: ରବିବାର ବ୍ୟବସାୟରେ ଦ୍ବନ୍ଦ୍ବ ଦେଖାଦେବ। ସୋମବାରଠାରୁ ବୁଧବାର ପର୍ଯ୍ୟନ୍ତ ସାମାଜିକ ପ୍ରତିଷ୍ଠା ବୃଦ୍ଧି ଘଟିବ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ବନ୍ଧୁଙ୍କ ସହଯୋଗରେ କାର୍ଯ୍ୟସିଦ୍ଧି ହେବ। ସ୍ତ୍ରୀ ହେତୁକ ଧନପ୍ରାପ୍ତି ହେବ। ନିଜର ବୁଦ୍ଧି ଦ୍ବାରା ପରକୁ ଆପଣାର କରିବେ। ମହିଳା ଓ ବିଦ୍ୟାର୍ଥୀ ପ୍ରତିଷ୍ଠାଯୁକ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ମହର୍ଷି ଅଗସ୍ତିଙ୍କ ପ୍ରୋକ୍ତ ଆଦିତ୍ୟ ହୃଦୟସ୍ତୋତ୍ର ପାଠ କରନ୍ତୁ।
କନ୍ୟା: ରବିବାର କର୍ମକ୍ଷେତ୍ରରେ ସଫଳତା ଲାଭ କରିବେ। ସୋମବାର ଓ ମଙ୍ଗଳବାର ସାବଧାନତା ଅବଲମ୍ବନ କରନ୍ତୁ। ବୁଧବାର ଓ ଗୁରୁବାର ବନ୍ଧୁ ସହଯୋଗ ପ୍ରାପ୍ତ ହେବ। ଅର୍ଥ ଲାଭ ହେବ। ଶୁକ୍ରବାର ଓ ଶନିବାର ଶତ୍ରୁ ଉପରେ ବିଜୟୀ ହେବେ। ସୁସମ୍ବାଦ ମିଳିବ। ମହିଳା ଓ ବିଦ୍ୟାର୍ଥୀ ବିଳମ୍ବରେ ସଫଳତା ପାଇବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଲଳିତା ସହସ୍ରନାମ ପାଠ କରନ୍ତୁ।
ତୁଳା: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଲୋକପ୍ରିୟ ହେବେ। ବୁଧବାର ଓ ଗୁରୁବାର ସାବଧାନତା ଲୋଡ଼ା। ଅଯଥା ଭୟ ସୃଷ୍ଟି ହେବ। ଶୁକ୍ରବାର ଓ ଶନିବାର ଧାର୍ମିକ କାର୍ଯ୍ୟରେ ସମୟ କାଟିବେ। ଧୈର୍ଯ୍ୟବାନ ହେବେ। ମହିଳା ଓ ବିଦ୍ୟାର୍ଥୀ ସୃଜନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଓଁ ତତ୍‌ପୁରୁଷାୟ ବିଦ୍ମହେ ମହାଦେବାୟ ଧୀମହି ତନ୍ନୋ ରୁଦ୍ର ପ୍ରଚୋଦୟାତ୍‌ ମନ୍ତ୍ର ଜପ କରନ୍ତୁ।
ବିଛା: ରବିବାର ଓ ସୋମବାର ଆର୍ଥିକ ସ୍ଥିତିରେ ଅବନତି ଘଟିବ। ମାନହାନି ଘଟିପାରେ। ମଙ୍ଗଳବାର ଓ ବୁଧବାର ସମୟ ଅନୁକୂଳ ରହିବ। ପଦୋନ୍ନତି ମିଳିପାରେ। ଗୁରୁବାର ଓ ଶୁକ୍ରବାର ମାତାଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତା ପ୍ରକଟିତ ହେବ। ଶନିବାର ମଧ୍ୟମଫଳ ପ୍ରାପ୍ତ କରିବେ। ମହିଳା ଓ ବିଦ୍ୟାର୍ଥୀ ସମ୍ବେଦନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀସୁନ୍ଦରାକାଣ୍ଡ ପାଠ କରନ୍ତୁ ଓ ଗରିବଙ୍କୁ ଅନ୍ନଦାନ କରନ୍ତୁ।
ଧନୁ: ରବିବାର ଓ ସୋମବାର ଶ୍ରୀଯୁକ୍ତ ହେବେ। ପୈତୃକ ସମ୍ପତ୍ତିରୁ ଧନପ୍ରାପ୍ତି ହେବ। ମଙ୍ଗଳବାର ଓ ବୁଧବାର ଆୟ ଅପେକ୍ଷା ବ୍ୟୟ ଅଧିକ ରହିବ। ଗୁରୁବାର ଓ ଶୁକ୍ରବାର ସମସ୍ୟା ସମାଧାନ ପାଇଁ ଚେଷ୍ଟା କରିବେ। ଶନିବାର ପାରିବାରିକ କଳହ ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ବିବାଦର ସମ୍ମୁଖୀନ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଚଣ୍ଡୀ ଅନ୍ତର୍ଗତ ଅର୍ଗଳ, କିଳକ, କବଚ ଓ କୁଞ୍ଜିକା ସ୍ତୋତ୍ର ପାଠ କରନ୍ତୁ।
ମକର: ରବିବାର ଓ ସୋମବାର ଶାରୀରିକ ଅସୁସ୍ଥତା ଦେଖାଦେଇପାରେ। ମଙ୍ଗଳବାର ଓ ବୁଧବାର ସଫଳତା ଲାଭ କରିବେ। ଘରେ ମାଙ୍ଗଳିକ କାର୍ଯ୍ୟ ହୋଇପାରେ। ଗୁରୁବାର ଓ ଶୁକ୍ରବାର ଅସୁବିଧାରେ ପଡ଼ିବେ। ଶତ୍ରୁଦ୍ବାରା ପରାଭୂତ ହେବେ। ଶନିବାର କାର୍ଯ୍ୟରେ ସଫଳତା ପାଇବେ। ମହିଳା ଓ ବିଦ୍ୟାର୍ଥୀ ଗୁରୁଜନଙ୍କ ପରାମର୍ଶକୁ ଗ୍ରହଣ କରିବେ। ରିଷ୍ଟଖଣ୍ଡନ ପାଇଁ ଶିବଙ୍କ ସ୍ତୋତ୍ର ପାଠ କରନ୍ତୁ।
କୁମ୍ଭ: ରବିବାର ଓ ସୋମବାର ପଦୋନ୍ନତି ମିଳିପାରେ। ମଙ୍ଗଳବାର ଓ ବୁଧବାର ଜଗିରଖି ଚଳିବେ ନଚେତ୍‌ ବିବାଦରେ ପଡ଼ିବେ। ଗୁରୁବାର ଓ ଶୁକ୍ରବାର ସ୍ତ୍ରୀ ହେତୁକ ଧନପ୍ରାପ୍ତି ହେବ। ଶନିବାର ମାନସିକ ଅବସାଦ ଦେଖାଦେବ। ଅଯଥା ଖର୍ଚ୍ଚାନ୍ତରେ ପଡ଼ିପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମଫଳ ପାଇବେ। ରିଷ୍ଟଖଣ୍ଡନ ପାଇଁ ଓଁ ହ୍ରୀଂ ଦକ୍ଷିଣ କାଳିକାୟୈ ନମଃ ମନ୍ତ୍ର ଜପ କରନ୍ତୁ।
ମୀନ: ରବିବାର ଓ ସୋମବାର ସୁଚାରୁରୂପେ କାର୍ଯ୍ୟ ସମ୍ପାଦନ କରି ପ୍ରଶଂସିତ ହେବେ। ମଙ୍ଗଳବାର ଓ ବୁଧବାର ସକାରାତ୍ମକ ଚିନ୍ତାଧାରାଯୁକ୍ତ ହେବେ। ଗୁରୁବାର ଓ ଶୁକ୍ରବାର ଜଗିରଖି ଚଳିବେ। ପଡ଼ୋଶୀଙ୍କ ସହ ମତଭେଦ ଦେଖାଦେଇପାରେ। ଶନିବାର ଯଶ, ମାନ ଓ ଗୌରବର ଅଧିକାରୀ ହେବେ। ଆୟ ବୃଦ୍ଧି ହେବ। ମହିଳା ଓ ବିଦ୍ୟାର୍ଥୀ ଯଶଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଓଁ ହ୍ରୀଂ ଦୁଂ ଦୁର୍ଗାୟେ ନମଃ ମନ୍ତ୍ର ଜପ କରନ୍ତୁ।

Comments are closed.