BJD Bijuli 480×75 Mob

ସାପ୍ତାହିକ ରାଶିଫଳ ୧୨ – ୧୮.୦୩.୨୦୨୩

BJD Bijuli 480×75 Mob

ମେଷ: ରବିବାର ଓ ସୋମବାର ଆର୍ଥିବସ୍ଥିତି ସୁଦୃଢ଼ ହେବ। ମଙ୍ଗଳବାର ଓ ବୁଧବାର ଦୂରଯାତ୍ରା ନକରିବା ଭଲ। ଶାରୀରିକ ଅସୁସ୍ଥତା ଦେଖାଦେଇପାରେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ଧାର୍ମିକ କାର୍ଯ୍ୟରେ ଯୋଗଦେବେ। ଦାମ୍ପତ୍ୟରେ ଆନନ୍ଦ ଲାଭ ହେବ। ମହିଳା ଓ ବିଦ୍ୟାର୍ଥୀ କର୍ମପ୍ରିୟ ହେବେ। ରିଷ୍ଟଖଣ୍ଡନ ପାଇଁ ମା’ ବଗଳାମୁଖୀଙ୍କ ମନ୍ତ୍ର ଜପ କରନ୍ତୁ।
ବୃଷ: ରବିବାର ଓ ସୋମବାର ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିବେ। ମଙ୍ଗଳବାର ଓ ବୁଧବାର ଅର୍ଥହାନି ହୋଇପାରେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ କର୍ମକ୍ଷେତ୍ରରେ ସଫଳତା ପାଇବେ। ନୂତନ ନିଯୁକ୍ତି ମିଳିପାରେ। ଆୟବୃଦ୍ଧି ହେବ। ମହିଳା ଓ ବିଦ୍ୟାର୍ଥୀ କର୍ମଠ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀରୁଦ୍ରାଷ୍ଟକ ପାଠ କରନ୍ତୁ।
ମିଥୁନ: ରବିବାର ଓ ସୋମବାର ମାଙ୍ଗଳିିିକ କାର୍ଯ୍ୟରେ ଯୋଗଦେବେ। ପ୍ରେମରେ ସଫଳତା ପ୍ରାପ୍ତି ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଶାରୀରିକ ଅସୁସ୍ଥତା ଦେଖାଦେବ। ଶୁକ୍ରବାର ଓ ଶନିବାର ପରିଶ୍ରମ ଅନୁସାରେ ଫଳପ୍ରାପ୍ତି ହେବ। ସମସ୍ୟା ଦୂର ହେବ। ମହିଳା ଓ ବିଦ୍ୟାର୍ଥୀ ମନନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ନାରାୟଣଙ୍କ ମନ୍ତ୍ର ଜପ କରନ୍ତୁ।
କର୍କଟ: ରବିବାର ଓ ସୋମବାର ସହଯୋଗୀଙ୍କ ସହଯୋଗ ମିଳିବ ନାହିଁ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଆର୍ଥିକ ଅନିୟମିତତା ଦୂରୀଭୂତ ହେବ। ଶୁକ୍ରବାର ଓ ଶନିବାର ଅସୁବିଧାରେ ପଡ଼ିବେ। ଆତ୍ମୀୟସ୍ବଜନଙ୍କଠାରୁ ବିପଦର ଆଶଙ୍କା ରହିଛି। ମହିଳା ଓ ବିଦ୍ୟାର୍ଥୀ ସୃଜନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶିବଙ୍କ ସ୍ତୋତ୍ର ପାଠ କରନ୍ତୁ।
ସିଂହ: ରବିବାର ଓ ସୋମବାର ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ପୈତୃକ ସମ୍ପତ୍ତିରୁ ଲାଭବାନ ହେବେ। ମଙ୍ଗଳବାରଠାରୁ ଗୁରୁବାର ଦାମ୍ପତ୍ୟରେ କଳହ ଦେଖାଦେବ। ଶୁକ୍ରବାର ଓ ଶନିବାର ପରିସ୍ଥିତିରେ ପରିବର୍ତ୍ତନ ଆସିବ। କର୍ମ ଅନୁରୂପ ଫଳ ପାଇବେ। ମହିଳା ଓ ବିଦ୍ୟାର୍ଥୀ ଯଶଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଓଁ ଘୃଣୀ ସୂର୍ଯ୍ୟ ନାରାୟଣାୟ ନମଃ ମନ୍ତ୍ର ଜପ କରନ୍ତୁ।
କନ୍ୟା: ରବିବାର ଓ ସୋମବାର ଆୟ ଅପେକ୍ଷା ବ୍ୟୟ ଅଧିକ ରହିବ। ସନ୍ତାନମାନଙ୍କୁ ନେଇ ଚିନ୍ତା ପ୍ରକଟିତ ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସାମାଜିକ ପ୍ରତିଷ୍ଠା ପ୍ରାପ୍ତ ହେବ। ଶୁକ୍ରବାର ଓ ଶନିବାର ସ୍ବାସ୍ଥ୍ୟଗତ ସମସ୍ୟା ଦେଖାଦେବ। ଆୟ ଓ ବ୍ୟୟ ମଧ୍ୟମ ରହିବ। ମହିଳା ଓ ବିଦ୍ୟାର୍ଥୀ ଭାବିଚିନ୍ତି କାର୍ଯ୍ୟ କରିବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ଲଳିତା କବଚ ପାଠ କରନ୍ତୁ।
ତୁଳା: ରବିବାର ଓ ସୋମବାର ବ୍ୟବସାୟରେ ଲାଭବାନ ହେବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ପ୍ରତିକୂଳ ପରିସ୍ଥିତିର ସମ୍ମୁଖୀନ ହେବେ। ମାଲିମକଦ୍ଦମାରେ ପଡ଼ିପାରନ୍ତି। ଶୁକ୍ରବାର ଓ ଶନିବାର ପ୍ରଗତିରେ ପଥରୋଧ ହେବ। ମହିଳା ଓ ବିଦ୍ୟାର୍ଥୀ ଭ୍ରମଣପ୍ରିୟ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଲକ୍ଷ୍ମୀ ସହସ୍ରନାମ ପାଠ କରନ୍ତୁ ଓ ଗରିବଙ୍କୁ ଅନ୍ନଦାନ କରନ୍ତୁ।
ବିଛା: ରବିବାର ଓ ସୋମବାର କାର୍ଯ୍ୟସିଦ୍ଧି ହେବ। ଆଧ୍ୟାତ୍ମିକ ଚିନ୍ତାଧାରାଯୁକ୍ତ ହେବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଧାର୍ମିକ କାର୍ଯ୍ୟରେ ଯୋଗଦାନ କରିବେ। ଦୂରଯାତ୍ରା କରିପାରନ୍ତି। ଶୁକ୍ରବାର ଓ ଶନିବାର କର୍ମକୁଶଳୀ ହେବେ। ଉପରିସ୍ଥ କର୍ମୀଙ୍କ ଦ୍ବାରା ପ୍ରଶଂସିତ ହେବେ। ମହିଳା ଓ ବିଦ୍ୟାର୍ଥୀ ଶ୍ରୀଯୁକ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ସୁନ୍ଦରାକାଣ୍ଡ ପାଠ କରନ୍ତୁ।
ଧନୁ: ରବିବାର ଓ ସୋମବାର ଜଗିରଖି ଚଳିବେ। ମା’ଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତା ପ୍ରକଟ କରିବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିବ। ସ୍ତ୍ରୀହେତୁକ ଧନପ୍ରାପ୍ତି ହେବ। କୃଷିରୁ ଲାଭବାନ ହେବେ। ଶୁକ୍ରବାର ଓ ଶନିବାର ଅଯଥା ବିବାଦରେ ପଡ଼ିବେ। ଋଣଗ୍ରସ୍ତ ହୋଇପାରନ୍ତି। ମହିଳା ଓ ବିଦ୍ୟାର୍ଥୀ କ୍ରିୟାଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଦୁର୍ଗାତାଣ୍ଡବ ପାଠ କରନ୍ତୁ।
ମକର: ରବିବାର ଓ ସୋମବାର ମାନସିକ ଅବସାଦ ଦେଖାଦେଇପାରେ। ପାରିବାରିକ ଅଶାନ୍ତି ଦେଖାଦେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଆର୍ଥିକ ସ୍ଥିତି ସ୍ବଚ୍ଛଳ ରହିବ। ଶୁକ୍ରବାର ଓ ଶନିବାର ଅର୍ଥହାନି ଘଟିପାରେ। ଶାରୀରିକ ଅସୁବିଧା ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମଫଳ ଲାଭ କରିବେ। ରିଷ୍ଟଖଣ୍ତନ ପାଇଁ ମା’ କାଳୀଙ୍କ ସ୍ତୋତ୍ର ପାଠ କରନ୍ତୁ।
କୁମ୍ଭ: ରବିବାର ଓ ସୋମବାର ବନ୍ଧୁଙ୍କ ଆଗମନ ହୋଇପାରେ। ସୁସ୍ବାଦୁ ଭୋଜନ ପ୍ରାପ୍ତି ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ କାର୍ଯ୍ୟ ପରିସର ବୃଦ୍ଧି ହେବ। ନୂତନ ନିଯୁକ୍ତି ପାଇପାରନ୍ତି। ଶୁକ୍ରବାର ଓ ଶନିବାର ପରିଶ୍ରମଜନିତ କ୍ଳାନ୍ତି ଅନୁଭୂତ ହେବ। ସମସ୍ୟା ଦୂର ପାଇଁ​‌ ଚେଷ୍ଟା କରିବେ। ମହିଳା ଓ ବିଦ୍ୟାର୍ଥୀ ପ୍ରତିଷ୍ଠାଯୁକ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଶିବସ୍ତୋତ୍ର ପାଠ କରନ୍ତୁ।
ମୀନ: ରବିବାର ଓ ସୋମବାର ପ୍ରତିଯୋଗିତାରେ ବିଜୟୀ ହେବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ପ୍ରତିଭାର ବିକାଶ ଘଟିବ। ସାମାଜିକ ପ୍ରତିଷ୍ଠା ପାଇବେ। ଶୁକ୍ରବାର ଓ ଶନିବାର ଯାନବାହନ ଜନିତ ସମସ୍ୟା ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ସାବଧାନତା ଅବଲମ୍ବନ କରିବେ। ରଷ୍ଟଖଣ୍ଡନ ପାଇଁ ଶ୍ରୀଦୁର୍ଗାଷ୍ଟକ ପାଠ କରନ୍ତୁ।

Comments are closed.