www.samajalive.in
Sunday, December 14, 2025
19.1 C
Bhubaneswar

ସାପ୍ତାହିକ ରାଶିଫଳ (ଜୁଲାଇ ୧୬-୨୨)

ମେଷ: ରବିବାର ଓ ସୋମବାର ସଫଳତା ପ୍ରାପ୍ତ ହେବ। ଲାଭବାନ ହେବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଭାବିଚିନ୍ତି କାର୍ଯ୍ୟ କରିବା ଉଚିତ୍‌। ସ୍ବାସ୍ଥ୍ୟହାନି ଘଟିପାରେ। ଶୁକ୍ରବାର ଓ ଶନିବାର ଅଟକିଥିବା କାର୍ଯ୍ୟ ସମାପନ ପାଇଁ ଚେଷ୍ଟା କରିବେ। ମହିଳା ଓ ବିଦ୍ୟାର୍ଥୀ କାର୍ଯ୍ୟରେ ସଫଳତା ପାଇବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଲକ୍ଷ୍ମୀ ନୃସିଂହ ମନ୍ତ୍ର ପାଠ କରନ୍ତୁ।
ବୃଷ: ରବିବାର ସାବଧାନତା ଲୋଡ଼ା। ସମସ୍ୟା ମଧ୍ୟ ଦେଇ ଗତି କରି​‌େ​‌ବ। ସୋମବାର ଓ ମଙ୍ଗଳବାର ନୂତନ କାର୍ଯ୍ୟରେ ଯୋଗଦେବେ। ବୁଧବାର ଓ ଗୁରୁବାର ସୁସମ୍ବାଦ ପ୍ରାପ୍ତ ହେବ। ଶୁକ୍ରବାର ଓ ଶନିବାର ଜଗିରଖି ଚଳନ୍ତୁ। ମହିଳା ଓ ବିଦ୍ୟାର୍ଥୀ ଯତ୍ନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଓଁ ତତ୍‌ପୁରୁଷାୟ ବିଦ୍ମହେ ମହାଦେବାୟ ଧୀମହି ତନ୍ନୋରୁଦ୍ର ପ୍ରଚୋଦୟାତ୍‌ ମନ୍ତ୍ର ଜପ କରନ୍ତୁ।
ମିଥୁନ: ରବିବାର ଓ ସୋମବାର ବନ୍ଧୁ ଲାଭ କରିବେ। ଧନପ୍ରାପ୍ତି ହୋଇପାରେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ବିବାଦଗ୍ରସ୍ତ ହୋଇପାରନ୍ତି। ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ। ଶୁକ୍ରବାର ଓ ଶନିବାର ଆନନ୍ଦିତ ହେବେ। ପାରିବାରିକ ଶାନ୍ତି ଲାଭ ହେବ। ମହିଳା ଓ ବିଦ୍ୟାର୍ଥୀ ଜଗିରଖି ଚଳିବେ। ରିଷ୍ଟଖଣ୍ଡନ ପାଇଁ ଓଁ ଗଂ ଗଣପତୟେ ନମଃ ଜପ କରନ୍ତୁ।
କର୍କଟ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କର୍ମପ୍ରବଣତା ଆପଣଙ୍କ ଭୂଷଣ ହେବ। ପ୍ରତିଷ୍ଠାଯୁକ୍ତ ହେବେ। ବୁଧବାର ଓ ଗୁରୁବାର ନିଜର ବ୍ୟକ୍ତିତ୍ବ ବଳରେ ସମସ୍ୟା ସମାଧାନ କରିବେ। ଶୁକ୍ରବାର ଓ ଶନିବାର ସାମାନ୍ୟ ସାବଧାନତା ବିପଦର କାରଣ ହୋଇପାରେ। ମନସ୍ତାପ ହେବ। ମହିଳା ଓ ବିଦ୍ୟାର୍ଥୀ ସୃଜନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଓଁ ହ୍ରୀଂ ଓଁ ଜପ କରନ୍ତୁ।
ସିଂହ: ରବିବାର ଓ ସୋମବାର ମଧ୍ୟମ ସଫଳତା ଲାଭ କରିବେ। ଅତୀତକୁ ନେଇ ପଶ୍ଚାତାପ କରିବେ। ମଙ୍ଗଳବାର ଓ ବୁଧବାର ଲୋକସମ୍ପର୍କ ବୃଦ୍ଧି ଘଟିବ। ତୀର୍ଥଯାତ୍ରା କରିପାରନ୍ତି। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିବ। ମହିଳା ଓ ବିଦ୍ୟାର୍ଥୀ ସମସ୍ୟା ଦୂର ପାଇଁ ଚେଷ୍ଟା କରିବେ। ରିଷ୍ଟଖଣ୍ଡନ ପାଇଁ ମା’ ମାତଙ୍ଗୀଙ୍କ କବଚ ପାଠ କରନ୍ତୁ।
କନ୍ୟା: ରବିବାର ଓ ସୋମବାର ସାବଧାନତା ଲୋଡ଼ା। ଶତ୍ରୁ ଦ୍ବାରା ପରାସ୍ତ ହେବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସମୟ କାର୍ଯ୍ୟକ୍ଷେତ୍ରରେ ପ୍ରତିଷ୍ଠା କରାଇବ। ଶୁକ୍ରବାର ଓ ଶନିବାର ଶ୍ରେଷ୍ଠତ୍ବ ପ୍ରତିପାଦିତ କରିବ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିବେ। ମହିଳା ଓ ବିଦ୍ୟାର୍ଥୀ ଶ୍ରୀ ଯୁକ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଲଳିତା ସହସ୍ରନାମ ପାଠ କରନ୍ତୁ।
ତୁଳା: ରବିବାର ଓ ସୋମବାର ଚାହୁଁଥିବା ଦିଗରୁ ଅର୍ଥ ପ୍ରାପ୍ତି କରିବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ବିପଦରେ ପଡ଼ିପାରନ୍ତି। ଶୁକ୍ରବାର ଓ ଶନିବାର ଯାତ୍ରା ସଫଳତା ପ୍ରଦାନ କରିବ। ନୂତନ ଚିନ୍ତାଧାରାଯୁକ୍ତ ହେବେ। ସାମାଜିକ ପ୍ରତିଷ୍ଠା ପାଇବେ। ମହିଳା ଓ ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କରନ୍ତୁ।
ବିଛା: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିବ। ଶତ୍ରୁ ପରାସ୍ତ ହେବେ। ବୁଧବାର ଓ ଗୁରୁବାର ପ୍ରତିଷ୍ଠାଯୁକ୍ତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବେ। ଶୁକ୍ରବାର ଓ ଶନିବାର ଚିନ୍ତାଯୁକ୍ତ ହେବେ। ଯାତ୍ରାକାଳୀନ ଦୁର୍ଘଟଣାର ସମ୍ମୁଖୀନ ହେବେ। ମହିଳା ଓ ବିଦ୍ୟାର୍ଥୀ ରକ୍ଷଣଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ବଗଳାମୁଖୀଙ୍କ ମନ୍ତ୍ର ଜପ କରନ୍ତୁ।
ଧନୁ: ରବିବାର ଓ ସୋମବାର କର୍ମକ୍ଷେତ୍ରରେ ଓ ବ୍ୟବସାୟରେ ଲାଭବାନ ହେବେ। ମଙ୍ଗଳବାର ଓ ବୁଧବାର କର୍ମପ୍ରବଣତା ଆପଣଙ୍କ ଭୂଷଣ ହେବ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ଧୈର୍ଯ୍ୟବାନ ହେବେ। ଉଦ୍ୟମେ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ମହିଳା ଓ ବିଦ୍ୟାର୍ଥୀ ଭାବିଚିନ୍ତି କାର୍ଯ୍ୟ କରିବେ। ରିଷ୍ଟଖଣ୍ଡନ ପାଇଁ ମା’ ଦୁର୍ଗାଙ୍କ ସହସ୍ରନାମ ପାଠ କରନ୍ତୁ।
ମକର: ରବିବାର ଓ ସୋମବାର ସାମାନ୍ୟ ତ୍ରୁଟି ହେତୁ କର୍ମକ୍ଷେତ୍ରରେ ପ୍ରତିବନ୍ଧକ ଦେଖାଦେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଭାବିଚିନ୍ତି କାର୍ଯ୍ୟ କରିବେ। ସନ୍ତାନମାନଙ୍କୁ ନେଇ ଚିନ୍ତା ପ୍ରକଟିତ ହେବ। ଶୁକ୍ରବାର ଓ ଶନିବାର ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ। ମହିଳା ଓ ବିଦ୍ୟାର୍ଥୀ ପ୍ରଗତିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶିବଙ୍କ ମନ୍ତ୍ର ଜପ କରନ୍ତୁ।
କୁମ୍ଭ: ରବିବାର ଓ ସୋମବାର କାର୍ଯ୍ୟସିଦ୍ଧି ହେବ। ଆର୍ଥିକ ସମସ୍ୟା ଦୂରହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିବ। ଦ୍ରବ୍ୟ କ୍ରୟ କରିବେ। କୃଷିଜାତ ଦ୍ରବ୍ୟରୁ ଲାଭବାନ ହେବେ। ଶୁକ୍ରବାର ଓ ଶନିବାର ମଧ୍ୟମଫଳ ଲାଭ କରିବେ। ମହିଳା ଓ ବିଦ୍ୟାର୍ଥୀ ମନନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ମହାମୃତ୍ୟୁଞ୍ଜୟ ପାଠ କରନ୍ତୁ ଓ ରୁଦ୍ରାଭିଷେକ କରନ୍ତୁ।
ମୀନ: ରବିବାର ଓ ସୋମବାର ପ୍ରଗତିରେ ପଥରୋଧ ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିବ। ସାମାଜିକ ପ୍ରତିଷ୍ଠା ପ୍ରାପ୍ତ ହେବ। ଶୁକ୍ରବାର ଓ ଶନିବାର ମାନସିକ ଅବସାଦ ଦେଖାଦେବ। ଅସମ୍ମାନିତ ହୋଇପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ପ୍ରତିଭାବାନ ହେବେ। ରିଷ୍ଟଖଣ୍ଡନ ପାଇଁ ତାରାଙ୍କ ମନ୍ତ୍ର ପାଠ କରନ୍ତୁ।

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories